ବିଜେଡିରେ ସାମିଲ ହେଲେ ପୂର୍ବତନ ଆଇଏଏସ ଅଫିସର ସୁଜାତା ରାଉତ କାର୍ତ୍ତିକେୟନ

Madhusudan Das Picture
Published On

ଭୁବନେଶ୍ୱର: ବିଜେଡିରେ ମିଶିଲେ ସୁଜାତା ରାଉତ କାର୍ତ୍ତିକେୟନ । ଶଙ୍ଖ ଭବନରେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହେଲେ ପୂର୍ବତନ ଆଇଏଏସ ଅଫିସର ସୁଜାତା ରାଉତ କାର୍ତ୍ତିକେୟନ । ସୁଜାତାଙ୍କୁ ଦଳକୁ ସ୍ବାଗତ କଲେ ଅନେକ ବରିଷ୍ଠ ନେତା ।

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରି ଗଛରେ ଟାଙ୍ଗି ଦେଲେ ଦୁର୍ବୁତ୍ତ !

୨୦୦୦ ମସିହା ବ୍ୟାଚର IAS ଅଫିସର ହେଉଛନ୍ତି ସୁଜାତା କାର୍ତ୍ତିକେୟନ। ସୁନ୍ଦରଗଡ଼ରେ ଜିଲ୍ଲାପାଳ ଥିବାବେଳେ ଛାତ୍ରୀଙ୍କ ପାଇଁ ସାଇକେଲ ଯୋଜନା ଆରମ୍ଭ କରିଥିଲେ । ମଧ୍ୟାହ୍ନ ଭୋଜନରେ ଅଣ୍ଡା ଅନ୍ତର୍ଭୁକ୍ତ କରିବାକୁ ପଦକ୍ଷେପ ନେଇଥିଲେ । ଫୁଟବଲ୍ ଏବଂ ହକିକୁ ପ୍ରୋତ୍ସାହନ ଦେବାକୁ ଅନେକ ପଦକ୍ଷେପ ନେଇଥିଲେ । କଟକ ଜିଲ୍ଲାର ପ୍ରଥମ ମହିଳା ଜିଲ୍ଲାପାଳ ଭାବେ ଯୋଗ ଦେଇଥିଲେ ସୁଜାତା । ମିଶନ ଶକ୍ତି ବିଭାଗର ସଚିବ ଭାବେ ମହିଳା ସଶକ୍ତି କରଣ ଦିଗରେ ଅନେକ କାମ କରିଛନ୍ତି । ୭୦ ଲକ୍ଷରୁ ଅଧିକ ମହିଳାଙ୍କୁ SHG ମାଧ୍ୟମରେ ସ୍ବାବଲମ୍ବୀ କରିବା ସୁଜାତାଙ୍କ ବଡ ପଦକ୍ଷେପ । ସୁଜାତାଙ୍କ ସମୟରେ SHG ଗ୍ରୁପ ଋଣ ସଂଯୋଗ ୫୦୦ କୋଟିରୁ ୧୫ ହଜାର କୋଟିକୁ ବୃଦ୍ଧି ପାଇଥିଲା ।

ଆହୁରି ପଢ଼ନ୍ତୁ: ସାପ କାମୁଡ଼ିବା ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର