ଆସନ୍ତାକାଲିଠୁ କଲେଜ ଓ ବିଶ୍ୱବିଦ୍ୟାଳୟ ଆସିବେ ସବୁ କର୍ମଚାରୀ

The Sakala Picture
Published On

ଭୁବନେଶ୍ୱର: ଏଣିକି କଲେଜ ଓ ବିଶ୍ୱବିଦ୍ୟାଳୟ ଆସିବେ ସବୁ କର୍ମଚାରୀ । ଏନେଇ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶନାମା ଜାରି କରିଛି । ଆସନ୍ତାକାଲିଠୁ ସମସ୍ତ ଟିଚିଂ ଓ ନନଟିଚିଂ ଷ୍ଟାଫ୍ ଡିଗ୍ରୀ ଓ ବିଶ୍ବବିଦ୍ୟାଳୟକୁ ଆସି କାମରେ ଯୋଗଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। କରୋନା ପାଇଁ ଶିକ୍ଷାନୁଷ୍ଠାନ ବନ୍ଦ ଥିବା ବେଳେ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କେବଳ ଅଫିସିଆଲ୍‌ କାମ କରାଯାଉଥିଲା । ହେଲେ ଆସନ୍ତାକାଲିଠାରୁ ଏହି ନିୟମରେ ହୋଇଛି ପରିବର୍ତ୍ତନ । ଆସନ୍ତାକାଲି ଅର୍ଥାତ […]

ଭୁବନେଶ୍ୱର: ଏଣିକି କଲେଜ ଓ ବିଶ୍ୱବିଦ୍ୟାଳୟ ଆସିବେ ସବୁ କର୍ମଚାରୀ । ଏନେଇ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶନାମା ଜାରି କରିଛି । ଆସନ୍ତାକାଲିଠୁ ସମସ୍ତ ଟିଚିଂ ଓ ନନଟିଚିଂ ଷ୍ଟାଫ୍ ଡିଗ୍ରୀ ଓ ବିଶ୍ବବିଦ୍ୟାଳୟକୁ ଆସି କାମରେ ଯୋଗଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। କରୋନା ପାଇଁ ଶିକ୍ଷାନୁଷ୍ଠାନ ବନ୍ଦ ଥିବା ବେଳେ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କେବଳ ଅଫିସିଆଲ୍‌ କାମ କରାଯାଉଥିଲା । ହେଲେ ଆସନ୍ତାକାଲିଠାରୁ ଏହି ନିୟମରେ ହୋଇଛି ପରିବର୍ତ୍ତନ ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ବେତନଟୀ ଆର ଆଣ୍ଡ ବି ସହକାରୀ ନିର୍ବାହୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୧୦ଟି ଠିକଣାରେ ଚଢ଼ାଉ

ଆସନ୍ତାକାଲି ଅର୍ଥାତ ମଙ୍ଗଳବାର ଠାରୁ ସବୁ କର୍ମଚାରୀ କାର୍ୟ୍ୟରେ ଯୋଗଦେବା ପାଇଁ ବିଶ୍ୱବିଦ୍ୟାଳୟ କୁଳପତି ଓ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଉଚ୍ଚଶିକ୍ଷା ସଚିବ ଶାଶ୍ୱତ ମିଶ୍ର ନିର୍ଦ୍ଦେଶ ଦେଇଛନ୍ତି । କରୋନା କଟକଣା ମାନି ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ରଖି କାମ କରିବେ କର୍ମଚାରୀ ।

ଆହୁରି ପଢ଼ନ୍ତୁ: ଅକ୍ଟୋବର ୮ତାରିଖରେ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ: ଚାଲିବ ଘରୋଇ ବସ୍, ସମ୍ପୂର୍ଣ୍ଣ ଠପ୍ ରହିବ ଅଟୋ ସେବା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର