ରାଜ୍ୟରେ ଆଜିଠାରୁ ପାଗରେ ହେବ ପରିବର୍ତ୍ତନ, ୧୧ରୁ ୧୪ ସ୍ୱଳ୍ପରୁ ମଧ୍ୟମ ବର୍ଷା !

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ୧୧ରୁ ୧୪ ତାରିଖ ରାଜ୍ୟର ବିଭିନ୍ନ ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହାସହ କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡ. ଏଚ୍‍ ଆର ବିଶ୍ୱାସ ପୂର୍ବାନୁମାନ କରିଛନ୍ତି। ଡ. ବିଶ୍ୱାସଙ୍କ ଅନୁଯାୟୀ ଆଜି ଓ ୧୦ ତାରିଖ ରାଜ୍ୟର କେତେକ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ ୧୧ ତାରିଖ […]

ଭୁବନେଶ୍ୱର: ଆସନ୍ତା ୧୧ରୁ ୧୪ ତାରିଖ ରାଜ୍ୟର ବିଭିନ୍ନ ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହାସହ କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡ. ଏଚ୍‍ ଆର ବିଶ୍ୱାସ ପୂର୍ବାନୁମାନ କରିଛନ୍ତି। ଡ. ବିଶ୍ୱାସଙ୍କ ଅନୁଯାୟୀ ଆଜି ଓ ୧୦ ତାରିଖ ରାଜ୍ୟର କେତେକ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ ୧୧ ତାରିଖ ପରଠାରୁ ବର୍ଷାର ପରିମାଣ କିଛି ମାତ୍ରାରେ ବଢ଼଼ିବ। ୧୧ ତାରିଖରେ ଉତ୍ତର କେନ୍ଦ୍ରୀୟ ଓଡ଼ିଶା ସମେତ ନୂଆପଡ଼ା, କଳାହାଣ୍ଡି,କନ୍ଧମାଳ, ବଲାଙ୍ଗୀର, ସୋନପୁର, ବୌଦ୍ଧ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଏହାସହ ବରଗଡ଼଼, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼଼ ଓ ଦେବଗଡ଼଼ରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୧୨ ତାରିଖରେ ବର୍ଷାର ପରିମାଣ ସାମାନ୍ୟ ବୃଦ୍ଧି ପାଇବା ସହ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ବର୍ଷା ହେବ ବୋଲି ଡ. ବିଶ୍ୱାସ ଆକଳନ କରିଛନ୍ତି। ଏହି ସମୟରେ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, କଟକ ଓ ନୟାଗଡ଼଼ ଜିଲ୍ଲାରେ ଘଡ଼ଘଡ଼ି ସମ୍ଭାବନା ରହିଛି। ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଏପରି ପାଣିପାଗ ଲାଗି ରହିବ ବୋଲି କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

09 Jan 2022 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର