ଆତଙ୍କୀଙ୍କ ସାମ୍ନା ପାଇଁ ଭୁବନେଶ୍ଵର ଷ୍ଟେସନରେ RPF ପକ୍ଷରୁ ଫ୍ଳାଗ୍ ମାର୍ଚ୍ଚ

ଭୁବନେଶ୍ବର: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ସାରା ଦେଶରେ ହାଇ ଆଲର୍ଟ। ସବୁ ଷ୍ଟେସନରେ ଫ୍ଳାଗ୍ ମାର୍ଚ୍ଚ କରିବା ସହ ଲୋକଙ୍କୁ ସତର୍କ କରାଯାଉଛି। ଏହି କ୍ରମରେ ଭୁବନେଶ୍ଵରରେ ଷ୍ଟେସନରେ RPF ପକ୍ଷରୁ ଫ୍ଳାଗ୍ ମାର୍ଚ୍ଚ କରାଯିବା ସହ ଲୋକଙ୍କୁ ସଚେତନ କରାଯାଉଛି । କୌଣସି ସନ୍ଦିଗ୍ଧ ବ୍ୟକ୍ତି କିମ୍ବା ଜିନିଷ ଦେଖିବା ମାତ୍ରେ ତୁରନ୍ତ GRP କିମ୍ବା RPF କୁ ସୂଚନା ଦେବା ପାଇଁ ଲୋକଙ୍କୁ କୁହାଯାଉଛି। ସେହିଭଳି କୌଣସି ଲୋକ ସନ୍ଦେହଜନକ କାର୍ଯ୍ୟ କରୁଥିବା […]

ଭୁବନେଶ୍ବର: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ସାରା ଦେଶରେ ହାଇ ଆଲର୍ଟ। ସବୁ ଷ୍ଟେସନରେ ଫ୍ଳାଗ୍ ମାର୍ଚ୍ଚ କରିବା ସହ ଲୋକଙ୍କୁ ସତର୍କ କରାଯାଉଛି। ଏହି କ୍ରମରେ ଭୁବନେଶ୍ଵରରେ ଷ୍ଟେସନରେ RPF ପକ୍ଷରୁ ଫ୍ଳାଗ୍ ମାର୍ଚ୍ଚ କରାଯିବା ସହ ଲୋକଙ୍କୁ ସଚେତନ କରାଯାଉଛି । କୌଣସି ସନ୍ଦିଗ୍ଧ ବ୍ୟକ୍ତି କିମ୍ବା ଜିନିଷ ଦେଖିବା ମାତ୍ରେ ତୁରନ୍ତ GRP କିମ୍ବା RPF କୁ ସୂଚନା ଦେବା ପାଇଁ ଲୋକଙ୍କୁ କୁହାଯାଉଛି। ସେହିଭଳି କୌଣସି ଲୋକ ସନ୍ଦେହଜନକ କାର୍ଯ୍ୟ କରୁଥିବା ଦେଖିଲେ ତୁରନ୍ତ ଖବର ଦେବା ପାଇଁ RPF ପକ୍ଷରୁ କୁହାଯାଉଛି । ସମସ୍ତ୍ ଯାତ୍ରୀଙ୍କର ଲଗେଜ୍ ସ୍କାନ୍ କରିବା ସହ ବ୍ୟାଗ୍ ଚେକିଂ କରାଯାଉଛି। ଡାକବାଜି ଯନ୍ତ୍ର ଦ୍ଵାରା ସମସ୍ତ୍ ରେଳ ଯାତ୍ରୀଙ୍କୁ ଏହିଭଳି ଆଲର୍ଟ କରାଯାଉଛି ।

About The Author: The Sakala