ଓଡ଼ିଶାରେ ଏପ୍ରିଲ୍‌ ୧୬ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା, ମେ ୧୫ ଯାଏଁ ଚାଲିବ ପ୍ରକ୍ରିୟା

Madhusudan Das Picture
Published On

ଭୁବନେଶ୍ୱର: ଓଡ଼ିଶାରେ ଏପ୍ରିଲ୍‌ ୧୬ରୁ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା । ଏପ୍ରିଲ ୧୬ରୁ ମେ୧୫ ଯାଏଁ ଚାଲିବ ଏହି ଜନଗଣନା । ୩୦ ଦିନ ଧରି ପ୍ରଥମ ପର୍ଯ୍ୟାୟରେ ଘର ଗଣନା କରାଯିବ । ଏ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରଥମ ପର୍ଯ୍ୟାୟରେ ଘର ଏବଂ ଆସବାବପାତ୍ର ଗଣନା ହେବ ।  ୨୦୨୭ ମସିହା ଫେବ୍ରୁଆରି ମାସରେ ହେବ ଜନଗଣନାର ଦ୍ଵିତୀୟ ପର୍ଯ୍ୟାୟ । ଦ୍ଵିତୀୟ ପର୍ଯ୍ୟାୟରେ ଘରକୁ ଘର ହେବ ଜନ ଗଣନା ।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

ଏହା ପୂର୍ବରୁ ସବୁ ଜିଲ୍ଲାପାଳଙ୍କ ସହ ଆଲୋଚନା କରିଛନ୍ତି ଉନ୍ନୟନ କମିଶନର । ଲୋକସେବା ଭବନରେ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ଜନଗଣନା ସମନ୍ୱୟ କମିଟି ବୈଠକରେ ତାରିଖ ଧର୍ଯ୍ୟ ହୋଇଥିଲା ।  ରାଜ୍ୟରେ ଜନଗଣନା ପାଇଁ ୬ ମାସ ଧରି ପ୍ରସ୍ତୁତି ଚାଲିଥିଲା । ଭୁବନେଶ୍ୱର କଟକରେ ପ୍ରୀ ଟେଷ୍ଟ ସରିଛି । ଆସନ୍ତା ୩ ମାସ ଧରି ଜନଗଣନା ଅଧିକାରୀଙ୍କୁ ଦିଆଯିବ ଟ୍ରେନିଂ । ୨୦୦ ଘର ପାଇଁ ଜଣେ ଜନଗଣନା ଅଧିକାରୀ ନିଯୁକ୍ତ ହେବେ । ୬ଜଣ ଅଧିକାରୀଙ୍କ ପାଇଁ ଜଣେ ସୁପ୍ରଭାଇଜର ନିଯୁକ୍ତ ହେବେ । ପ୍ରାୟ ଲକ୍ଷେ ଜନଗଣନା ଅଧିକାରୀ ନିଯୁକ୍ତ କରାଯିବ । ଜଣେ ଜନଗଣନା ଅଧିକାରୀଙ୍କୁ ୨୫ ହଜାର ଆର୍ଥିକ ପ୍ରତସୋହନ ଦିଆଯିବ । ଏପ୍ରିଲ ୧୬ରୁ ମେ୧୫ ଭିତରେ ପ୍ରଥମ ଫେଜରେ ଘର ମାର୍କ ହେବ ।  ୨୦୨୭ ଫେବୃଆରୀରୁ ଦ୍ଵିତୀୟ ପର୍ଯ୍ୟାୟରେ ଜନ ଗଣନା ହେବ ।

ଆହୁରି ପଢ଼ନ୍ତୁ: ଆଜି T-20 ବିଶ୍ଵକପର ଦ୍ଵିତୀୟ ସେମିଫାଇନାଲ: ଫାଇନାଲ ଟିକେଟ ପାଇଁ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ

20 Jan 2026 By Madhusudan Das

ଓଡ଼ିଶାରେ ଏପ୍ରିଲ୍‌ ୧୬ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା, ମେ ୧୫ ଯାଏଁ ଚାଲିବ ପ୍ରକ୍ରିୟା

ଭୁବନେଶ୍ୱର: ଓଡ଼ିଶାରେ ଏପ୍ରିଲ୍‌ ୧୬ରୁ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା । ଏପ୍ରିଲ ୧୬ରୁ ମେ୧୫ ଯାଏଁ ଚାଲିବ ଏହି ଜନଗଣନା । ୩୦ ଦିନ ଧରି ପ୍ରଥମ ପର୍ଯ୍ୟାୟରେ ଘର ଗଣନା କରାଯିବ । ଏ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରଥମ ପର୍ଯ୍ୟାୟରେ ଘର ଏବଂ ଆସବାବପାତ୍ର ଗଣନା ହେବ ।  ୨୦୨୭ ମସିହା ଫେବ୍ରୁଆରି ମାସରେ ହେବ ଜନଗଣନାର ଦ୍ଵିତୀୟ ପର୍ଯ୍ୟାୟ । ଦ୍ଵିତୀୟ ପର୍ଯ୍ୟାୟରେ ଘରକୁ ଘର ହେବ ଜନ ଗଣନା ।

ଏହା ପୂର୍ବରୁ ସବୁ ଜିଲ୍ଲାପାଳଙ୍କ ସହ ଆଲୋଚନା କରିଛନ୍ତି ଉନ୍ନୟନ କମିଶନର । ଲୋକସେବା ଭବନରେ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ଜନଗଣନା ସମନ୍ୱୟ କମିଟି ବୈଠକରେ ତାରିଖ ଧର୍ଯ୍ୟ ହୋଇଥିଲା ।  ରାଜ୍ୟରେ ଜନଗଣନା ପାଇଁ ୬ ମାସ ଧରି ପ୍ରସ୍ତୁତି ଚାଲିଥିଲା । ଭୁବନେଶ୍ୱର କଟକରେ ପ୍ରୀ ଟେଷ୍ଟ ସରିଛି । ଆସନ୍ତା ୩ ମାସ ଧରି ଜନଗଣନା ଅଧିକାରୀଙ୍କୁ ଦିଆଯିବ ଟ୍ରେନିଂ । ୨୦୦ ଘର ପାଇଁ ଜଣେ ଜନଗଣନା ଅଧିକାରୀ ନିଯୁକ୍ତ ହେବେ । ୬ଜଣ ଅଧିକାରୀଙ୍କ ପାଇଁ ଜଣେ ସୁପ୍ରଭାଇଜର ନିଯୁକ୍ତ ହେବେ । ପ୍ରାୟ ଲକ୍ଷେ ଜନଗଣନା ଅଧିକାରୀ ନିଯୁକ୍ତ କରାଯିବ । ଜଣେ ଜନଗଣନା ଅଧିକାରୀଙ୍କୁ ୨୫ ହଜାର ଆର୍ଥିକ ପ୍ରତସୋହନ ଦିଆଯିବ । ଏପ୍ରିଲ ୧୬ରୁ ମେ୧୫ ଭିତରେ ପ୍ରଥମ ଫେଜରେ ଘର ମାର୍କ ହେବ ।  ୨୦୨୭ ଫେବୃଆରୀରୁ ଦ୍ଵିତୀୟ ପର୍ଯ୍ୟାୟରେ ଜନ ଗଣନା ହେବ ।

https://www.thesakala.in/latest-odisha-news/first-phase-of-census-in-odisha-from-april-16th/article-44144
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର