ଗୁଣପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କ ୭୬ ବର୍ଷ ବୟସରେ ପରଲୋକ

Madhusudan Das Picture
Published On

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଗୁଣପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କର ୭୬ ବର୍ଷ ବୟସରେ ଶୁକ୍ରବାର ସକାଳେ ଦେହାନ୍ତ ହୋଇଛି। କଟକ ସ୍ଥିତ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଭୋର ପ୍ରାୟ ୩ଟା ସମୟରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।

ଆହୁରି ପଢ଼ନ୍ତୁ: ଯାଜପୁରରେ ଅଘଟଣ: ନଦୀ ପାର ସମୟରେ ବୁଡିଗଲା ଡଙ୍ଗା; ଦୁଇ ନିଖୋଜ, ଦୁଇ ଉଦ୍ଧାର

ସେ ଦୀର୍ଘ ଦିନ ଧରି ଉଚ୍ଚ ରକ୍ତଚାପ ଏବଂ ମଧୁମେହ ରୋଗରେ ପୀଡ଼ିତ ଥିଲେ। ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ଦୁଇ ଦିନ ପୂର୍ବରୁ ତାଙ୍କୁ ପ୍ରଥମେ ଏମ୍ସ ଭୁବନେଶ୍ୱରରେ ଭର୍ତ୍ତି କରାଯାଇଥିଲା ଏବଂ ପରେ ଉନ୍ନତ ଚିକିତ୍ସା ପାଇଁ କଟକ ଏସସିବିକୁ ସ୍ଥାନାନ୍ତର କରାଯାଇଥିଲା, ଯେଉଁଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟା ପାଇଁ ରାଷ୍ଟ୍ରପତିଙ୍କ ରାଇରଙ୍ଗପୁର ଗସ୍ତରେ ପରିବର୍ତ୍ତନ, ନଭେମ୍ୱର ୪ରେ ଆସିପାରନ୍ତି ରାଷ୍ଟ୍ରପତି

ରାମମୂର୍ତ୍ତି ଗମାଙ୍ଗ ଗୁଣପୁର ବିଧାନସଭା କ୍ଷେତ୍ରରୁ ଦୁଇଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସେ ପ୍ରଥମେ ୧୯୯୦ ରୁ ୧୯୯୫ ମସିହା ପର୍ଯ୍ୟନ୍ତ ଜନତା ଦଳର ପ୍ରାର୍ଥୀ ଭାବେ ଏବଂ ପରେ ୨୦୦୦ ରୁ ୨୦୦୫ ମସିହା ପର୍ଯ୍ୟନ୍ତ ବିଜେଡି-ବିଜେପି ମେଣ୍ଟ ସମୟରେ ବିଜେପି ପ୍ରାର୍ଥୀ ଭାବେ ବିଜୟୀ ହୋଇ ବିଧାନସଭାକୁ ଯାଇଥିଲେ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ଆତଙ୍କ: ଘରେ ପଶି ଯୁବତୀ ଓ ତାଙ୍କ ବାପା-ମା'ଙ୍କୁ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

ନିଜର ଗର୍ଭବତୀ ପତ୍ନୀ ଶଶିରେଖାଙ୍କ ଚାଞ୍ଚଲ୍ୟକର ହତ୍ୟା ମାମଲାରେ ଗମାଙ୍ଗ ଦୋଷୀ ସାବ୍ୟସ୍ତ ହୋଇ ଜେଲ ଦଣ୍ଡ ଭୋଗୁଥିଲେ। ତାଙ୍କ ବାସଭବନର ଶୌଚାଳୟରୁ ପତ୍ନୀଙ୍କର ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର କରାଯାଇଥିଲା। ସେତେବେଳେ ସେ ଏହାକୁ ଆତ୍ମହତ୍ୟା ବୋଲି ଦାବି କରିବା ସହ ତାଙ୍କୁ ରାଜନୈତିକ ଉଦ୍ଦେଶ୍ୟ ରଖି ଫସାଇ ଦିଆଯାଉଛି ବୋଲି କହିଥିଲେ। ପରେ ପୋଲିସ ତଦନ୍ତରୁ ରାମମୂର୍ତ୍ତି ପତ୍ନୀଙ୍କୁ ହତ୍ୟା କରିଥିବା ଜଣାପଡ଼ିଥିଲା । 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର