ପୂର୍ବତନ ବିଚାରପତି ଜଷ୍ଟିସ ଦେବପ୍ରିୟ ମହାପାତ୍ରଙ୍କ ପରଲୋକ
ନୂଆଦିଲ୍ଲୀ: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଦେବପ୍ରିୟ ମହାପାତ୍ରଙ୍କ ପରଲୋକ। କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା। ଜଷ୍ଟିସ ଦେବପ୍ରିୟ ମହାପାତ୍ର ଜୁଲାଇ ୨୦୦୩ ରୁ ଅଗଷ୍ଟ ୨୦୦୭ ପର୍ଯ୍ଯନ୍ତ ଓଡ଼ିଶା ରାଜ୍ୟ ମାନବାଧିକାର କମିଶନର ପ୍ରଥମ ଅଧ୍ୟକ୍ଷ ଥିଲେ। ତାଙ୍କ ମୃତ୍ୟୁରେ ଅନେକ ମାନଗଣ୍ୟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ୧୯୩୭ ମସିହା ଅଗଷ୍ଟ ୩ ତାରିଖରେ ଜଷ୍ଟିସ ଦେବପ୍ରିୟ ମହାପାତ୍ର ଜନ୍ମଗ୍ରହଣ […]
ନୂଆଦିଲ୍ଲୀ: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଦେବପ୍ରିୟ ମହାପାତ୍ରଙ୍କ ପରଲୋକ। କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା। ଜଷ୍ଟିସ ଦେବପ୍ରିୟ ମହାପାତ୍ର ଜୁଲାଇ ୨୦୦୩ ରୁ ଅଗଷ୍ଟ ୨୦୦୭ ପର୍ଯ୍ଯନ୍ତ ଓଡ଼ିଶା ରାଜ୍ୟ ମାନବାଧିକାର କମିଶନର ପ୍ରଥମ ଅଧ୍ୟକ୍ଷ ଥିଲେ। ତାଙ୍କ ମୃତ୍ୟୁରେ ଅନେକ ମାନଗଣ୍ୟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି।
ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ଗୁଜବକୁ ନେଇ ଭୟଭୀତ ହେବାର କାରଣ ନାହିଁ, ସ୍ପଷ୍ଟ କଲେ ଆଇଏମଡି ଡିଜି
୧୯୩୭ ମସିହା ଅଗଷ୍ଟ ୩ ତାରିଖରେ ଜଷ୍ଟିସ ଦେବପ୍ରିୟ ମହାପାତ୍ର ଜନ୍ମଗ୍ରହଣ କରିଥିଲେ। ୧୯୬୦ ମସିହାରୁ ସେ ଓଡ଼ିଶା ହାଇକୋର୍ଟରେ ଓକିଲାତି କରିବା ପରେ ୧୯୯୩ରୁ ୧୯୯୬ ଯାଏ ବିଚାରପତି ଭାବେ କାର୍ଯ୍ଯ କରିଥିଲେ। ଏହାପରେ ଜଷ୍ଟିସ ଦେବପ୍ରିୟ ମହାପାତ୍ର ୧୯୯୬ରେ ଆହ୍ଲାବାଦ ନ୍ୟାୟଳୟର ମୁଖ୍ୟ ବିଚାରପତି ଭାବେ କାର୍ଯ୍ଯଭାର ତୁଲାଇଥିଲେ। ୧୯୯୮ରେ ସେ ସୁପ୍ରିମକୋର୍ଟର ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ।
ଆହୁରି ପଢ଼ନ୍ତୁ: ଲଘୁଚାପ ପ୍ରଭାବରେ ଅଶାନ୍ତ ବଙ୍ଗୋପସାଗର: ସେପ୍ଟେମ୍ବର ୨୪ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ସତର୍କ ସୂଚନା






