ରାଜ୍ୟରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର: ଖସୁଛି ନଦୀର ଜଳସ୍ତର

Madhusudan Das Picture
Published On

ଭୁବନେଶ୍ୱର: ଓଡ଼ିଶାରେ ବନ୍ୟା ସ୍ଥିତିରେ ଧୀରେ ଧୀରେ ସୁଧାର ଆସୁଛି। ରାଜ୍ୟର ପ୍ରମୁଖ ନଦୀଗୁଡ଼ିକର ଜଳସ୍ତର ଲଗାତାର ହ୍ରାସ ପାଉଥିବା ବେଳେ ବର୍ଷା ପରିମାଣ ମଧ୍ୟ ଯଥେଷ୍ଟ କମିଛି। ସର୍ବଶେଷ ରିପୋର୍ଟ ଅନୁଯାୟୀ, ରାଜ୍ୟର ଯାଜପୁର, ମୟୂରଭଞ୍ଜ ଏବଂ ବାଲେଶ୍ୱର ଜିଲ୍ଲା ଏବେ ବି ବନ୍ୟା ଦ୍ୱାରା ଅଧିକ ପ୍ରଭାବିତ ହୋଇ ରହିଛି। 

ଆହୁରି ପଢ଼ନ୍ତୁ: ଆକାଶଛୁଆଁ ପିଆଜ ଦର: ଖୁଚୁରା ବଜାରରେ କିଲୋ ପିଛା ୭୦ ଟଙ୍କା ଛୁଇଁଲା ଦାମ୍

ବର୍ତ୍ତମାନ ରାଜଘାଟ ନିକଟରେ କେବଳ ସୁବର୍ଣ୍ଣରେଖା ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ଏହାର ଜଳସ୍ତର ୧୦.୮୪ ମିଟର ଥିଲେ ମଧ୍ୟ ଏହା ଧୀରେ ଧୀରେ ହ୍ରାସ ପାଉଥିବା ଲକ୍ଷ୍ୟ କରାଯାଇଛି। ଏହା ବ୍ୟତୀତ ମହାନଦୀ, ଇବ୍, ବ୍ରାହ୍ମଣୀ, ବୈତରଣୀ, ବୁଢ଼ାବଳଙ୍ଗ, ବଂଶଧାରା ଏବଂ ଜଳକା ନଦୀର ଜଳସ୍ତର ତଳକୁ ଖସିବାରେ ଲାଗିଛି।

ଆହୁରି ପଢ଼ନ୍ତୁ: ନକଲି ଡିଇଫ ରାକେଟ୍‌ ଠାବ; ୧୮୨ ବାଲ୍ଟି ନକଲି ଡିଇଫ ସହ ଗାଡ଼ି ଓ ଉତ୍ପାଦନ ଯନ୍ତ୍ରପାତି ଜବତ, ୪ ଗିରଫ

ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ କେତେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାରେ ବଜ୍ରପାତ ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ପ୍ରଶାସନ ପକ୍ଷରୁ ସ୍ଥାନୀୟ ବନ୍ୟା ପରିସ୍ଥିତି, ରାସ୍ତାଘାଟ ବୁଡ଼ିବା ଏବଂ ଫସଲ କ୍ଷତିର ଆଶଙ୍କା ଥିବାରୁ ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଟଙ୍କପାଣି ବ୍ରିଜରେ ଅଟୋ ରଖି କୁଆଖାଇ ନଦୀକୁ ଡେଇଁ ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର