ରାଜ୍ୟରେ କାଲିଠୁ ୧୮ ବର୍ଷରୁ ଉର୍ଦ୍ଧ୍ୱଙ୍କୁ ମିଳିବ ମାଗଣା ବୁଷ୍ଟର ଡୋଜ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା କାଲିଠୁ ମିଳିବ ମାଗଣା ବୁଷ୍ଟର ଡୋଜ । ୧୮ରୁ ୫୯ ବର୍ଷ ବୟସ୍କଙ୍କୁ ମିଳିବ ଏହି ମାଗଣା ବୁଷ୍ଟର ଡୋଜ । ଆଗାମୀ ୭୫ ଦିନ ପର୍ଯ୍ୟନ୍ତ ଏହି ଡ୍ରାଇଭ ଜାରି ରହିବ । ଏନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି, ରାଜ୍ୟରେ ବର୍ତ୍ତମାନ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ଘଟୁଛି, ତେଣୁ ସମସ୍ତ ବର୍ଗର ଲୋକଙ୍କୁ ଟୀକାକରଣ ଉପରେ ଗୁରୁତ୍ୱ ଦିଆଯାଉଛି। ୧୨ ରୁ ୧୪ ବର୍ଷର […]

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା କାଲିଠୁ ମିଳିବ ମାଗଣା ବୁଷ୍ଟର ଡୋଜ । ୧୮ରୁ ୫୯ ବର୍ଷ ବୟସ୍କଙ୍କୁ ମିଳିବ ଏହି ମାଗଣା ବୁଷ୍ଟର ଡୋଜ । ଆଗାମୀ ୭୫ ଦିନ ପର୍ଯ୍ୟନ୍ତ ଏହି ଡ୍ରାଇଭ ଜାରି ରହିବ । ଏନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି, ରାଜ୍ୟରେ ବର୍ତ୍ତମାନ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ଘଟୁଛି, ତେଣୁ ସମସ୍ତ ବର୍ଗର ଲୋକଙ୍କୁ ଟୀକାକରଣ ଉପରେ ଗୁରୁତ୍ୱ ଦିଆଯାଉଛି। ୧୨ ରୁ ୧୪ ବର୍ଷର ପିଲାଙ୍କର ପ୍ରଥମ ଡୋଜ ୯୮% ଦ୍ୱିତୀୟ ଡୋଜ ୭୨%। ୧୫ ରୁ ୧୭ ବର୍ଷ ପିଲାଙ୍କୁ ପ୍ରଥମ ଡୋଜ ୯୨% ଏବଂ ଦ୍ୱିତୀୟ ଡୋଜ ୮୨% ଟୀକାକରଣ କରାଯାଇଛି। ୧୮ ରୁ ଅଧିକ ବର୍ଗର ଲୋକଙ୍କର ୯୬% ପ୍ରଥମ ଡୋଜ ଏବଂ ଦ୍ୱିତୀୟ ଡୋଜ ୯୦% ଟୀକାକରଣ ଦିଆସରିଛି। ବର୍ତ୍ତମାନ ପ୍ରିକସନ ଡୋଜ୍ ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି । କରୋନା ଯୋଦ୍ଧା, ସମ୍ମୁଖ ଧାଡ଼ିର ଯୋଦ୍ଧା, ସ୍ୱାସ୍ଥ୍ୟ କର୍ମୀ ଓ ୬୦ ବର୍ଷର ଅଧିକ ଲୋକମାନେ ୨୮% ଟୀକାକରଣ କରାଯାଇଛି ।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସୃଷ୍ଟି ହେଲା ସାମୁଦ୍ରିକ ବାତ୍ୟା 'ଅର୍ଣ୍ଣବ': ଆନ୍ଧ୍ର ଓ ଓଡ଼ିଶା ଉପକୂଳ ପାଇଁ ରେଡ୍ ଆଲର୍ଟ ଜାରି

ଆସନ୍ତାକାଲିଠାରୁ ୧୮ରୁ ୫୯ ବର୍ଷର ନାଗରିକମାନଙ୍କୁ ପ୍ରିକସନ ଡୋଜ ମାଗଣାରେ ଦିଆଯିବ । ୭୫ ଦିନ ପର୍ଯ୍ୟନ୍ତ ମାଗଣାରେ ଟୀକାକରଣ ଚାଲିବ । ରାଜ୍ୟରେ ପାଖାପାଖି ୩ ହଜାର ସରକାରୀ ଟୀକାକରଣ କେନ୍ଦ୍ର ରହିଛି । ସେଠାରେ ମାଗଣାରେ ଟୀକାକରଣ କରିପାରିବେ । ଟିକାକରଣ କେନ୍ଦ୍ରଗୁଡିକରେ ଟିକା ଦେବା ପାଇଁ ପ୍ରଯ୍ୟାପ୍ତ ପରିମାଣରେ ସ୍ୱାସ୍ଥ୍ୟ କର୍ମୀ ରହିଛନ୍ତି । ଯଦି ମାଗଣାରେ ଏଭଳି ଟୀକାକରଣ ଦିଆଯିବ ତେବେ ରାଜ୍ୟରେ ସେତିକି ପରିମାଣରେ ଟିକା ନାହିଁ । ତେବେ ଆହୁରି ଟିକା ଆବଶ୍ୟକ ପଡ଼ିବ ।

ଆହୁରି ପଢ଼ନ୍ତୁ: ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ଅଭିଯୋଗ, ପ୍ରତିବାଦରେ ମାଲକାନଗିରି ଥାନାରେ ଉତ୍ତେଜନା

ଏହି ବର୍ଗର ମୋଟ ୨ କୋଟି ୬୫ ଲକ୍ଷ ୮୫ ହାଜର ହିତାଧିକାରୀ ଅଛନ୍ତି । ସେଥିମଧ୍ୟରୁ ମାତ୍ର ୧ ଲକ୍ଷ ୫୦ ହାଜର ହିତାଧିକାରୀ ପ୍ରିକ୍ସସନ୍ ଡୋଜ ନେଇଛନ୍ତି । ଅର୍ଥାତ ୯୯% ଆହୁରି ଟିକା ନେଇନାହାନ୍ତି । ଏହି ଟୀକାକରଣ ପାଇଁ ଉଭୟ ଅନଲାଇନ ଓ ଅଫଲାଇନ ବ୍ୟବସ୍ଥା କରାଯାଇଛି । ବର୍ତ୍ତମାନ ସ୍ୱାସ୍ଥ୍ୟ ବିଭାଗକୁ କୌଣସି ଲିଖିତ ଭାବରେ ନିର୍ଦ୍ଦେଶ ଆସିନାହିଁ । ତେବେ ଆଜି କେନ୍ଦ୍ର ସହିତ ବୈଠକ ରହିଛି । ଏହି ବୈଠକରେ ଆସନ୍ତାକାଲିଠାରୁ ଆରମ୍ଭ ହେବାକୁ ଥିବା ମାଗଣା ଟୀକାକରଣ ନେଇ ଆଲୋଚନା ହେବ ।

ଆହୁରି ପଢ଼ନ୍ତୁ: ବାତ୍ୟା 'ଅର୍ଣ୍ଣବ' ପାଇଁ OCS ମୁଖ୍ୟ ପରୀକ୍ଷା ସୂଚୀରେ ପରିବର୍ତ୍ତନ: ନୂଆ ତାରିଖ ଘୋଷଣା କଲା OPSC

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର