ଶ୍ରୀମନ୍ଦିରର ପୂର୍ବତନ ପ୍ରଶାସକ ରବୀନ୍ଦ୍ର ନାରାୟଣ ମିଶ୍ରଙ୍କ ଦେହାନ୍ତ

The Sakala Picture
Published On

ଭୁବନେଶ୍ବର: ଶ୍ରୀମନ୍ଦିର ପୂର୍ବତନ ପ୍ରଶାସକ ତଥା ଜଗନ୍ନାଥ ସଂସ୍କୃତିର ଗବେଷକ ରବୀନ୍ଦ୍ର ନାରାୟଣ ମିଶ୍ରଙ୍କ ପରଲୋକ ଘଟିଛି। ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ୮୭ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ତାଙ୍କର ମୃତ୍ୟୁ ନେଇ ପରିବାର ଲୋକଙ୍କ ପକ୍ଷରୁ ସୂଚନା ମିଳିଛି।  ଶ୍ରୀଜଗନ୍ନାଥଙ୍କ ପରମ ଭକ୍ତ, ‘ଆକାଶ ଦୀପ’ର ବିଶିଷ୍ଟ କଥାକାର ତଥା ଲୋକପ୍ରିୟ ସ୍ତମ୍ଭ ‘କଥାଟିଏ କହୁଁ’ର ଲେଖକ ରବୀନ୍ଦ୍ର ନାରାୟଣ ମିଶ୍ରଙ୍କ ବିୟୋଗରେ ରାଜ୍ୟର ଧର୍ମ-ସଂସ୍କୃତି ପରିସରରେ ଶୋକ ଛାୟା […]

ଭୁବନେଶ୍ବର: ଶ୍ରୀମନ୍ଦିର ପୂର୍ବତନ ପ୍ରଶାସକ ତଥା ଜଗନ୍ନାଥ ସଂସ୍କୃତିର ଗବେଷକ ରବୀନ୍ଦ୍ର ନାରାୟଣ ମିଶ୍ରଙ୍କ ପରଲୋକ ଘଟିଛି। ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ୮୭ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ତାଙ୍କର ମୃତ୍ୟୁ ନେଇ ପରିବାର ଲୋକଙ୍କ ପକ୍ଷରୁ ସୂଚନା ମିଳିଛି।  ଶ୍ରୀଜଗନ୍ନାଥଙ୍କ ପରମ ଭକ୍ତ, ‘ଆକାଶ ଦୀପ’ର ବିଶିଷ୍ଟ କଥାକାର ତଥା ଲୋକପ୍ରିୟ ସ୍ତମ୍ଭ ‘କଥାଟିଏ କହୁଁ’ର ଲେଖକ ରବୀନ୍ଦ୍ର ନାରାୟଣ ମିଶ୍ରଙ୍କ ବିୟୋଗରେ ରାଜ୍ୟର ଧର୍ମ-ସଂସ୍କୃତି ପରିସରରେ ଶୋକ ଛାୟା ଖେଳିଯାଇଛି।

ଆହୁରି ପଢ଼ନ୍ତୁ: ବ୍ୟାଙ୍କ୍‌କୁ ଜମା ପାଇଁ ଗଲା ବେଳେ ୨ଟି ବାଇକ୍‌ରେ ଆସି ୨ ଲକ୍ଷ ଝାମ୍ପିନେଲେ ଲୁଟେରା

ସୂଚନାଯୋଗ୍ୟ, ଶ୍ରୀମନ୍ଦିରର ପ୍ରାକ୍ତନ ପ୍ରଶାସକ ରହିଥିବା ଶ୍ରୀ ମିଶ୍ରଙ୍କର ମହାପ୍ରଭୁଙ୍କ ନୀତିକାନ୍ତି ଓ ମନ୍ଦିରରେ ପ୍ରଚଳିତ ପ୍ରଥାପରମ୍ପରା ଉପରେ ଅଗାଧ ଜ୍ଞାନ ଥିଲା। ସେ ଶ୍ରୀଜଗନ୍ନାଥଙ୍କୁ ନେଇ ତାଙ୍କର ଅନନ୍ୟ ଅନୁଭୂତି ଓ ସେବାର୍ଜିତ ଅଭିଜ୍ଞତା ଆଧାରିତ ବହୁ ରଚନା ପ୍ରସ୍ତୁତ କରିଛନ୍ତି। ଶ୍ରୀ ମିଶ୍ରଙ୍କ ଘର ଜଟଣୀ ନିକଟସ୍ଥ କୁଦିଆରୀ ଗ୍ରାମରେ ଓ ସେ କୁଦିଆରୀ ହାଇସ୍କୁଲର ପ୍ରଥମ ପ୍ରଧାନ ଶିକ୍ଷକ ଥିଲେ। ଅବସର ପରେ ସେ ଭୁବନେଶ୍ବରର ଭିଏସ୍‌ଏସ୍‌ ନଗରରେ ରହୁଥିଲେ।

ଆହୁରି ପଢ଼ନ୍ତୁ: ରାଜ୍ୟର ଡିଜିଟାଲ ଓ ମୋବାଇଲ ସଂଯୋଗର ସାନ୍ଦ୍ରତା ନେଇ ରାଜ୍ୟସଭାରେ ପ୍ରଶ୍ନ ଉଠାଇଲେ ମାନସ ମଙ୍ଗରାଜ

06 Sep 2023 By The Sakala

ଶ୍ରୀମନ୍ଦିରର ପୂର୍ବତନ ପ୍ରଶାସକ ରବୀନ୍ଦ୍ର ନାରାୟଣ ମିଶ୍ରଙ୍କ ଦେହାନ୍ତ

ଭୁବନେଶ୍ବର: ଶ୍ରୀମନ୍ଦିର ପୂର୍ବତନ ପ୍ରଶାସକ ତଥା ଜଗନ୍ନାଥ ସଂସ୍କୃତିର ଗବେଷକ ରବୀନ୍ଦ୍ର ନାରାୟଣ ମିଶ୍ରଙ୍କ ପରଲୋକ ଘଟିଛି। ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ୮୭ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ତାଙ୍କର ମୃତ୍ୟୁ ନେଇ ପରିବାର ଲୋକଙ୍କ ପକ୍ଷରୁ ସୂଚନା ମିଳିଛି।  ଶ୍ରୀଜଗନ୍ନାଥଙ୍କ ପରମ ଭକ୍ତ, ‘ଆକାଶ ଦୀପ’ର ବିଶିଷ୍ଟ କଥାକାର ତଥା ଲୋକପ୍ରିୟ ସ୍ତମ୍ଭ ‘କଥାଟିଏ କହୁଁ’ର ଲେଖକ ରବୀନ୍ଦ୍ର ନାରାୟଣ ମିଶ୍ରଙ୍କ ବିୟୋଗରେ ରାଜ୍ୟର ଧର୍ମ-ସଂସ୍କୃତି ପରିସରରେ ଶୋକ ଛାୟା ଖେଳିଯାଇଛି।

ସୂଚନାଯୋଗ୍ୟ, ଶ୍ରୀମନ୍ଦିରର ପ୍ରାକ୍ତନ ପ୍ରଶାସକ ରହିଥିବା ଶ୍ରୀ ମିଶ୍ରଙ୍କର ମହାପ୍ରଭୁଙ୍କ ନୀତିକାନ୍ତି ଓ ମନ୍ଦିରରେ ପ୍ରଚଳିତ ପ୍ରଥାପରମ୍ପରା ଉପରେ ଅଗାଧ ଜ୍ଞାନ ଥିଲା। ସେ ଶ୍ରୀଜଗନ୍ନାଥଙ୍କୁ ନେଇ ତାଙ୍କର ଅନନ୍ୟ ଅନୁଭୂତି ଓ ସେବାର୍ଜିତ ଅଭିଜ୍ଞତା ଆଧାରିତ ବହୁ ରଚନା ପ୍ରସ୍ତୁତ କରିଛନ୍ତି। ଶ୍ରୀ ମିଶ୍ରଙ୍କ ଘର ଜଟଣୀ ନିକଟସ୍ଥ କୁଦିଆରୀ ଗ୍ରାମରେ ଓ ସେ କୁଦିଆରୀ ହାଇସ୍କୁଲର ପ୍ରଥମ ପ୍ରଧାନ ଶିକ୍ଷକ ଥିଲେ। ଅବସର ପରେ ସେ ଭୁବନେଶ୍ବରର ଭିଏସ୍‌ଏସ୍‌ ନଗରରେ ରହୁଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର