ପୌର ନିର୍ବାଚନ ୨୦୨୨: ପ୍ରଥମ ଥର ପାଇଁ ନୋଟାରେ ଭୋଟ ଦେଇପାରିବେ ଭୋଟର

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପରେ ରାଜ୍ୟରେ ହେବ ପୌର ନିର୍ବାଚନ । ପ୍ରଥମ ଥର ପାଇଁ ଚଳିତ ପୌର ଭୋଟରେ ରହିବ NOTA ( None of the above) । ଏନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ନୋଟିସ ଜାରି ହୋଇଛି । ପ୍ରାର୍ଥୀ ନା ପସନ୍ଦ ହେଲେ ନୋଟାରେ ଭୋଟ ଦେଇପାରିବେ ଭୋଟର । ପୂର୍ବରୁ ବିଧାନସଭା ଓ ଲୋକସଭା ନିର୍ବାଚନ ପାଇଁ ରହୁଥିଲା ନୋଟା । ତେବେ ପ୍ରଥମ ଥର ପାଇଁ ପୌର […]

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପରେ ରାଜ୍ୟରେ ହେବ ପୌର ନିର୍ବାଚନ । ପ୍ରଥମ ଥର ପାଇଁ ଚଳିତ ପୌର ଭୋଟରେ ରହିବ NOTA ( None of the above) । ଏନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ନୋଟିସ ଜାରି ହୋଇଛି । ପ୍ରାର୍ଥୀ ନା ପସନ୍ଦ ହେଲେ ନୋଟାରେ ଭୋଟ ଦେଇପାରିବେ ଭୋଟର । ପୂର୍ବରୁ ବିଧାନସଭା ଓ ଲୋକସଭା ନିର୍ବାଚନ ପାଇଁ ରହୁଥିଲା ନୋଟା । ତେବେ ପ୍ରଥମ ଥର ପାଇଁ ପୌର ଭୋଟରେ ରହିବ ନୋଟା । ସମ୍ବିଧାନର ଧାରା ୨୪୩-ZA ଅନୁଯାୟୀ ଏହି ବ୍ୟବସ୍ଥା ଲାଗୁ ହୋଇଛି।

ସୂଚନା ଅନୁଯାୟୀ,  ଆଗକୁ ହେବାକୁ ଥିବା ପୌର ନିର୍ବାଚନ ପାଇଁ ଗତକାଲି ରାଜ୍ୟ ନିର୍ବାଚନ କମିଶନ ସର୍ବଦଳୀୟ ବୈଠକ ଡାକିଥିଲେ। ଏହି ବୈଠକରେ ଏଥର ପୌର ନିର୍ବାଚନରେ ଇଭିଏମ୍‌ର ବ୍ୟବହାର କରାଯିବ ବୋଲି କୁହାଯାଇଥିଲା ।

About The Author: The Sakala