ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡ଼.ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ। ୮୩ ବର୍ଷ ବୟସରେ ଦିଲ୍ଲୀ ସ୍ଥିତ ବାସଭବନରେ ତାଙ୍କର ପରଲୋକ ଘଟିଛି। ୧୯୪୧ ମସିହାରେ ଅବିଭକ୍ତ ଢେଙ୍କାନାଳ ଜିଲ୍ଲାରେ ସେ ଜନ୍ମ ଗ୍ରହଣ କରିଥିଲେ। ମିଳିଥିବା ସୂଚନା ମୁତାବକ, ଆଜି ସକାଳେ ୧୦ଟା ୩୦ ମିନିଟରେ ତାଙ୍କର ପରଲୋକ ହୋଇଯାଇଛି। ବାଜପେୟୀ ସରକାରରେ କେନ୍ଦ୍ରମନ୍ତ୍ରୀ ଥିଲେ। ଓଡ଼ିଶାରେ ବିଜେପିର ମୂଳଦୁଆ ପକାଇବାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ଦେବଗଡ ଲୋକସଭା ଆସନରୁ […]

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡ଼.ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ। ୮୩ ବର୍ଷ ବୟସରେ ଦିଲ୍ଲୀ ସ୍ଥିତ ବାସଭବନରେ ତାଙ୍କର ପରଲୋକ ଘଟିଛି। ୧୯୪୧ ମସିହାରେ ଅବିଭକ୍ତ ଢେଙ୍କାନାଳ ଜିଲ୍ଲାରେ ସେ ଜନ୍ମ ଗ୍ରହଣ କରିଥିଲେ।

ମିଳିଥିବା ସୂଚନା ମୁତାବକ, ଆଜି ସକାଳେ ୧୦ଟା ୩୦ ମିନିଟରେ ତାଙ୍କର ପରଲୋକ ହୋଇଯାଇଛି। ବାଜପେୟୀ ସରକାରରେ କେନ୍ଦ୍ରମନ୍ତ୍ରୀ ଥିଲେ। ଓଡ଼ିଶାରେ ବିଜେପିର ମୂଳଦୁଆ ପକାଇବାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ଦେବଗଡ ଲୋକସଭା ଆସନରୁ ସେ ନିର୍ବାଚିତ ହୋଇଥିଲେ । ଏହା ଛଡା ବାଜପେୟୀ ସରକାରଙ୍କ ସମୟରେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଭାବେ ଦାୟିତ୍ୱ ନିର୍ବାହ କରିଥିଲେ। ୧୯୮୮ରୁ ୧୯୯୩ ରାଜ୍ୟ ବିଜେପି ସଭାପତି ଥିଲେ ଦେବେନ୍ଦ୍ର। ଏହାପରେ ୧୯୯୩ରୁ ୧୯୯୫ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ଥିଲେ। ପୁନର୍ବାର ୧୯୯୫ରୁ ୧୯୯୭ ଯାଏଁ ବିଜେପି ସଭାପତି ରହିଥିଲେ। ୧୯୯୮ରେ ଦେବଗଡ଼ରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ।

About The Author: The Sakala