ଚତୁର୍ଥ ପର୍ଯ୍ୟାୟରେ ଆଉ ୧୦ଟି ସ୍ମାର୍ଟ ସ୍କୁଲ ଲୋକାର୍ପିତ, ନଭେମ୍ବର ୧୪ରେ ଲୋକାର୍ପିତ ହେବ ଆଉ ୧୦୭୦ ରୂପାନ୍ତରିତ ସ୍କୁଲ

The Sakala Picture
Published On

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହିଞ୍ଜିଳିରେ ଆଜି ଚତୁର୍ଥ ପର୍ଯ୍ୟାୟରେ ୫-ଟି କାର୍ଯ୍ୟକ୍ରମରେ ଆଉ ୧୦ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ହିଞ୍ଜିଳିର ଏ ସ୍କୁଲ ରୂପାନ୍ତର ପିଲାମାନଙ୍କ ମଧ୍ୟରେ ଖୁସି ଓ ଉତ୍ସାହ ଭରି ଦେଇଛି। ଏହା ସେମାନଙ୍କ ଉଜ୍ଜଳ ଭବିଷ୍ୟତକୁ ସାକାର କରିବ ଓ ସେମାନଙ୍କୁ ଜୀବନର ସବୁ କ୍ଷେତ୍ରରେ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିବ। । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ […]

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହିଞ୍ଜିଳିରେ ଆଜି ଚତୁର୍ଥ ପର୍ଯ୍ୟାୟରେ ୫-ଟି କାର୍ଯ୍ୟକ୍ରମରେ ଆଉ ୧୦ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ହିଞ୍ଜିଳିର ଏ ସ୍କୁଲ ରୂପାନ୍ତର ପିଲାମାନଙ୍କ ମଧ୍ୟରେ ଖୁସି ଓ ଉତ୍ସାହ ଭରି ଦେଇଛି। ଏହା ସେମାନଙ୍କ ଉଜ୍ଜଳ ଭବିଷ୍ୟତକୁ ସାକାର କରିବ ଓ ସେମାନଙ୍କୁ ଜୀବନର ସବୁ କ୍ଷେତ୍ରରେ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିବ। ।

ଆହୁରି ପଢ଼ନ୍ତୁ: ଦଶହରା ଉପଲକ୍ଷେ ଅକ୍ଟୋବର ୧୯ରୁ ୨୬ ଯାଏଁ ବନ୍ଦ ରହିବ ଓଡ଼ିଶା ହାଇକୋର୍ଟ

ଆହୁରି ପଢ଼ନ୍ତୁ: ନୟାପଲ୍ଲୀରେ 'ହିଟ୍ ଆଣ୍ଡ ରନ୍': ମିଠା କିଣି ଫେରୁଥିବା ବେଳେ ଧକ୍କା ଦେଇ ଫେରାର ହେଲା SUV

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ଯୁଗ ପ୍ରତିଯୋଗିତାର ଯୁଗ ।ଞାନର ଯୁଗ ।ବର୍ତ୍ତମାନ ଯୁଗର ଆବଶ୍ୟକତା କୁ ଆଖି ଆଗରେ ରଖି ଆମେ ପିଲାଙ୍କୁ ସବୁଠାରୁ ଭଲ ସୁବିଧା ଦେବା ପାଇଁ ଚେଷ୍ଟା କରିଛୁ । ହିଞ୍ଜିଳିରୁ ଆରମ୍ଭ ହୋଇଥିବା ଏ ପରିବର୍ତ୍ତନ, ଏ ରୂପାନ୍ତର ଓଡିଶାର ଭବିଷ୍ୟତକୁ ଉଜ୍ଜଳ କରିବ ଓ ଓଡିଶାର ପିଲାମାନଙ୍କୁ ଦେଶର ଶ୍ରେଷ୍ଠ ନାଗରିକ କରି ଗଢିତୋଳିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଥିଲେ । ଛାତ୍ରଛାତ୍ରୀ ମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଛାତ୍ର ଜୀବନ ହେଉଛି ଭବିଷ୍ୟତ ଗଢିବାର ସମୟ। ପିଲାମାନଙ୍କର ଭବିଷ୍ୟତ ଭଲ ହେଲେ, ରାଜ୍ୟ ଓ ଦେଶର ଭବିଷ୍ୟତ ମଧ୍ୟ ଉଜ୍ଜଳ ହେବ । ତେଣୁ ସବୁ ପିଲାମାନେ ନିଜ ଭବିଷ୍ୟତ ପାଇଁ ଯେଉଁ ସ୍ବପ୍ନ ଦେଖିଛନ୍ତି, ତାକୁ ସାକାର କରିବା ପାଇଁ କଠୋର ପରିଶ୍ରମ କରନ୍ତୁ ଏବଂ ନିଜ ପାଇଁ ଓ ନିଜ ପରିବାର ପାଇଁ ସଫଳତା ଆଣନ୍ତୁ ବୋଲି ସେ କହିଥିଲେ । ପିଲା ମାନଙ୍କ ସଫଳତା ହିଁ ହେବ ଆମ ପାଇଁ ସବୁଠାରୁ ବଡ଼ ପୁରସ୍କାର ।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ଭୟ: ଓଡ଼ିଶା ମୁହାଁ ହେବ କି ଘୂର୍ଣ୍ଣିବଳୟ?

ଛାତ୍ରଛାତ୍ରୀ ମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଛାତ୍ର ଜୀବନ ହେଉଛି ଭବିଷ୍ୟତ ଗଢିବାର ସମୟ। ପିଲାମାନଙ୍କର ଭବିଷ୍ୟତ ଭଲ ହେଲେ, ରାଜ୍ୟ ଓ ଦେଶର ଭବିଷ୍ୟତ ମଧ୍ୟ ଉଜ୍ଜ୍ୱଳ ହେବ । ତେଣୁ ସବୁ ପିଲାମାନେ ନିଜ ଭବିଷ୍ୟତ ପାଇଁ ଯେଉଁ ସ୍ବପ୍ନ ଦେଖିଛନ୍ତି, ତାକୁ ସାକାର କରିବା ପାଇଁ କଠୋର ପରିଶ୍ରମ କରନ୍ତୁ ଏବଂ ନିଜ ପାଇଁ ଓ ନିଜ ପରିବାର ପାଇଁ ସଫଳତା ଆଣନ୍ତୁ ବୋଲି ସେ କହିଥିଲେ । ପିଲା ମାନଙ୍କ ସଫଳତା ହିଁ ହେବ ଆମ ପାଇଁ ସବୁଠାରୁ ବଡ଼ ପୁରସ୍କାର । ୫-ଟି କାର୍ୟ୍ୟକ୍ରମ ସଂପର୍କରେ ଆଲୋକପାତ କରି ଏହାର ପ୍ରତ୍ୟେକ ନୀତିର ପ୍ରୟୋଗରେ କିପରି ବିଦ୍ୟାଳୟ ରୂପାନ୍ତରଣ କରାଯାଇଛି, ସେ ସଂପର୍କରେ ମୁଖ୍ୟମନ୍ତ୍ରୀ ବୁଝାଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳିରେ ଆରମ୍ଭ ହୋଇଥିବା ଏହି ରୂପାନ୍ତରଣ କାର୍ୟ୍ୟ ସାରା ରାଜ୍ୟରେ ପ୍ରତିଫଳିତ ହେବ। ଓଡିଶାର ସବୁ ସ୍କୁଲରେ ଆସିବ ରୂପାନ୍ତରଣ।

ଅତିଥି ଭାବରେ ଯୋଗ ଦେଇଥିବା ମନ୍ତ୍ରୀ ଜଗନ୍ନାଥ ସାରକା, ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଓ ବିଧାୟକ ମାନଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳିର ସ୍କୁଲ ମାନଙ୍କର ଏ ରୂପାନ୍ତରଣ ସମସ୍ତଙ୍କ ପାଇଁ ଏକ ଶିକ୍ଷଣୀୟ ଉଦାହରଣ। ଜନପ୍ରତିନିଧି ଭାବରେ ସେମାନେ ସମାଜର ସବୁ କ୍ଷେତ୍ରରେ ଏପରି ପରିବର୍ତ୍ତନ ଆଣିବା ପାଇଁ ଉଦ୍ୟମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ପରିଶେଷରେ ଜନସାଧାରଣ ରୂପାନ୍ତରଣ ହୋଇଥିବା ସ୍କୁଲ ଗୁଡିକର ଯତ୍ନ ନିଜ ସଂପତ୍ତି ପରି ନେବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଥିଲେ ।

ସୂଚନାଯୋଗ୍ୟ ଯେ ଗତ ୨୧ ତାରିଖରେ ରାଜ୍ୟ ସରକାରଙ୍କର ଉଚ୍ଚାକାଂକ୍ଷୀ ସ୍କୁଲ ରୂପାନ୍ତରଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ୫-ଟି ଉପକ୍ରମରେ ହିଞ୍ଜିଳିର ୫୦ଟି ସ୍କୁଲର ରୂପାନ୍ତରଣ କାର୍ଯ୍ୟ ସଂପୂର୍ଣ୍ଣ ହୋଇଛି। ୫ଟି ପର୍ଯ୍ୟାୟରେ ୫୦ଟି ସ୍କୁଲର ଲୋକାର୍ପଣ କରାଯିବ। ଆଜି ସୁଦ୍ଧା ୪୦ଟି ସ୍କୁଲ ଲୋକାର୍ପିତ ହୋଇଛି। ଏଥି ସହିତ ଆଗାମୀ ନଭେମ୍ବର ୧୪ ଶିଶୁ ଦିବସରେ ପ୍ରଥମ ପର୍ଯ୍ୟାୟରେ ୧୦୭୦ ସ୍କୁଲ ଲୋକାର୍ପିତ ହେବ ବୋଲି କାର୍ଯ୍ୟକ୍ରମ ପରିଚାଳନା କରି ୫ଟି ସଚିବ ଭି କେ ପାଣ୍ଡିଆନ୍ ସୂଚନା ଦେଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର