୩ଟି ଜିଲ୍ଲାର ୮ଟି ବ୍ଲକ ବନ୍ୟା ପ୍ରଭାବିତ, ଏବେ ସ୍ଥିତି ନିୟନ୍ତ୍ରଣରେ ରହିଛି: ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ବନ୍ୟା ପ୍ରଭାବିତ ଅଞ୍ଚଳ ଆକାଶମାର୍ଗରୁ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ବ ମନ୍ତ୍ରୀ, ଉଚ୍ଚ ଶିକ୍ଷା ମନ୍ତ୍ରୀ ବୁଲି ଦେଖିଥିଲେ । ବିଶେଷ କରି ୩ଟି ଜିଲ୍ଲାର ୮ଟି ବ୍ଲକ ପ୍ରଭାବିତ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବାଲେଶ୍ବର ଜିଲ୍ଲାର ୪ଟି ବ୍ଲକ ପ୍ରଭାବିତ ହୋଇଛି । ବସ୍ତା, ବାଲିଆପାଳ, ଭୋଗରାଇ, ଜଳେଶ୍ବର ପ୍ରଭାବିତ ହୋଇଛି। ଭଦ୍ରକ ଜିଲ୍ଲାର ଧାମନଗର ଓ ଭଣ୍ଡାରୀପୋଖରୀ ବ୍ଲକ୍‌ ପ୍ରଭାବିତ ହୋଇଛି। ଯାଜପୁର ଜିଲ୍ଲାର ଯାଜପୁର ଓ […]

ଭୁବନେଶ୍ବର: ବନ୍ୟା ପ୍ରଭାବିତ ଅଞ୍ଚଳ ଆକାଶମାର୍ଗରୁ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ବ ମନ୍ତ୍ରୀ, ଉଚ୍ଚ ଶିକ୍ଷା ମନ୍ତ୍ରୀ ବୁଲି ଦେଖିଥିଲେ । ବିଶେଷ କରି ୩ଟି ଜିଲ୍ଲାର ୮ଟି ବ୍ଲକ ପ୍ରଭାବିତ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବାଲେଶ୍ବର ଜିଲ୍ଲାର ୪ଟି ବ୍ଲକ ପ୍ରଭାବିତ ହୋଇଛି । ବସ୍ତା, ବାଲିଆପାଳ, ଭୋଗରାଇ, ଜଳେଶ୍ବର ପ୍ରଭାବିତ ହୋଇଛି। ଭଦ୍ରକ ଜିଲ୍ଲାର ଧାମନଗର ଓ ଭଣ୍ଡାରୀପୋଖରୀ ବ୍ଲକ୍‌ ପ୍ରଭାବିତ ହୋଇଛି। ଯାଜପୁର ଜିଲ୍ଲାର ଯାଜପୁର ଓ ଦଶରଥପୁର ବ୍ଲକ ପ୍ରଭାବିତ ହୋଇଥିବାବେଳେ କେନ୍ଦୁଝର ଜିଲ୍ଲା ସେପରି ଭାବେ ପ୍ରଭାବିତ ହୋଇ ନାହିଁ ବୋଲି ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଭୀମଭୋଇ ମେଡିକାଲରେ ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ, ପରିବାରର ପକ୍ଷରୁ ତୀବ୍ର ଉତ୍ତେଜନା

ମୋଟ୍‌ ୮୧ଟି ଗାଁ, ୩୦ ହଜାର ଲୋକେ କ୍ଷତି ସହିଛନ୍ତି । ବନ୍ୟାସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣ ଭିତରେ ରହିଛି। ୧୦ ହଜାର ଲୋକଙ୍କୁ ଦୁଇ ବେଳା ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଛି । ରନ୍ଧା ଖାଦ୍ୟ ଆସନ୍ତା ୭ ଦିନ ପର୍ଯ୍ୟନ୍ତ ଦିଆଯିବ। ଯେଉଁସବୁ ସ୍ଥାନରେ ଲୋକଙ୍କ ଘର କ୍ଷତି ହୋଇଛି କ୍ଷତିପୂରଣ ଦିଆଯିବ। କ୍ଷୟକ୍ଷତି ଆକଳନ ପାଇଁ ବିଭାଗ ଗୁଡିକୁ ନିର୍ଦ୍ଦେଶ ଦିଆଯାଇଅଛି। ଜିରୋ କାଜୁଆଲିଟିକୁ ସରକାର ଗୁରୁତ୍ବ ଦେଉଛନ୍ତି। ଯାହାର ଘର ସମ୍ପୂର୍ଣ୍ଣ ଭାବେ ଭାଙ୍ଗିଥିବ, ନୂଆ ଘର ମିଳିବ। ଆଂଶିକ ଘର ମରାମତି ଖର୍ଚ୍ଚ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆହୁରି ପଢ଼ନ୍ତୁ: OUSSSC ପକ୍ଷରୁ ୭୨୬୮ କନେଷ୍ଟବଳ ଏବଂ ଅଗ୍ନିଶମ କର୍ମଚାରୀ ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର