ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆରମ୍ଭ କରିଥିବା ସ୍କୁଲ ରୂପାନ୍ତରଣ ପ୍ରକ୍ରିୟାକୁ ମିଳିଲା ଜାତୀୟ ମାନ୍ୟତା

The Sakala Picture
Published On

ଭୁବନେଶ୍ବର: ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆରମ୍ଭ କରିଥିବା ସ୍କୁଲ ରୂପାନ୍ତରଣ ପ୍ରକ୍ରିୟାକୁ ମିଳିଛି ଜାତୀୟ ମାନ୍ୟତା । ରାଜ୍ୟର ପ୍ରାୟ ୭ହଜାର ସ୍କୁଲର ରୂପାନ୍ତରଣ କରିଥିଲେ ନବୀନ ସରକାର। ଯାହାର ଫଳସ୍ବରୁପ କେନ୍ଦ୍ର ସରକାରଙ୍କ ପରଫର୍ମାନ୍ସ ଗ୍ରେଡିଂ ଇଣ୍ଡେକ୍ସରେ ଓଡିଶା ଜାତୀୟ ସ୍ତରରେ ପଞ୍ଚମ ସ୍ଥାନ ଅଧିକାର କରିଛି । ପରଫର୍ମାନ୍ସ ଗ୍ରେଡିଂରେ ଓଡିଶା ଜାତୀୟ ସ୍ତରରେ ୫୯୫.୬ ସ୍କୋର କରି ୨୦୨୩-୨୪ ଶିକ୍ଷାବର୍ଷରେ ପ୍ରଚେଷ୍ଟା-୩ ଗ୍ରେଡ ହାସଲ କରିଛି। ୨୦୧୯ରେ ଓଡିଶା ୧୪ ନମ୍ବର […]

ଭୁବନେଶ୍ବର: ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆରମ୍ଭ କରିଥିବା ସ୍କୁଲ ରୂପାନ୍ତରଣ ପ୍ରକ୍ରିୟାକୁ ମିଳିଛି ଜାତୀୟ ମାନ୍ୟତା । ରାଜ୍ୟର ପ୍ରାୟ ୭ହଜାର ସ୍କୁଲର ରୂପାନ୍ତରଣ କରିଥିଲେ ନବୀନ ସରକାର। ଯାହାର ଫଳସ୍ବରୁପ କେନ୍ଦ୍ର ସରକାରଙ୍କ ପରଫର୍ମାନ୍ସ ଗ୍ରେଡିଂ ଇଣ୍ଡେକ୍ସରେ ଓଡିଶା ଜାତୀୟ ସ୍ତରରେ ପଞ୍ଚମ ସ୍ଥାନ ଅଧିକାର କରିଛି । ପରଫର୍ମାନ୍ସ ଗ୍ରେଡିଂରେ ଓଡିଶା ଜାତୀୟ ସ୍ତରରେ ୫୯୫.୬ ସ୍କୋର କରି ୨୦୨୩-୨୪ ଶିକ୍ଷାବର୍ଷରେ ପ୍ରଚେଷ୍ଟା-୩ ଗ୍ରେଡ ହାସଲ କରିଛି। ୨୦୧୯ରେ ଓଡିଶା ୧୪ ନମ୍ବର ସ୍ଥାନରେ ଥିଲା। ପ୍ରଦର୍ଶନ ଏବଂ ପ୍ରଶାସନ ଓ ପରିଚାଳନା କ୍ଷେତ୍ରରେ ୭୩ଟି ମାନଦଣ୍ଡକୁ ଆଧାର କରି କେନ୍ଦ୍ର ସରକାର ପରଫର୍ମାନ୍ସ ଗ୍ରେଡେସନ କରିଥାନ୍ତି।

ଆହୁରି ପଢ଼ନ୍ତୁ: କଲେଜ ଆଗରେ ଭୁଜାଲି ଦେଖାଇ ଯୁବତୀଙ୍କୁ ଧମକାଇଲା ଯୁବକ, ଥାନାରେ ଅଟକ

ନବୀନ ପଟ୍ଟନାୟକ ସ୍କୁଲ ଶିକ୍ଷା ପ୍ରତି ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି କରିବାକୁ ୭ହଜାର ସ୍କୁଲର ରୂପାନ୍ତରଣ କରିଥିଲେ। ଛାତ୍ରଛାତ୍ରୀଙ୍କ ଶିକ୍ଷାଗତ ଦକ୍ଷତା ବୃଦ୍ଧି ଜରିଆରେ ହିଁ ସଶକ୍ତ ଓଡିଶା ଗଠନ କରାଯାଇପାରିବ ବୋଲି ନବୀନ ସବୁବେଳେ କହିଆସୁଥିଲେ। ସେଥିପାଇଁ ସେ ସ୍କୁଲ ଭିତ୍ତିଭୂମୀକୁ ସୁଦୃଢ କରିଥିଲେ। ସ୍କୁଲ ଶିକ୍ଷାରେ ଓଡିଶାକୁ ମିଳିଥିବା ଏହି ସଫଳତା ପାଇଁ ନବୀନ ସବୁ ଶିକ୍ଷାର୍ଥୀ, ଶିକ୍ଷକ, ଅଭିଭାବକ ଓ ରୂପାନ୍ତରଣ ପ୍ରକ୍ରିୟାରେ ସାମିଲ ଥିବା ସବୁ ପ୍ରଶାସନିକ ଅଧିକାରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଓଡିଶାର ଏହି ସଫଳତାକୁ ନବୀନ ତାଙ୍କ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି।

ଆହୁରି ପଢ଼ନ୍ତୁ: କୂଅ ସଫାବେଳେ ଶ୍ୱାସରୁଦ୍ଧ ହୋଇ ଜଣେ ମୃତ, ୨ ଗୁରୁତର

03 Jul 2025 By The Sakala

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆରମ୍ଭ କରିଥିବା ସ୍କୁଲ ରୂପାନ୍ତରଣ ପ୍ରକ୍ରିୟାକୁ ମିଳିଲା ଜାତୀୟ ମାନ୍ୟତା

ଭୁବନେଶ୍ବର: ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆରମ୍ଭ କରିଥିବା ସ୍କୁଲ ରୂପାନ୍ତରଣ ପ୍ରକ୍ରିୟାକୁ ମିଳିଛି ଜାତୀୟ ମାନ୍ୟତା । ରାଜ୍ୟର ପ୍ରାୟ ୭ହଜାର ସ୍କୁଲର ରୂପାନ୍ତରଣ କରିଥିଲେ ନବୀନ ସରକାର। ଯାହାର ଫଳସ୍ବରୁପ କେନ୍ଦ୍ର ସରକାରଙ୍କ ପରଫର୍ମାନ୍ସ ଗ୍ରେଡିଂ ଇଣ୍ଡେକ୍ସରେ ଓଡିଶା ଜାତୀୟ ସ୍ତରରେ ପଞ୍ଚମ ସ୍ଥାନ ଅଧିକାର କରିଛି । ପରଫର୍ମାନ୍ସ ଗ୍ରେଡିଂରେ ଓଡିଶା ଜାତୀୟ ସ୍ତରରେ ୫୯୫.୬ ସ୍କୋର କରି ୨୦୨୩-୨୪ ଶିକ୍ଷାବର୍ଷରେ ପ୍ରଚେଷ୍ଟା-୩ ଗ୍ରେଡ ହାସଲ କରିଛି। ୨୦୧୯ରେ ଓଡିଶା ୧୪ ନମ୍ବର ସ୍ଥାନରେ ଥିଲା। ପ୍ରଦର୍ଶନ ଏବଂ ପ୍ରଶାସନ ଓ ପରିଚାଳନା କ୍ଷେତ୍ରରେ ୭୩ଟି ମାନଦଣ୍ଡକୁ ଆଧାର କରି କେନ୍ଦ୍ର ସରକାର ପରଫର୍ମାନ୍ସ ଗ୍ରେଡେସନ କରିଥାନ୍ତି।

ନବୀନ ପଟ୍ଟନାୟକ ସ୍କୁଲ ଶିକ୍ଷା ପ୍ରତି ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି କରିବାକୁ ୭ହଜାର ସ୍କୁଲର ରୂପାନ୍ତରଣ କରିଥିଲେ। ଛାତ୍ରଛାତ୍ରୀଙ୍କ ଶିକ୍ଷାଗତ ଦକ୍ଷତା ବୃଦ୍ଧି ଜରିଆରେ ହିଁ ସଶକ୍ତ ଓଡିଶା ଗଠନ କରାଯାଇପାରିବ ବୋଲି ନବୀନ ସବୁବେଳେ କହିଆସୁଥିଲେ। ସେଥିପାଇଁ ସେ ସ୍କୁଲ ଭିତ୍ତିଭୂମୀକୁ ସୁଦୃଢ କରିଥିଲେ। ସ୍କୁଲ ଶିକ୍ଷାରେ ଓଡିଶାକୁ ମିଳିଥିବା ଏହି ସଫଳତା ପାଇଁ ନବୀନ ସବୁ ଶିକ୍ଷାର୍ଥୀ, ଶିକ୍ଷକ, ଅଭିଭାବକ ଓ ରୂପାନ୍ତରଣ ପ୍ରକ୍ରିୟାରେ ସାମିଲ ଥିବା ସବୁ ପ୍ରଶାସନିକ ଅଧିକାରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଓଡିଶାର ଏହି ସଫଳତାକୁ ନବୀନ ତାଙ୍କ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର