୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ! ଓଡ଼ିଶାରେ ବଢ଼ିବ ବର୍ଷାର ପରିମାଣ

Madhusudan Das Picture
Published On

ଭୁବନେଶ୍ୱର: ବଙ୍ଗୋପସାଗରରେ ପୁଣି ସକ୍ରିୟ ହେଉଛି ପାଣିପାଗ ପ୍ରଣାଳୀ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏକ ନୂଆ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସୂଚନା ଦିଆଯାଇଛି। ପ୍ରଭାବରେ ୨୪ରୁ ୨୭ ତାରିଖ ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ପାଇଁ ୱାର୍ଣ୍ଣିଂ ଜାରି ।  

ଆହୁରି ପଢ଼ନ୍ତୁ: ବନ୍ୟା ପ୍ରଭାବିତ ଜିଲ୍ଲାରେ ରିଲିଫ୍ ଓ ଉଦ୍ଧାର କାର୍ଯ୍ୟର ତଦାରଖ ପାଇଁ ୩ ବରିଷ୍ଠ ନେତାଙ୍କୁ ଦାୟିତ୍ୱ ଦେଲା ବିଜେଡି

ଆଇଏମଡିର ସୂଚନା ଅନୁଯାୟୀ, ଗତକାଲି ମିଆଁମାର ଏବଂ ଏହାର ଆଖପାଖ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ବର୍ତ୍ତମାନ ଉତ୍ତର ବଙ୍ଗୋପସାଗର ସମେତ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳ ଅଞ୍ଚଳକୁ ମୁହାଁଇଛି। ବାୟୁମଣ୍ଡଳରେ ସମୁଦ୍ର ପତ୍ତନଠାରୁ ଏହା ୫.୮ କିଲୋମିଟର ଉପରକୁ ବିସ୍ତାର କରିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ଅଞ୍ଚଳରେ ଏକ ନୂଆ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଦୃଢ଼ ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ମଦ ମାଫିଆଙ୍କ ସହିତ ମଧୁଚନ୍ଦ୍ରିକା ଅଡିଓ ଭାଇରାଲ: ଚିତ୍ରଡା ଫାଣ୍ଡି ଅଧିକାରୀ ନିଲମ୍ବିତ

ଏହି ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆଗାମୀ ଦିନରେ ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଉଛି। ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ପାଣିପାଗ ବିଭାଗ ପକ୍ଷରୁ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି। ଏହା ସହିତ ତଳିଆ ଅଞ୍ଚଳର ଲୋକମାନଙ୍କୁ ମଧ୍ୟ ସତର୍କ ରହିବାକୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: ରାକ୍ଷୀ ପୂର୍ଣ୍ଣିମା ତିଥିକୁ ନେଇ ଦୂର ହେଲା ଦ୍ୱନ୍ଦ୍ୱ; ୨୭ରେ ଘରେ ରକ୍ଷାବନ୍ଧନ, ୨୮ରେ ଶ୍ରୀମନ୍ଦିରରେ ବଳଭଦ୍ର ଜନ୍ମ ନୀତି

22 Aug 2026 By Madhusudan Das

୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ! ଓଡ଼ିଶାରେ ବଢ଼ିବ ବର୍ଷାର ପରିମାଣ

ଭୁବନେଶ୍ୱର: ବଙ୍ଗୋପସାଗରରେ ପୁଣି ସକ୍ରିୟ ହେଉଛି ପାଣିପାଗ ପ୍ରଣାଳୀ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏକ ନୂଆ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସୂଚନା ଦିଆଯାଇଛି। ପ୍ରଭାବରେ ୨୪ରୁ ୨୭ ତାରିଖ ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ପାଇଁ ୱାର୍ଣ୍ଣିଂ ଜାରି ।  

ଆଇଏମଡିର ସୂଚନା ଅନୁଯାୟୀ, ଗତକାଲି ମିଆଁମାର ଏବଂ ଏହାର ଆଖପାଖ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ବର୍ତ୍ତମାନ ଉତ୍ତର ବଙ୍ଗୋପସାଗର ସମେତ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳ ଅଞ୍ଚଳକୁ ମୁହାଁଇଛି। ବାୟୁମଣ୍ଡଳରେ ସମୁଦ୍ର ପତ୍ତନଠାରୁ ଏହା ୫.୮ କିଲୋମିଟର ଉପରକୁ ବିସ୍ତାର କରିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ଅଞ୍ଚଳରେ ଏକ ନୂଆ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଦୃଢ଼ ସମ୍ଭାବନା ରହିଛି।

ଏହି ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆଗାମୀ ଦିନରେ ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଉଛି। ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ପାଣିପାଗ ବିଭାଗ ପକ୍ଷରୁ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି। ଏହା ସହିତ ତଳିଆ ଅଞ୍ଚଳର ଲୋକମାନଙ୍କୁ ମଧ୍ୟ ସତର୍କ ରହିବାକୁ କୁହାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର