ପୂର୍ବତନ ମନ୍ତ୍ରୀ ଡମ୍ବୁରୁଧର ଉଲାକାଙ୍କ ପରଲୋକ

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଡମ୍ବୁରୁଧର ଉଲାକାଙ୍କ ପରଲୋକ ଘଟିଛି। ୮୭ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି। ଅସୁସ୍ଥତା କାରଣରୁ ଦୀର୍ଘଦିନ ହେବ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଚିକିତ୍ସାଧୀନ ଥିଲେ ଡମ୍ବୁରୁଧର ଉଲାକା। ଗତ ରାତି ପ୍ରାୟ ୧୧ ଟା ବେଳେ ତାଙ୍କର ମୃତ୍ୟୁ ହୋଇଥିବା ତାଙ୍କ ପୁତ୍ର ନୀଳମାଧବ ଉଲାକା ସୂଚନା ଦେଇଛନ୍ତି। ବିଷମକଟକରୁ ୫ଥର କଂଗ୍ରେସ ବିଧାୟକ ଥିଲେ ଡମ୍ବୁରୁଧର ଉଲାକା। […]

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଡମ୍ବୁରୁଧର ଉଲାକାଙ୍କ ପରଲୋକ ଘଟିଛି। ୮୭ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି। ଅସୁସ୍ଥତା କାରଣରୁ ଦୀର୍ଘଦିନ ହେବ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଚିକିତ୍ସାଧୀନ ଥିଲେ ଡମ୍ବୁରୁଧର ଉଲାକା। ଗତ ରାତି ପ୍ରାୟ ୧୧ ଟା ବେଳେ ତାଙ୍କର ମୃତ୍ୟୁ ହୋଇଥିବା ତାଙ୍କ ପୁତ୍ର ନୀଳମାଧବ ଉଲାକା ସୂଚନା ଦେଇଛନ୍ତି।

ବିଷମକଟକରୁ ୫ଥର କଂଗ୍ରେସ ବିଧାୟକ ଥିଲେ ଡମ୍ବୁରୁଧର ଉଲାକା। ଏହାସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ମଧ୍ୟ ଥିଲେ। ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁରରେ ୧୯୩୭ ମସିହାରେ ଜନ୍ମ ଗ୍ରହଣ କରିଥିଲେ ଡମ୍ବୁରୁଧର ଉଲାକା।

About The Author: The Sakala