ମୁଖ୍ୟମନ୍ତ୍ରୀଙ୍କ ଅଫିସ୍‌ ନାମରେ ବଟି ଆଦାୟ, ବଦଳି ଧମକ ଦେଇ ନେଇଗଲେଣି ୨ ଲକ୍ଷ

The Sakala Picture
Published On

ଭୁବନେଶ୍ୱର: ‘ମୁଁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ କହୁଥିଲି, ଦୁଇ ଲକ୍ଷ ଟଙ୍କା ନଦେଲେ ମାଲକାନଗିରି ପଠାଇଦେବି’। ଏଭଳି ଢଙ୍ଗରେ ଧମକ ଦେଇ ଜଣେ ସରକାରୀ ଅଧିକାରୀଙ୍କଠାରୁ ୨ ଲକ୍ଷ ଟଙ୍କା ଲୁଟି ନେଇଛି ଜଣେ ଧୂର୍ତ୍ତ। ଦୁଇ ଲକ୍ଷ ନେବାପରେ ମଧ୍ୟ ଡରାଇ ଧମକାଇ ଆହୁରି ୫ ଲକ୍ଷ ଟଙ୍କା ମାଗୁଛି ବୋଲି ରାଜଧାନୀର ଏୟାରଫିଲ୍ଡ ଥାନାରେ ଅଭିଯୋଗ କରିଛନ୍ତି ଜଣେ ଅଧୀକ୍ଷଣ ଯନ୍ତ୍ରୀ ପ୍ରତାପ କୁମାର ହରିପାଲ। ପ୍ରତାପ କୁମାର ହରିପାଲ ଅନୁଗୁଳ ରାସ୍ତା ଓ କୋଠାବାଡ଼ି […]

ଭୁବନେଶ୍ୱର: ‘ମୁଁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ କହୁଥିଲି, ଦୁଇ ଲକ୍ଷ ଟଙ୍କା ନଦେଲେ ମାଲକାନଗିରି ପଠାଇଦେବି’। ଏଭଳି ଢଙ୍ଗରେ ଧମକ ଦେଇ ଜଣେ ସରକାରୀ ଅଧିକାରୀଙ୍କଠାରୁ ୨ ଲକ୍ଷ ଟଙ୍କା ଲୁଟି ନେଇଛି ଜଣେ ଧୂର୍ତ୍ତ। ଦୁଇ ଲକ୍ଷ ନେବାପରେ ମଧ୍ୟ ଡରାଇ ଧମକାଇ ଆହୁରି ୫ ଲକ୍ଷ ଟଙ୍କା ମାଗୁଛି ବୋଲି ରାଜଧାନୀର ଏୟାରଫିଲ୍ଡ ଥାନାରେ ଅଭିଯୋଗ କରିଛନ୍ତି ଜଣେ ଅଧୀକ୍ଷଣ ଯନ୍ତ୍ରୀ ପ୍ରତାପ କୁମାର ହରିପାଲ।

ଆହୁରି ପଢ଼ନ୍ତୁ: ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ଆଜି ସୁପ୍ରିମକୋର୍ଟରେ ଶୁଣାଣି, ଆସିପାରେ ବଡ଼ ନିର୍ଦ୍ଦେଶ

ପ୍ରତାପ କୁମାର ହରିପାଲ ଅନୁଗୁଳ ରାସ୍ତା ଓ କୋଠାବାଡ଼ି ଡିଭିଜନର ଅଧୀକ୍ଷଣ ଯନ୍ତ୍ରୀ ଭାବେ କାର୍ଯ୍ୟ କରୁଛନ୍ତି। ପ୍ରାୟ ଏକମାସ ପୂର୍ବେ ଜାନକୀବଲ୍ଲଭ ମହାପାତ୍ର ନାମକ ଜଣେ ବ୍ୟକ୍ତି ତାଙ୍କୁ କଲ୍‌ କରିଥିଲେ ଓ ନିଜକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର କର୍ମଚାରୀ ବୋଲି ପରିଚୟ ଦେଇଥିଲେ। ତାଙ୍କୁ ମାଲକାନଗିରିକୁ ବଦଳି ହୋଇଛି ଓ ଏହାକୁ ରୋକିବାକୁ ହେଲେ ଦୁଇ ଲକ୍ଷ ଟଙ୍କା ଦେବାକୁ ପଡ଼ିବ ବୋଲି କହିଥିଲା। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଫୋନ୍‌ ଆସିଥିବାରୁ ପ୍ରତାପ ଭୟରେ ତାଙ୍କ କଥାରେ ରାଜି ହୋଇଥିଲେ । ସମ୍ପୃକ୍ତ ବ୍ୟକ୍ତିଙ୍କ ଭିମଟାଙ୍ଗୀ ସ୍ଥିତ ଘରକୁ ଆସି ୨ ଲକ୍ଷ ଟଙ୍କା ଦେଇଥିଲେ। ଏହାପରେ ମଧ୍ୟ ଜାନକୀର ଆତଙ୍କ ଥମି ନଥିଲା। ସେ ପୁଣିଥରେ ଫୋନ୍‌ କରି ଆହୁରି ୫ ଲକ୍ଷ ଟଙ୍କା ମାଗିଥିଲା। ପ୍ରତାପର ଅରାଜି ହେବାରୁ ଜାନକୀ ଗାଳିଗୁଲଜ କରିବା ସହିତ ଜୀବନରେ ମାରିଦେବାକୁ ଧମକ ଦେଇଥିଲା। ଶେଷରେ ପ୍ରତାପ କୈାଣସି ଉପାୟ ନପାଇ ଏୟାରଫିଲ୍ଡ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୁଲିସ ମଧ୍ୟ ତାଙ୍କ ଅଭିଯୋଗ ଆଧାରରେ ଏକ ମାମଲା ରୁଜୁ କରି ତଦନ୍ତ କରୁଛି।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର