ଆସନ୍ତାକାଲିଠୁ ଗାଁ ଗାଁ ବୁଲି ଟିକା ନେଇନଥିବା ଲୋକଙ୍କୁ ଖୋଜିବେ ଆଶାକର୍ମୀ

The Sakala Picture
Published On

ଭୁବନେଶ୍ୱର : ରାଜ୍ୟରେ କୋଭିଡ ଟିକା ନେଇ ନ ଥିବା ଲୋକଙ୍କୁ ଖୋଜିବା ଅଭିଯାନ ଆରମ୍ଭ ହେବ । ଆସନ୍ତାକାଲିଠାରୁ ଟିକା ନେଇ ନଥିବା ଲୋକଙ୍କୁ ଖୋଜିବା ଅଭିଯାନ ଆରମ୍ଭ ହେବ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି । ଗାଁ ଗାଁରେ ଏଭଳି ଲୋକଙ୍କୁ ଖୋଜିବେ ଆଶାକର୍ମୀ । ଟିକା ନେଇ ନ ଥିବା ଲୋକଙ୍କର ଏକ ତାଲିକା ପ୍ରକାଶ କରାଯିବ । ବର୍ତ୍ତମାନ ସୁଦ୍ଧା ୩୦ ଲକ୍ଷ ବ୍ୟକ୍ତି ଦ୍ୱିତୀୟ […]

ଭୁବନେଶ୍ୱର : ରାଜ୍ୟରେ କୋଭିଡ ଟିକା ନେଇ ନ ଥିବା ଲୋକଙ୍କୁ ଖୋଜିବା ଅଭିଯାନ ଆରମ୍ଭ ହେବ । ଆସନ୍ତାକାଲିଠାରୁ ଟିକା ନେଇ ନଥିବା ଲୋକଙ୍କୁ ଖୋଜିବା ଅଭିଯାନ ଆରମ୍ଭ ହେବ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି । ଗାଁ ଗାଁରେ ଏଭଳି ଲୋକଙ୍କୁ ଖୋଜିବେ ଆଶାକର୍ମୀ । ଟିକା ନେଇ ନ ଥିବା ଲୋକଙ୍କର ଏକ ତାଲିକା ପ୍ରକାଶ କରାଯିବ । ବର୍ତ୍ତମାନ ସୁଦ୍ଧା ୩୦ ଲକ୍ଷ ବ୍ୟକ୍ତି ଦ୍ୱିତୀୟ ଡୋଜ୍ ଟିକା ନେଇନାହାନ୍ତି ।

ଆହୁରି ପଢ଼ନ୍ତୁ: ଜଙ୍ଗଲରୁ ନିଖୋଜ ନାବାଳିକାଙ୍କ ଗଳିତ ମୃତଦେହ ଉଦ୍ଧାର, ଗଣଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

ଡିସେମ୍ବର ସୁଦ୍ଧା ପ୍ରଥମ ଡୋଜ ଟିକାକରଣ ଶେଷ ହେବ । ଏଥିପାଇଁ ଟିକା କେନ୍ଦ୍ର ତାଲିକା ବୃଦ୍ଧି କରାଯିବ । ଯେଉଁ ଗାଁରେ ଅଧିକ ଲୋକ ଟିକା ନେଇ ନାହାଁନ୍ତି ସେଠାରେ ଟିକାକରଣ କେନ୍ଦ୍ର ଖୋଲାଯିବ ବୋଲି ଶ୍ରୀ ପାଣିଗ୍ରାହୀ କହିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦ ଲକ୍ଷ ଲୋକ ଦ୍ୱିତୀୟ ଡୋଜ ଟିକା ନେଇ ନାହାଁନ୍ତିି ବୋଲି ସେ ସୂଚନା ଦେଇଛନ୍ତିି ।

ଆହୁରି ପଢ଼ନ୍ତୁ: ରାଜଧାନୀରେ ଲଜ୍ଜା: ଦୁଷ୍କର୍ମ ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ବାନ୍ଧିଲା ମହିଳା ଥାନା ପୋଲିସ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର