ଆସନ୍ତା ଦୁଇଦିନ ରାଜ୍ୟରେ ଜାରି ରହିବ ଘନ କୁହୁଡ଼ି, ୨୪ ଘଣ୍ଟା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ବର: ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟର ଜାରି ରହିବ ଘନ କୁହୁଡ଼ି। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘନ କୁହୁଡିର ଆସ୍ତରଣ ନେଇ ସତର୍କତା ଜାରି କରାଯାଇଛି। ଆସନ୍ତା କାଲି ଘନ କୁହୁଡ଼ି ପାଇଁ ୧୦ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ ଏବଂ ଝାରସୁଗୁଡାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିଭଳି ୪ ତାରିଖରେ ଘନ କୁହୁଡି ନେଇ ୬ଟି […]

ଭୁବନେଶ୍ବର: ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟର ଜାରି ରହିବ ଘନ କୁହୁଡ଼ି। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘନ କୁହୁଡିର ଆସ୍ତରଣ ନେଇ ସତର୍କତା ଜାରି କରାଯାଇଛି। ଆସନ୍ତା କାଲି ଘନ କୁହୁଡ଼ି ପାଇଁ ୧୦ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ ଏବଂ ଝାରସୁଗୁଡାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିଭଳି ୪ ତାରିଖରେ ଘନ କୁହୁଡି ନେଇ ୬ଟି ଜିଲ୍ଲାକୁ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର।

ଆହୁରି ପଢ଼ନ୍ତୁ: ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକ, କଳା ଓ ସଂସ୍କୃତିର ବଡ଼ ଗବେଷକ ଥିଲେ

ଏହି ସବୁ ଜିଲ୍ଲାରେ ଦୃଶ୍ୟମାନ ଦୂରତା ୫୦ ରୁ ୨୦୦ମିଟର ମଧ୍ୟରେ ରହିବ। ବାକି ଓଡ଼ିଶାର କିଛି ଜିଲ୍ଳାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭୁତ ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ବର୍ତ୍ତମାନ ବାୟୁମଣ୍ଡଳରେ ଜଳୀୟବାଷ୍ପରର ପରିମାଣ ଅଧିକ ରହୁଥିବାରୁ ଏଭଳି ପରିସ୍ଥିତି ଦେଖାଦେଇଛି। ପାଣିପାଗ କେନ୍ଦ୍ରର ସତର୍କତା ପରେ ପୁଲିସ ଡିଜି ଏବଂ ପରିବହନ ବିଭାଗକୁ ଚିଠି ଲେଖିଛନ୍ତି ଏସ୍ଆରସି। ଘନ କୁହୁଡି ସମୟରେ ଗାଡି ଚଳାଚଳ ଉପରେ ନଜର ରଖିବା ସହ ଡ୍ରାଇଭର ମାନଙ୍କୁ ସଚେତନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେପଟେ ଆସନ୍ତା କାଲି ସକାଳ ସାଢେ ଆଠଟା ସୁଦ୍ଧା ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି। ବର୍ତ୍ତମାନ ରାଜ୍ୟରେ କୌଣସି ପାଣିପାଗ ନିୟାମକ ନଥିବାରୁ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।

ଆହୁରି ପଢ଼ନ୍ତୁ: ଅସହ୍ୟ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଓଡ଼ିଶା; ଜଳୁଛି ପଶ୍ଚିମରୁ ଉପକୂଳ, ଆହୁରି ୪ ଦିନ ପର୍ଯ୍ୟନ୍ତ ଜାରି ରହିବ ଏପରି ସ୍ଥିତି

02 Feb 2024 By The Sakala

ଆସନ୍ତା ଦୁଇଦିନ ରାଜ୍ୟରେ ଜାରି ରହିବ ଘନ କୁହୁଡ଼ି, ୨୪ ଘଣ୍ଟା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟର ଜାରି ରହିବ ଘନ କୁହୁଡ଼ି। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘନ କୁହୁଡିର ଆସ୍ତରଣ ନେଇ ସତର୍କତା ଜାରି କରାଯାଇଛି। ଆସନ୍ତା କାଲି ଘନ କୁହୁଡ଼ି ପାଇଁ ୧୦ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ ଏବଂ ଝାରସୁଗୁଡାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିଭଳି ୪ ତାରିଖରେ ଘନ କୁହୁଡି ନେଇ ୬ଟି ଜିଲ୍ଲାକୁ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର।

ଏହି ସବୁ ଜିଲ୍ଲାରେ ଦୃଶ୍ୟମାନ ଦୂରତା ୫୦ ରୁ ୨୦୦ମିଟର ମଧ୍ୟରେ ରହିବ। ବାକି ଓଡ଼ିଶାର କିଛି ଜିଲ୍ଳାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭୁତ ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ବର୍ତ୍ତମାନ ବାୟୁମଣ୍ଡଳରେ ଜଳୀୟବାଷ୍ପରର ପରିମାଣ ଅଧିକ ରହୁଥିବାରୁ ଏଭଳି ପରିସ୍ଥିତି ଦେଖାଦେଇଛି। ପାଣିପାଗ କେନ୍ଦ୍ରର ସତର୍କତା ପରେ ପୁଲିସ ଡିଜି ଏବଂ ପରିବହନ ବିଭାଗକୁ ଚିଠି ଲେଖିଛନ୍ତି ଏସ୍ଆରସି। ଘନ କୁହୁଡି ସମୟରେ ଗାଡି ଚଳାଚଳ ଉପରେ ନଜର ରଖିବା ସହ ଡ୍ରାଇଭର ମାନଙ୍କୁ ସଚେତନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେପଟେ ଆସନ୍ତା କାଲି ସକାଳ ସାଢେ ଆଠଟା ସୁଦ୍ଧା ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି। ବର୍ତ୍ତମାନ ରାଜ୍ୟରେ କୌଣସି ପାଣିପାଗ ନିୟାମକ ନଥିବାରୁ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର