କଳାହାଣ୍ଡିର ପୂର୍ବତନ ସାଂସଦ ସୁବାସ ଚନ୍ଦ୍ର ନାୟକଙ୍କ ପରଲୋକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର : କଳାହାଣ୍ଡିର ପୂର୍ବତନ ଲୋକସଭା ସଦସ୍ୟ ସୁବାସ ଚନ୍ଦ୍ର ନାୟକଙ୍କ ପରଲୋକ ହୋଇଛି। ରବିବାର ସକାଳୁ ତାଙ୍କର ହୃଦଘାତରେ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ହୋଇଥିଲା। କଳାହାଣ୍ଡିର ଲୋକସଭା ସଦସ୍ୟ ଭାବେ ସେ ୧୯୯୧ରୁ ୧୯୯୫ ପର୍ଯ୍ୟନ୍ତ କଂଗ୍ରେସ ଟିକେଟ୍‌ରେ ନିର୍ବାଚିତ ହୋଇଥିଲେ। କଳାହାଣ୍ଡିର ପୂର୍ବତନ ସାଂସଦ, ସଂଗ୍ରାମୀ ନେତା ଓ ସାମ୍ବାଦିକ ସୁବାସ ଚନ୍ଦ୍ର ନାଏକଙ୍କ ମୃତ୍ୟୁକୁ ନେଇ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି। ୧୯୪୭ ମସିହା […]

ଭୁବନେଶ୍ବର : କଳାହାଣ୍ଡିର ପୂର୍ବତନ ଲୋକସଭା ସଦସ୍ୟ ସୁବାସ ଚନ୍ଦ୍ର ନାୟକଙ୍କ ପରଲୋକ ହୋଇଛି। ରବିବାର ସକାଳୁ ତାଙ୍କର ହୃଦଘାତରେ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ହୋଇଥିଲା। କଳାହାଣ୍ଡିର ଲୋକସଭା ସଦସ୍ୟ ଭାବେ ସେ ୧୯୯୧ରୁ ୧୯୯୫ ପର୍ଯ୍ୟନ୍ତ କଂଗ୍ରେସ ଟିକେଟ୍‌ରେ ନିର୍ବାଚିତ ହୋଇଥିଲେ। କଳାହାଣ୍ଡିର ପୂର୍ବତନ ସାଂସଦ, ସଂଗ୍ରାମୀ ନେତା ଓ ସାମ୍ବାଦିକ ସୁବାସ ଚନ୍ଦ୍ର ନାଏକଙ୍କ ମୃତ୍ୟୁକୁ ନେଇ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।

ଆହୁରି ପଢ଼ନ୍ତୁ: କାର୍ଯ୍ୟରେ ଅବହେଳା ଅଭିଯୋଗରେ ଜଳ ସଂପଦ ବିଭାଗର ୩ ଇଂଜିନିୟର ସସ୍‌ପେଣ୍ଡ

୧୯୪୭ ମସିହା ଅଗଷ୍ଟ ୧୫ ତାରିଖରେ ସେ ଜନ୍ମ ହୋଇଥିଲେ। ସେ ୧୯୯୧ ମସିହାରେ କଂଗ୍ରେସ ଟିକେଟ୍‌ରେ କଳାହାଣ୍ଡି ଆସନରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ପ୍ରଧାନମନ୍ତ୍ରୀ ନରସିଂହ ରାଓଙ୍କ ସମୟରେ କଂଗ୍ରେସ ସାଂସଦ ଥିଲେ। ସଂସଦ ଭବନରେ ପ୍ରଥମ ଦିନ ହିଁ ସେ ପାହାଚରେ ମୁଣ୍ଡିଆ ମାରି ସଂସଦକୁ ମନ୍ଦିର ବୋଲି ବର୍ଣ୍ଣନା କରି ବେଶ ଚର୍ଚ୍ଚିତ ହୋଇଥିଲେ। ତାଙ୍କର ଖୁବ୍ ଭଲ ସମ୍ପର୍କ ଥିଲା। ସେ ଜଣେ ସମାଜସେବୀ ଥିଲେ। ହସ୍ପିଟାଲ କର୍ମଚାରୀ ଭାବରେ ନିଜର କ୍ୟାରିଅର ଆରମ୍ଭ କରି ପରେ ଅଧାରୁ ଚାକିରି ଛାଡ଼ି ସାମ୍ବାଦିକତା ଓ ପ୍ରିଣ୍ଟିଂଗ ପ୍ରେସ କରିଥିଲେ। ସେ ପୂର୍ବରୁ କର୍ମଚାରୀ ସଂଘର ସମ୍ପାଦକ ରହି କର୍ମଚାରୀଙ୍କ ସ୍ୱାର୍ଥ ପାଇଁ ଲଢୁଥିଲେ।

ଆହୁରି ପଢ଼ନ୍ତୁ: ଆଜି ଶଙ୍ଖ ଭବନରେ ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ; ପରାଜିତ ନେତାଙ୍କ ସହ କଥା ହେବେ ନବୀନ

ଅନ୍ୟପଟେ କଳାହାଣ୍ଡିର ପୂର୍ବତନ ଲୋକସଭା ସଦସ୍ୟ ସୁବାସ ଚନ୍ଦ୍ର ନାୟକଙ୍କ ପରଲୋକ ପରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଟ୍ବିଟ କରି ଶୋକ ବ୍ୟକ୍ତ କରିବା ସହ କହିଛନ୍ତି ‘କଳାହାଣ୍ଡିର ପୂର୍ବତନ ସାଂସଦ ସୁବାସ ଚନ୍ଦ୍ର ନାୟକଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।’

24 Jul 2022 By The Sakala

କଳାହାଣ୍ଡିର ପୂର୍ବତନ ସାଂସଦ ସୁବାସ ଚନ୍ଦ୍ର ନାୟକଙ୍କ ପରଲୋକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : କଳାହାଣ୍ଡିର ପୂର୍ବତନ ଲୋକସଭା ସଦସ୍ୟ ସୁବାସ ଚନ୍ଦ୍ର ନାୟକଙ୍କ ପରଲୋକ ହୋଇଛି। ରବିବାର ସକାଳୁ ତାଙ୍କର ହୃଦଘାତରେ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ହୋଇଥିଲା। କଳାହାଣ୍ଡିର ଲୋକସଭା ସଦସ୍ୟ ଭାବେ ସେ ୧୯୯୧ରୁ ୧୯୯୫ ପର୍ଯ୍ୟନ୍ତ କଂଗ୍ରେସ ଟିକେଟ୍‌ରେ ନିର୍ବାଚିତ ହୋଇଥିଲେ। କଳାହାଣ୍ଡିର ପୂର୍ବତନ ସାଂସଦ, ସଂଗ୍ରାମୀ ନେତା ଓ ସାମ୍ବାଦିକ ସୁବାସ ଚନ୍ଦ୍ର ନାଏକଙ୍କ ମୃତ୍ୟୁକୁ ନେଇ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।

୧୯୪୭ ମସିହା ଅଗଷ୍ଟ ୧୫ ତାରିଖରେ ସେ ଜନ୍ମ ହୋଇଥିଲେ। ସେ ୧୯୯୧ ମସିହାରେ କଂଗ୍ରେସ ଟିକେଟ୍‌ରେ କଳାହାଣ୍ଡି ଆସନରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ପ୍ରଧାନମନ୍ତ୍ରୀ ନରସିଂହ ରାଓଙ୍କ ସମୟରେ କଂଗ୍ରେସ ସାଂସଦ ଥିଲେ। ସଂସଦ ଭବନରେ ପ୍ରଥମ ଦିନ ହିଁ ସେ ପାହାଚରେ ମୁଣ୍ଡିଆ ମାରି ସଂସଦକୁ ମନ୍ଦିର ବୋଲି ବର୍ଣ୍ଣନା କରି ବେଶ ଚର୍ଚ୍ଚିତ ହୋଇଥିଲେ। ତାଙ୍କର ଖୁବ୍ ଭଲ ସମ୍ପର୍କ ଥିଲା। ସେ ଜଣେ ସମାଜସେବୀ ଥିଲେ। ହସ୍ପିଟାଲ କର୍ମଚାରୀ ଭାବରେ ନିଜର କ୍ୟାରିଅର ଆରମ୍ଭ କରି ପରେ ଅଧାରୁ ଚାକିରି ଛାଡ଼ି ସାମ୍ବାଦିକତା ଓ ପ୍ରିଣ୍ଟିଂଗ ପ୍ରେସ କରିଥିଲେ। ସେ ପୂର୍ବରୁ କର୍ମଚାରୀ ସଂଘର ସମ୍ପାଦକ ରହି କର୍ମଚାରୀଙ୍କ ସ୍ୱାର୍ଥ ପାଇଁ ଲଢୁଥିଲେ।

ଅନ୍ୟପଟେ କଳାହାଣ୍ଡିର ପୂର୍ବତନ ଲୋକସଭା ସଦସ୍ୟ ସୁବାସ ଚନ୍ଦ୍ର ନାୟକଙ୍କ ପରଲୋକ ପରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଟ୍ବିଟ କରି ଶୋକ ବ୍ୟକ୍ତ କରିବା ସହ କହିଛନ୍ତି ‘କଳାହାଣ୍ଡିର ପୂର୍ବତନ ସାଂସଦ ସୁବାସ ଚନ୍ଦ୍ର ନାୟକଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।’

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର