କରୋନାରେ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ

The Sakala Picture
Published On

ଭୁବନେଶ୍ବର: କରୋନାରେ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ଦେହାନ୍ତ। ସେ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଥିଲେ। ଆଜି ତାଙ୍କର ମୃତ୍ଯୁ ଘଟିଛି। ମୃତ୍ଯୁ ବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା। ବାସୁଦେବପୁର ନିର୍ବାଚନ ମଣ୍ଡଳୀରୁ ୬ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୨ଥର ଜନତା ଦଳ ଓ ୪ଥର ବିଜୁ ଜନତା ଦଳରୁ ନିର୍ବାଚିତ ହୋଇଥିଲେ। ୧୯୫୩ ମସିହାରେ ଜନ୍ମିତ ବିଜୟଶ୍ରୀ ଭୂଗୋଳରେ ଏମଏ କରିଥିଲେ। ୧୯୮୦ ମସିହାରେ […]

ଭୁବନେଶ୍ବର: କରୋନାରେ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ଦେହାନ୍ତ। ସେ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଥିଲେ। ଆଜି ତାଙ୍କର ମୃତ୍ଯୁ ଘଟିଛି। ମୃତ୍ଯୁ ବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା। ବାସୁଦେବପୁର ନିର୍ବାଚନ ମଣ୍ଡଳୀରୁ ୬ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୨ଥର ଜନତା ଦଳ ଓ ୪ଥର ବିଜୁ ଜନତା ଦଳରୁ ନିର୍ବାଚିତ ହୋଇଥିଲେ।

ଆହୁରି ପଢ଼ନ୍ତୁ: କଟକ ଜଗତପୁର ଶିଳ୍ପାଞ୍ଚଳରେ ଥିବା ଏକ କ୍ଷୀର ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

୧୯୫୩ ମସିହାରେ ଜନ୍ମିତ ବିଜୟଶ୍ରୀ ଭୂଗୋଳରେ ଏମଏ କରିଥିଲେ। ୧୯୮୦ ମସିହାରେ ସେ ସକ୍ରିୟ ରାଜନୀତିରେ ସାମିଲ ହୋଇଥିଲେ । ରେଭେନ୍ସା କଲେଜରେ ଅଧ୍ୟାପକ ଥିବା ବିଜୟଶ୍ରୀ ୧୯୮୦ରେ ଚାକିରିରୁ ଇସ୍ତଫା ଦେଇ ସକ୍ରିୟ ରାଜନୀତିରେ ପ୍ରବେଶ କରିଥିଲେ। ପ୍ରଥମ ଥର ପାଇଁ ୧୯୯୦ରେ ସେ ଭଦ୍ରକର ବାସୁଦେବପୁରରୁ ନିର୍ବାଚନ ମଣ୍ଡଳିରୁ ଜନତା ଦଳ ଟିକେଟରେ ନିର୍ବାଚନ ଲଢିଥିଲେ ଓ ଜିତିଥିଲେ । ୨୦୧୯ରେ ରାଜନୀତିରୁ ଅବସର ନେଇଥିଲେ। ନିଜ ପୁଅଙ୍କ ପାଇଁ ଆସନ ଛାଡିଥିଲେ। ତାଙ୍କ ପୁଅ ବିଷ୍ଣୁବ୍ରତ ରାଉତରାୟ ନିର୍ବାଚନ ଲଢିବା ସହ ବିଜୟୀ ମଧ୍ଯ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଗୋପାଳପୁର ଗାଁରୁ ବିଡ଼ା ବିଡ଼ା ଟଙ୍କା ସହ ୧ କ୍ବିଣ୍ଟାଲ ଗଞ୍ଜେଇ ଜବତ, ଦୁଇ ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର