ନବୀନଙ୍କୁ ଭେଟିଲେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ବ୍ଲେୟାର, ୫ଟି ବ୍ୟବସ୍ଥାକୁ କଲେ ପ୍ରଶଂସା

The Sakala Picture
Published On

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସଭବନରେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ବ୍ଲେୟାର। ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଟୋନି ବ୍ଲେୟାର । ଏହି ଅବସରରେ ରାଜ୍ୟର ପ୍ରଗତି ସମ୍ପର୍କରେ ଆଲୋଚନା ହୋଇଥିଲା । ଟୋନି ବ୍ଲେୟାର ଇନଷ୍ଟିଚ୍ୟୁଟ ଅଫ୍ ଗ୍ଲୋବାଲ ଚେଞ୍ଜ ସହ ପୂର୍ବରୁ ଏମଓୟୁ ସ୍ୱାକ୍ଷର କରିଛନ୍ତି ରାଜ୍ୟ ସରକାର । ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଏବଂ ଅର୍ଥନୈତିକ ସାମର୍ଥ୍ୟ ବୃଦ୍ଧି ପାଇଁ ଓଡ଼ିଶା ସରକାର ଏବଂ ଟୋନି ବ୍ଲେୟାର […]

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସଭବନରେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ବ୍ଲେୟାର। ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଟୋନି ବ୍ଲେୟାର । ଏହି ଅବସରରେ ରାଜ୍ୟର ପ୍ରଗତି ସମ୍ପର୍କରେ ଆଲୋଚନା ହୋଇଥିଲା । ଟୋନି ବ୍ଲେୟାର ଇନଷ୍ଟିଚ୍ୟୁଟ ଅଫ୍ ଗ୍ଲୋବାଲ ଚେଞ୍ଜ ସହ ପୂର୍ବରୁ ଏମଓୟୁ ସ୍ୱାକ୍ଷର କରିଛନ୍ତି ରାଜ୍ୟ ସରକାର । ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଏବଂ ଅର୍ଥନୈତିକ ସାମର୍ଥ୍ୟ ବୃଦ୍ଧି ପାଇଁ ଓଡ଼ିଶା ସରକାର ଏବଂ ଟୋନି ବ୍ଲେୟାର ଇନଷ୍ଟିଚ୍ୟୁଟ ଅଫ୍ ଗ୍ଲୋବାଲ ଚେଞ୍ଜ ମଧ୍ୟରେ ବୁଝାବଣା ପତ୍ର ସ୍ବାକ୍ଷର ହୋଇଛି। ଏହାଦ୍ବାରା ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ସହିତ ଅର୍ଥନୈତିକ ସାମର୍ଥ୍ୟ ବୃଦ୍ଧିରେ ଲାଭଦାୟକ ହେବ । ଓଡ଼ିଶା ସରକାରଙ୍କ ସହିତ ଟି.ବି.ଆଇର ଏହି ଅଣ-ବ୍ୟବସାୟିକ ଅନୁବନ୍ଧନ ସରକାରଙ୍କ ଅନେକ ପ୍ରକଳ୍ପର ସଫଳ ରୂପାୟନ କରିବା ସହିତ, ଅର୍ଥନୈତିକ ନୀତି ସମୀକ୍ଷା ଏବଂ ନୀତି ପ୍ରସ୍ତୁତି କ୍ଷେତ୍ରରେ କାର୍ଯ୍ୟକ୍ଷମ ହେବ।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର

ଟୋନି ବ୍ଲେୟାର ଇନଷ୍ଟିଚ୍ୟୁଟର ମୁଖ୍ୟ କାର୍ଯ୍ୟାଳୟ ଲଣ୍ଡନରେ ଅବସ୍ଥିତ । ୟୁକେର ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ବ୍ଲେୟାରଙ୍କ ଦ୍ବାରା ସ୍ଥାପିତ ଏହି ଅନୁଷ୍ଠାନ ୪୫ରୁ ଅଧିକ ଦେଶରେ ସଫଳତାର ସହିତ କାର୍ଯ୍ୟ କରୁଛି । ଏହି ପ୍ରତିଷ୍ଠାନ ସଂପୃକ୍ତ ଦେଶଗୁଡ଼ିକର ନୀତି ତର୍ଜମା, ନୀତି ପ୍ରସ୍ତୁତି, ନୀତି ପରିଚାଳନା ଓ ଚୂଡ଼ାନ୍ତ ରୂପାୟନ କ୍ଷେତ୍ରରେ କାର୍ଯ୍ୟ କରିବା ସହିତ ବ୍ୟବସ୍ଥାର ଯଥାସମ୍ଭବ ଉନ୍ନତିକରଣରେ ସହାୟକ ହୋଇପାରିଛି । ଆଇଟି ଜ୍ଞାନକୌଶଳର ସଫଳ ରୂପାୟନ କ୍ଷେତ୍ରରେ ମଧ୍ୟ ଏହି ଅନୁବନ୍ଧନ ସହାୟକ ହେବ । ଓଡ଼ିଶାର ଅର୍ଥନୈତିକ ବିକାଶ କ୍ଷେତ୍ରରେ ଉନ୍ନତି ଆଣିବା ସହିତ ରାଜ୍ୟର ନିର୍ଦ୍ଧାରିତ ଲକ୍ଷକୁ ସର୍ବୋତ୍ତମ ସ୍ତରରେ ପହଞ୍ଚାଇବା ପାଇଁ ଟୋନି ବ୍ଲେୟାର ଇନଷ୍ଟିଚ୍ୟୁଟ ତା’ର ଅଭିଜ୍ଞତା, ଉପଲବ୍ଧି, ଜ୍ଞାନ-କୌଶଳକୁ ଆଧାର କରି ରାଜ୍ୟ ସରକାରଙ୍କୁ ସହାୟତା ପ୍ରଦାନ କରିବ । ରାଜ୍ୟ ସରକାରଙ୍କ ୫ଟି ବ୍ୟବସ୍ଥାକୁ ଟୋନି ବ୍ଲେୟାର ପ୍ରଶଂସା କରିଛନ୍ତି ।

ଆହୁରି ପଢ଼ନ୍ତୁ: ଆଜି T-20 ବିଶ୍ଵକପର ଦ୍ଵିତୀୟ ସେମିଫାଇନାଲ: ଫାଇନାଲ ଟିକେଟ ପାଇଁ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ

26 Jul 2023 By The Sakala

ନବୀନଙ୍କୁ ଭେଟିଲେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ବ୍ଲେୟାର, ୫ଟି ବ୍ୟବସ୍ଥାକୁ କଲେ ପ୍ରଶଂସା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସଭବନରେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ବ୍ଲେୟାର। ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଟୋନି ବ୍ଲେୟାର । ଏହି ଅବସରରେ ରାଜ୍ୟର ପ୍ରଗତି ସମ୍ପର୍କରେ ଆଲୋଚନା ହୋଇଥିଲା । ଟୋନି ବ୍ଲେୟାର ଇନଷ୍ଟିଚ୍ୟୁଟ ଅଫ୍ ଗ୍ଲୋବାଲ ଚେଞ୍ଜ ସହ ପୂର୍ବରୁ ଏମଓୟୁ ସ୍ୱାକ୍ଷର କରିଛନ୍ତି ରାଜ୍ୟ ସରକାର । ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଏବଂ ଅର୍ଥନୈତିକ ସାମର୍ଥ୍ୟ ବୃଦ୍ଧି ପାଇଁ ଓଡ଼ିଶା ସରକାର ଏବଂ ଟୋନି ବ୍ଲେୟାର ଇନଷ୍ଟିଚ୍ୟୁଟ ଅଫ୍ ଗ୍ଲୋବାଲ ଚେଞ୍ଜ ମଧ୍ୟରେ ବୁଝାବଣା ପତ୍ର ସ୍ବାକ୍ଷର ହୋଇଛି। ଏହାଦ୍ବାରା ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ସହିତ ଅର୍ଥନୈତିକ ସାମର୍ଥ୍ୟ ବୃଦ୍ଧିରେ ଲାଭଦାୟକ ହେବ । ଓଡ଼ିଶା ସରକାରଙ୍କ ସହିତ ଟି.ବି.ଆଇର ଏହି ଅଣ-ବ୍ୟବସାୟିକ ଅନୁବନ୍ଧନ ସରକାରଙ୍କ ଅନେକ ପ୍ରକଳ୍ପର ସଫଳ ରୂପାୟନ କରିବା ସହିତ, ଅର୍ଥନୈତିକ ନୀତି ସମୀକ୍ଷା ଏବଂ ନୀତି ପ୍ରସ୍ତୁତି କ୍ଷେତ୍ରରେ କାର୍ଯ୍ୟକ୍ଷମ ହେବ।

ଟୋନି ବ୍ଲେୟାର ଇନଷ୍ଟିଚ୍ୟୁଟର ମୁଖ୍ୟ କାର୍ଯ୍ୟାଳୟ ଲଣ୍ଡନରେ ଅବସ୍ଥିତ । ୟୁକେର ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ବ୍ଲେୟାରଙ୍କ ଦ୍ବାରା ସ୍ଥାପିତ ଏହି ଅନୁଷ୍ଠାନ ୪୫ରୁ ଅଧିକ ଦେଶରେ ସଫଳତାର ସହିତ କାର୍ଯ୍ୟ କରୁଛି । ଏହି ପ୍ରତିଷ୍ଠାନ ସଂପୃକ୍ତ ଦେଶଗୁଡ଼ିକର ନୀତି ତର୍ଜମା, ନୀତି ପ୍ରସ୍ତୁତି, ନୀତି ପରିଚାଳନା ଓ ଚୂଡ଼ାନ୍ତ ରୂପାୟନ କ୍ଷେତ୍ରରେ କାର୍ଯ୍ୟ କରିବା ସହିତ ବ୍ୟବସ୍ଥାର ଯଥାସମ୍ଭବ ଉନ୍ନତିକରଣରେ ସହାୟକ ହୋଇପାରିଛି । ଆଇଟି ଜ୍ଞାନକୌଶଳର ସଫଳ ରୂପାୟନ କ୍ଷେତ୍ରରେ ମଧ୍ୟ ଏହି ଅନୁବନ୍ଧନ ସହାୟକ ହେବ । ଓଡ଼ିଶାର ଅର୍ଥନୈତିକ ବିକାଶ କ୍ଷେତ୍ରରେ ଉନ୍ନତି ଆଣିବା ସହିତ ରାଜ୍ୟର ନିର୍ଦ୍ଧାରିତ ଲକ୍ଷକୁ ସର୍ବୋତ୍ତମ ସ୍ତରରେ ପହଞ୍ଚାଇବା ପାଇଁ ଟୋନି ବ୍ଲେୟାର ଇନଷ୍ଟିଚ୍ୟୁଟ ତା’ର ଅଭିଜ୍ଞତା, ଉପଲବ୍ଧି, ଜ୍ଞାନ-କୌଶଳକୁ ଆଧାର କରି ରାଜ୍ୟ ସରକାରଙ୍କୁ ସହାୟତା ପ୍ରଦାନ କରିବ । ରାଜ୍ୟ ସରକାରଙ୍କ ୫ଟି ବ୍ୟବସ୍ଥାକୁ ଟୋନି ବ୍ଲେୟାର ପ୍ରଶଂସା କରିଛନ୍ତି ।

https://www.thesakala.in/latest-odisha-news/former-uk-pm-tony-blair-meets-cm-tony-blair-institute-to-help-odisha-develop/article-23854
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର