ଓଡ଼ିଶାରେ ବନ୍ୟା ସ୍ଥିତି ସଙ୍ଗିନ: ୬ଟି ଜିଲ୍ଲାରେ ୨ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ, ୪ ମୃତ

Madhusudan Das Picture
Published On

ଭୁବନେଶ୍ୱର: ଓଡ଼ିଶାରେ ବନ୍ୟା ପରିସ୍ଥିତି ଧୀରେ ଧୀରେ ଭୟାବହ ରୂପ ନେଉଛି। ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସଆରସି) ରାଜେଶ ପ୍ରଭାକର ପାଟିଲଙ୍କ ସୂଚନା ଅନୁଯାୟୀ, ରାଜ୍ୟର ୬ଟି ଜିଲ୍ଲାରେ ବନ୍ୟା ଯୋଗୁଁ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨.୦୩ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ପ୍ରଭାବରେ ଆଜି ରାଜ୍ୟରେ ପ୍ରବଳ ବର୍ଷିବ, ମୟୂରଭଞ୍ଜ ପାଇଁ ରେଡ୍ ଆଲର୍ଟ ଜାରି

ସକାଳ ୯ଟାରେ ପ୍ରକାଶିତ ବନ୍ୟା ସ୍ଥିତି ରିପୋର୍ଟ ଅନୁଯାୟୀ, ରାଜ୍ୟର ୪୪ଟି ବ୍ଲକର ୨୩୩ଟି ଗ୍ରାମପଞ୍ଚାୟତର  ୭୪୮ଟି ଗାଁ ସମେତ ୬ଟି ପୌରାଞ୍ଚଳର ମୋଟ ୨,୦୩,୨୦୮ ଜଣ ଲୋକ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛନ୍ତି। ଜିଲ୍ଲା ପ୍ରଶାସନ ପକ୍ଷରୁ ଏପର୍ଯ୍ୟନ୍ତ ୨୭,୯୬୭ ଜଣଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଥିବା ବେଳେ ଏବେ ବି ୨୨୬ଟି ଗାଁ ଜଳବନ୍ଦୀ ଅବସ୍ଥାରେ ରହିଛି। ବନ୍ୟାରେ ୯ଟି ଗୃହପାଳିତ ପଶୁଙ୍କ ପ୍ରାଣହାନି ଘଟିଛି। ରାଜ୍ୟବ୍ୟାପୀ ମୋଟ ୭,୯୦୧ ହେକ୍ଟର ଚାଷଜମିରେ ଫସଲ ନଷ୍ଟ ହୋଇଥିବା ବେଳେ ୭୬୧ଟି ଘର ଭାଙ୍ଗିଯାଇଛି।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ରାଉରକେଲା ଅବକାରୀ ଅଧୀକ୍ଷକ: ୫ ଲକ୍ଷ ଟଙ୍କାର ଲାଞ୍ଚ ଜବତ

ବନ୍ୟା ଦ୍ୱାରା ବାଲେଶ୍ୱର ଜିଲ୍ଲା ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି। ଏଠାରେ ୧୨ଟି ବ୍ଲକର ୩୭୮ଟି ଗାଁରେ ମୋଟ ୧,୦୯,୪୨୯ ଜଣ ପ୍ରଭାବିତ ହୋଇଛନ୍ତି। ଜିଲ୍ଲାରୁ ୧୯,୦୮୦ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ୬୫୪ଟି ଘର କ୍ଷତିଗ୍ରସ୍ତ ହୋଇଛି। ପ୍ରଶାସନ ପକ୍ଷରୁ ୧୨୫ଟି ରିଲିଫ୍ କ୍ୟାମ୍ପ ଖୋଲାଯାଇ ୧୬,୯୮୭ ଜଣଙ୍କୁ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଛି। ସେହିପରି ଭଦ୍ରକ ଜିଲ୍ଲାରେ ୫ଟି ବ୍ଲକର ୨୨୦ଟି ଗାଁରେ ପ୍ରାୟ ୮୦,୦୦୦ ଲୋକ ପ୍ରଭାବିତ ହୋଇଛନ୍ତି। ଏଠାରୁ ୫,୩୩୦ ଜଣଙ୍କୁ ସୁରକ୍ଷିତ ସ୍ଥାନକୁ ଅଣାଯାଇଥିବା ବେଳେ ୪୧ଟି ରିଲିଫ୍ କ୍ୟାମ୍ପ ଚାଲୁ ରହିଛି।

ଆହୁରି ପଢ଼ନ୍ତୁ: ମାଲକାନଗିରିରେ ଲଗାଣ ବର୍ଷା: ଜଳମଗ୍ନ ପୋଲ, ବିଚ୍ଛିନ୍ନ ହେଲା ଯୋଗାଯୋଗ

ଢେଙ୍କାନାଳ ଜିଲ୍ଲାରେ ବନ୍ୟା ଯୋଗୁଁ ୪ ଜଣଙ୍କ ଜୀବନ ଯାଇଥିବା ବେଳେ ୧୩ଟି ଘର ନଷ୍ଟ ହୋଇଛି। ଯାଜପୁର ଜିଲ୍ଲାରେ ୭୫ଟି ଗାଁର ୧୧,୧୫୬ ଜଣ ଲୋକ ପ୍ରଭାବିତ ହୋଇଛନ୍ତି। ଏଠାରେ ପ୍ରଶାସନ ପକ୍ଷରୁ ୧,୬୪୦ ଜଣଙ୍କୁ ସ୍ଥାନାନ୍ତର କରାଯାଇଛି ଏବଂ ୪,୦୭୨ ହେକ୍ଟର ଚାଷଜମିରେ ଫସଲ ନଷ୍ଟ ହୋଇଛି। ସେହିପରି ମୟୂରଭଞ୍ଜ ଜିଲ୍ଲାରେ ୨,୪୮୭ ଜଣ ପ୍ରଭାବିତ ହୋଇଥିବା ବେଳେ ୩,୭୪୪ ହେକ୍ଟର ଫସଲ ନଷ୍ଟ ହୋଇଛି। ସମ୍ବଲପୁର ଜିଲ୍ଲାରେ ମାତ୍ର ୮୮ ଜଣ ଲୋକ ପ୍ରଭାବିତ ହୋଇଥିବା ବେଳେ ୭ଟି ଘର କ୍ଷତିଗ୍ରସ୍ତ ହୋଇଥିବା ସରକାରୀ ରିପୋର୍ଟରୁ ଜଣାପଡ଼ିଛି।

ସେପଟେ ଉପରମୁଣ୍ଡରେ ଲଗାଣ ବର୍ଷା ପ୍ରଭାବରେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମାଗତ ଭାବେ ବଢ଼ିବାରେ ଲାଗିଛି। ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୧୬.୩୯ ଫୁଟରେ ପହଞ୍ଚିଥିବା ବେଳେ ଆଗାମୀ ସମୟରେ ଏହା ଆହୁରି ବଢ଼ିବାର ସମ୍ଭାବନା ରହିଛି । ଲଗାତାର ବର୍ଷା ଯୋଗୁଁ ମହାନଦୀ ଓ ଏହାର ଉପନଦୀଗୁଡ଼ିକରେ ଜଳପ୍ରବାହ ବୃଦ୍ଧି ପାଇଥିବାରୁ ଡ୍ୟାମକୁ ବିପୁଳ ପରିମାଣର ଜଳ ପ୍ରବେଶ କରୁଛି । ଏହାକୁ ଦୃଷ୍ଟିରେ ରଖି ତଳିଆ ଅଞ୍ଚଳର ଲୋକଙ୍କୁ ସତର୍କ ରହିବା ସହ ପ୍ରଶାସନର ପରାମର୍ଶ ମାନିବାକୁ କୁହାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର