ମେ’ ୧୩ରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ, ଭୋଟ୍ ଦେବେ ୬୨ ଲକ୍ଷ ୮୭ ହଜାର ଭୋଟର

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସାମ୍ବାଦିକ ସମ୍ମିଳନୀ  କରିଛନ୍ତି। ଭୋଟ ପୂର୍ବରୁ ଘରେ ୩୬୩୬ ଭୋଟର ଭୋଟ ଦେଇଛନ୍ତି। ମେ’ ୧୩ରେ ଚାରୋଟି ସଂସଦୀୟ କ୍ଷେତ୍ର ଓ ୨୮ ବିଧାନସଭା ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ହେବ। ଆଜିଠୁ ଡିସପୋସାଲ ପ୍ରକ୍ରିୟା ଆରମ୍ଭ। ମୋଟ ୬୨ ଲକ୍ଷ ୮୭ ହଜାର ଭୋଟର ମତଦାନ କରିବେ। ୩୦ ଲକ୍ଷ ୯୭ ହଜାର ପୁରୁଷ ଭୋଟର, ୩୧ ଲକ୍ଷ ୮୯ ହଜାର ମହିଳା ଭୋଟର, […]

ଭୁବନେଶ୍ବର: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସାମ୍ବାଦିକ ସମ୍ମିଳନୀ  କରିଛନ୍ତି। ଭୋଟ ପୂର୍ବରୁ ଘରେ ୩୬୩୬ ଭୋଟର ଭୋଟ ଦେଇଛନ୍ତି। ମେ’ ୧୩ରେ ଚାରୋଟି ସଂସଦୀୟ କ୍ଷେତ୍ର ଓ ୨୮ ବିଧାନସଭା ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ହେବ। ଆଜିଠୁ ଡିସପୋସାଲ ପ୍ରକ୍ରିୟା ଆରମ୍ଭ। ମୋଟ ୬୨ ଲକ୍ଷ ୮୭ ହଜାର ଭୋଟର ମତଦାନ କରିବେ। ୩୦ ଲକ୍ଷ ୯୭ ହଜାର ପୁରୁଷ ଭୋଟର, ୩୧ ଲକ୍ଷ ୮୯ ହଜାର ମହିଳା ଭୋଟର, ୧ ଲକ୍ଷ ୭୫ ହଜାର ଯୁବ ଭୋଟର ଓ ୧୪ ଲକ୍ଷ ୬୮ ହଜାର ୨୦ ବର୍ଷରୁ ୨୯ ବର୍ଷ ଉର୍ଦ୍ଧ୍ବ ଭୋଟର ରହିଛନ୍ତି । ୭ ହଜାର ୩୦୩ କେନ୍ଦ୍ରରେ ଭୋଟର ମତଦାନ କରିବେ।  ୧୪ ଟି ଅତିରିକ୍ତ ମତଦାନ କେନ୍ଦ୍ର  କରାଯାଇଛି।

ଆହୁରି ପଢ଼ନ୍ତୁ: ଆଜି ମା'ଙ୍କ ଭସାଣି: ସୁରକ୍ଷା ପାଇଁ ଭୁବନେଶ୍ୱରରେ ମୁତୟନ ହେବେ ୪୮ ପ୍ଲାଟୁନ୍ ପୋଲିସ, DJ ଉପରେ କଟକଣା

କୋରାପୁଟ ସଂସଦୀୟରେ ସର୍ବନିମ୍ନ କଳାହାଣ୍ଡିରେ ସର୍ବାଧିକ ଭୋଟର ରହିଛନ୍ତି। ସେହିପରି ଲକ୍ଷ୍ମୀପୁର ବିଧାନସଭାରେ ସର୍ବନିମ୍ନ ରହିଥିବା ବେଳ ଧର୍ମଗଡ଼ ସର୍ବାଧିକ ଭୋଟର ରହିଛନ୍ତି। ୧୨୯୪ ଶତାୟୁ ଭୋଟର । ୬୨୯୬ ସର୍ଭିସ ଭୋଟର ଅଛନ୍ତି । ୭୧୫ ବୁଥ ମହିଳାଙ୍କ ଦ୍ୱାରା ପରିଚାଳିତ ବୁଥ। ଆଦର୍ଶ ବୁଥ ୧୨୭୬ ରହିଛି । ସଂସଦୀୟ କ୍ଷେତ୍ର ପାଇଁ ୩୭ ଜଣ ପ୍ରାର୍ଥୀ, ବିଧାନସଭା ପାଇଁ ୨୪୩ ପ୍ରାର୍ଥୀ ରହିଛନ୍ତି। କୋରାପୁଟରେ ୧୧ ଜଣ, ନବରଙ୍ଗପୁରରେ ୪, କଳାହାଣ୍ଡିରେ ୧୧ ବ୍ରହ୍ମପୁରରେ ୧୧ ଜଣ ପ୍ରାର୍ଥୀ ରହିଛନ୍ତି। ୬୦% ବୁଥରେ ଲାଇଭ୍ ଷ୍ଟ୍ରିମ ହେବ।

ଆହୁରି ପଢ଼ନ୍ତୁ: ଜଙ୍ଗଲରୁ ନିଖୋଜ ନାବାଳିକାଙ୍କ ଗଳିତ ମୃତଦେହ ଉଦ୍ଧାର, ଗଣଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

ବ୍ରହ୍ମପୁର ଆସନ ପାଇଁ ଦୁଇଟି ବାଲାଟ ବ୍ୟବହାର ହେବ। ୧୮ ୫୩୯ ବାଲାଟ ୟୁନିଟ। ୧୨ ସହ ପୋଲିଂ ଷ୍ଟେସନରେ ୪ ଟା ପର୍ଯ୍ୟନ୍ତ ଭୋଟିଙ୍ଗ ହେବ। ୫ ଟା ପଯ୍ୟନ୍ତ ୩ ହଜାର ୫୨୨ ଷ୍ଟେସନରେ ପୋଲିଂ ହେବ। ୨୫୭୫ ବୁଥରେ ୬ ଟା ପର୍ଯ୍ୟନ୍ତ ମତଦାନ ହେବ। ୭୩୬୩ ପୋଲିଂ ଭିତରୁ ୧୨୬୪ ବୁଥ କ୍ରିଟିକାଲ ଷ୍ଟେସନ ରହିଛି। ୫୨ ହଜାର ୫୦୦ ପୋଲିଂ କର୍ମଚାରୀ ନିଯୁକ୍ତ  କରାଯାଇଛି।

ଆହୁରି ପଢ଼ନ୍ତୁ: ରାଜଧାନୀରେ ଲଜ୍ଜା: ଦୁଷ୍କର୍ମ ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ବାନ୍ଧିଲା ମହିଳା ଥାନା ପୋଲିସ

ବର୍ତ୍ତମାନ ୯ ତାରିଖ ସୁଦ୍ଧା ୩୬୩୬ ଜଣ ଘରେ ଭୋଟ ଦେଇସାରିଛନ୍ତି। ଭୋଟରଙ୍କୁ ଅଧିକ ଆକୃଷ୍ଟ ଓ ଭୋଟ ଦେବାପାଇଁ ରାୟଗଡାରେ ଆଦିମ ଜନ ଜାତି ଲୋକଙ୍କୁ ଆକୃଷ୍ଟ କରିବା ପାଇଁ ହାତପଙ୍ଖାରେ ସଚେତନତା ଲେଖା ଯାଇଛି। ଗଞ୍ଜାମ ଜିଲ୍ଲାରେ ଅଲିଭକୁ ମାସ୍କଟ ଭାବରେ ବ୍ୟବହାର କରାଯାଇଛି। ଗୋପାଳପୁର, ତାରାତାରିଣୀ ମନ୍ଦିର ଓ ରାମ ଲିଙ୍ଗେଶ୍ୱର ପାଖରେ ବ୍ୟବହାର କରାଯାଇଛି। ନୂଆପଡାରେ ଚାଷୀମାନେ ଷ୍ଟବେରୀରି ପ୍ୟାକେଟରେ ନିର୍ବାଚନ ତାରିଖ ଲେଖା ଯାଇଛି। ବହୁଳ ସଂଖ୍ୟାରେ ମାତଦାନ ପାଇଁ ନିବେଦନ କରାଯାଇଛି। ବୁଥ ପ୍ରସ୍ତୁତ, ପୋଲିଂ ଷ୍ଟେସନ ପ୍ରସ୍ତୁତ ଭୋଟର ଆସି ମତଦାନ କରନ୍ତୁ । ଏହି ନିର୍ବାଚନକୁ ତଦାରଖ କରିବା ପାଇଁ ୨୩ ଜଣ ଅବଜର୍ଭର ନିଯୁକ୍ତି ହୋଇଛନ୍ତି। ଜେନେରାଲ ୮, ପୋଲିଂ ୩ ଓ ଏକ୍ସପେଣ୍ଡେଜର ୧୨ ଜଣ ନିଯୁକ୍ତ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର