ପୁରୀବାସୀଙ୍କ ପାଇଁ ଖୁସି ଖବର: ନଭେମ୍ବର ୧ରୁ ପଶ୍ଚିମ ଦ୍ବାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିପାରିବେ ପୁରୀବାସୀ

The Sakala Picture
Published On

ପୁରୀ: କାର୍ତ୍ତିକରେ ଶ୍ରୀକ୍ଷେତ୍ରବାସୀଙ୍କ ଲାଗି ସହଜ ହେଲା ଜଗା ଦର୍ଶନ । ଏଣିକି ପଶ୍ଚିମ ଦ୍ୱାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିପାରିବେ ପୁରୀବାସୀ । ଏ ନେଇ ଆଜି ବସିଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି । ଆସନ୍ତା ୧ ତାରିଖ ଠାରୁ ପଶ୍ଚିମ ଦ୍ୱାର ଦେଇ ପୁରୀବାସୀ ଶ୍ରୀମନ୍ଦିର ମଧ୍ୟକୁ ପ୍ରବେଶ କରିପାରିବେ । ଏଥିପାଇଁ ପରିଚୟ ପତ୍ର ଓ ଟିକା ପ୍ରମାଣପତ୍ର ବାଧ୍ୟତାମୂଳକ କରାଯାଇଛି । ଆଜି ବସିଥିବା ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସମେତ […]

ପୁରୀ: କାର୍ତ୍ତିକରେ ଶ୍ରୀକ୍ଷେତ୍ରବାସୀଙ୍କ ଲାଗି ସହଜ ହେଲା ଜଗା ଦର୍ଶନ । ଏଣିକି ପଶ୍ଚିମ ଦ୍ୱାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିପାରିବେ ପୁରୀବାସୀ । ଏ ନେଇ ଆଜି ବସିଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି । ଆସନ୍ତା ୧ ତାରିଖ ଠାରୁ ପଶ୍ଚିମ ଦ୍ୱାର ଦେଇ ପୁରୀବାସୀ ଶ୍ରୀମନ୍ଦିର ମଧ୍ୟକୁ ପ୍ରବେଶ କରିପାରିବେ । ଏଥିପାଇଁ ପରିଚୟ ପତ୍ର ଓ ଟିକା ପ୍ରମାଣପତ୍ର ବାଧ୍ୟତାମୂଳକ କରାଯାଇଛି ।

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁ

ଆଜି ବସିଥିବା ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସମେତ ଜିଲ୍ଲାପାଳ, ଏସପି, ଉନ୍ନୟନ ପ୍ରଶାସକ ଓ ପରିଚାଳନା କମିଟି ସଦସ୍ୟ ଉପସ୍ଥିତ ଥିଲେ । କୋଭିଡ୍ କଟକଣା ମାନି ପୁରୀବାସୀ ପଶ୍ଚିମ ଦ୍ୱାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିବେ । ପୂର୍ବଭଳି ଉତ୍ତର ଓ ଦକ୍ଷିଣ ଦ୍ୱାର ଦେଇ ପ୍ରସ୍ଥାନ କରିପାରିବେ ଶ୍ରଦ୍ଧାଳୁ । ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତିକୁ ପୁରୀବାସୀ ସ୍ୱାଗତ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଏଫ୍‌ସିଆଇ ଚାଉଳ ନ ଉଠାଇବା ପ୍ରସଙ୍ଗ: ସରକାରଙ୍କ ଅପାରଗତା ପାଇଁ ଯୋଗାଣ ବ୍ୟବସ୍ଥା ଫେଲ୍‌ ମାରିଛି କହିଲା ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର