କରୋନାରେ ଚାଲିଗଲେ ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ୍ନାଥ ପହାଡିଆ

ଜୟପୁର: ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଜଗନ୍ନାଥ ପହାଡିଆ କରୋନାରେ ସଂକ୍ରମିତ ହୋଇ ପ୍ରାଣ ହରାଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା। ଗତକାଲି ଗୁରୁଗାଁର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ଜଗନ୍ନାଥ ପହାଡିଆ । ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ କରାଯିବ। ରାଜ୍ୟରେ ଦିନିକିଆ ଶୋକ ପାଳନ କରାଯାଉଛି। ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଗଭୀର ଶୋକ ପ୍ରକାଶ କରି ଜଗନ୍ନାଥଙ୍କ […]

ଜୟପୁର: ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଜଗନ୍ନାଥ ପହାଡିଆ କରୋନାରେ ସଂକ୍ରମିତ ହୋଇ ପ୍ରାଣ ହରାଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା। ଗତକାଲି ଗୁରୁଗାଁର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ଜଗନ୍ନାଥ ପହାଡିଆ । ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ କରାଯିବ। ରାଜ୍ୟରେ ଦିନିକିଆ ଶୋକ ପାଳନ କରାଯାଉଛି। ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଗଭୀର ଶୋକ ପ୍ରକାଶ କରି ଜଗନ୍ନାଥଙ୍କ ପରଲୋକ ତାଙ୍କ ପାଇଁ ବ୍ୟକ୍ତିଗତ କ୍ଷତି ବୋଲି କହିଛନ୍ତି।


ସେହିପରି ଜଗନ୍ନାଥ ପହାଡିଆଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଜସ୍ଥାନର ପ୍ରଥମ ଦଳିତ ମୁଖ୍ୟମନ୍ତ୍ରୀ ଥିଲେ ଜଗନ୍ନାଥ ପହାଡିଆ । ୧୩ ମାସ ସେ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ତୁଲାଇଥିଲେ । ଏହାସହ ସେ ବିହାର ଓ ହରିୟାଣାର ରାଜ୍ୟପାଳ ବି ଥିଲେ । ଚାରି ଚାରି ଥର ସାଂସଦ ଓ ବିଧାୟକ ଥିଲେ ଜଗନ୍ନାଥ ପହାଡିଆ ।

About The Author: The Sakala