ବିଶିଷ୍ଟ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଦୁର୍ଯ୍ୟୋଧନ ମାଝୀଙ୍କ ପରଲୋକ

The Sakala Picture
Published On

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ଦୁର୍ଯ୍ୟୋଧନ ମାଝୀଙ୍କ ପରଲୋକ । ନୂଆପଡା ଜିଲ୍ଲାର ବରିଷ୍ଠ ରାଜନେତା ଖଡିଆଳ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଦୁର୍ଯ୍ୟୋଧନ ମାଝୀଙ୍କ ପରଲୋକ ‌ହୋଇଛି । ସୂଚନା ଅନୁସାରେ, ବିଳମ୍ବିତ ରାତିରେ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ ତାଙ୍କର ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୪ବର୍ଷ ହୋଇଥିଲା । ସ୍ବର୍ଗତଃ ଦୁର୍ଯ୍ୟୋଧନ ମାଝୀ ନୂଆପଡା ଜିଲ୍ଲା ଖଡିଆଳ ନିର୍ବାଚନ ମଣ୍ଡଳୀରୁ ୫ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ତାଙ୍କର […]

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ଦୁର୍ଯ୍ୟୋଧନ ମାଝୀଙ୍କ ପରଲୋକ । ନୂଆପଡା ଜିଲ୍ଲାର ବରିଷ୍ଠ ରାଜନେତା ଖଡିଆଳ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଦୁର୍ଯ୍ୟୋଧନ ମାଝୀଙ୍କ ପରଲୋକ ‌ହୋଇଛି । ସୂଚନା ଅନୁସାରେ, ବିଳମ୍ବିତ ରାତିରେ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ ତାଙ୍କର ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୪ବର୍ଷ ହୋଇଥିଲା । ସ୍ବର୍ଗତଃ ଦୁର୍ଯ୍ୟୋଧନ ମାଝୀ ନୂଆପଡା ଜିଲ୍ଲା ଖଡିଆଳ ନିର୍ବାଚନ ମଣ୍ଡଳୀରୁ ୫ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ତାଙ୍କର ମୃତ୍ୟୁ ଖବର ପାଇବା ପରେ ଖଡିଆଳ ନିର୍ବାଚନ ମଣ୍ଡଳୀରେ ଶୋକରଛାୟା ଖେଳିଯାଇଛି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ମହାନଦୀ ନର୍ଦ୍ଦର୍ଣ୍ଣ ଡିଭିଜନ୍‌ର ଅଧୀକ୍ଷଣ ଯନ୍ତ୍ରୀ, ୨୧.୮୮ ଲକ୍ଷ ଟଙ୍କା ଜବତ

ସେ ୧୯୯୦ରୁ ୨୦୧୯ ପର୍ଯ୍ୟନ୍ତ କ୍ରମାଗତ ବିଧାୟକ ରହିଥିଲେ। ପ୍ରଥମେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ନେତୃତ୍ବାଧୀନ ଜନତା ଦଳରୁ ୧୯୯୦ରେ ଖଡ଼ିଆଳରୁ ସେ ବିଧାନସଭାକୁ ଆସିଥିଲେ। ଏହାପରେ ପୁଣି ୧୯୯୫ରେ ସେଠାରୁ ଜନତା ଦଳ ଟିକଟରେ ନିର୍ବାଚିତ ହୋଇଥିଲେ। ପରେ ବିଜୁ ଜନତା ଦଳରେ ଯୋଗଦାନ କରି ସେ ୨୦୦୦ରୁ ୨୦୧୪ ପର୍ଯ୍ୟନ୍ତ ବିଧାୟକ ରହିଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବାଧୀନ ସରକାରରେ ସେ ୨୦୦୦ରେ ଏବଂ ୨୦୦୬ ମସିହାରେ ଦୁଇ ଥର ମନ୍ତ୍ରୀ ମଧ୍ୟ ରହିଥିଲେ।

ଆହୁରି ପଢ଼ନ୍ତୁ: ଆଜି ମା'ଙ୍କ ଭସାଣି: ସୁରକ୍ଷା ପାଇଁ ଭୁବନେଶ୍ୱରରେ ମୁତୟନ ହେବେ ୪୮ ପ୍ଲାଟୁନ୍ ପୋଲିସ, DJ ଉପରେ କଟକଣା

୨୦୧୪ ମସିହାରେ ସେ ବିଜୁ ଜନତା ଦଳରୁ ଇସ୍ତଫା ଦେଇ ଭାରତୀୟ ଜନତା ପାର୍ଟିରେ ଯୋଗଦାନ କରିଥିଲେ। ସେହିବର୍ଷ ବିଧାନସଭା ନିର୍ବାଚନ‌ରେ ଭାରତୀୟ ଜନତା ପାର୍ଟିରୁ ଲଢ଼ି ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୨୦୧୯ ସାଧାରଣ ନିର୍ବାଚନରେ ବିଜେପି ପକ୍ଷରୁ ତାଙ୍କୁ ଦଳୀୟ ଟିକେଟ ନ ମିଳିବାରୁ ସେ ଦଳରୁ ଇସ୍ତଫା ଦେଇଥିଲେ। ପରବର୍ତ୍ତୀ ସମୟରେ ସେ ପୁଣି ବିଜୁ ଜନତା ଦଳକୁ ଫେରି ଆସିଥିଲେ।

ଆହୁରି ପଢ଼ନ୍ତୁ: ଯାଜପୁରରେ ଅଘଟଣ: ନଦୀ ପାର ସମୟରେ ବୁଡିଗଲା ଡଙ୍ଗା; ଦୁଇ ନିଖୋଜ, ଦୁଇ ଉଦ୍ଧାର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର