କାଶୀନଗରରେ ବିକାଶର ହିସାବ ଦେଲେ ୫ଟି ଅଧ୍ୟକ୍ଷ: ୭ ମାସ ଭିତରେ ଗଜପତି ଜିଲ୍ଲାକୁ ମିଳିଛି ୧୨୦ କୋଟି

The Sakala Picture
Published On

ଗଜପତି: ୭ ମାସ ଭିତରେ ଗଜପତି ଜିଲ୍ଲାକୁ ମିଳିଛି ପ୍ରାୟ ୧୨୦ କୋଟି ଟଙ୍କା। କାଶୀନଗର ନୀଳମଣି ଦୁର୍ଗା ମନ୍ଦିର ପଡ଼ିଆରେ ବିକାଶର ହିସାବ ରଖିଛନ୍ତି ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଗତ ମେ’ ୧୦ତାରିଖରେ ସେ ଆସି ୩୮୦ ଦରଖାସ୍ତ ପାଇଥିଲେ। ଏହା ମଧ୍ୟରୁ ୩୫୦ଟି ଦରଖାସ୍ତ ସମାଧାନ ହୋଇଛି। ଗୁମ୍ମାରେ ନୂଆ ସରକାରୀ ଡିଗ୍ରୀ କଲେଜକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଗୁମ୍ମା ହାଇସ୍କୁଲକୁ ହାୟର ସେକେଣ୍ଡାରୀ ସ୍କୁଲ କରିବାକୁ ମଂଜୁରୀ ମିଳିଛି। […]

ଗଜପତି: ୭ ମାସ ଭିତରେ ଗଜପତି ଜିଲ୍ଲାକୁ ମିଳିଛି ପ୍ରାୟ ୧୨୦ କୋଟି ଟଙ୍କା। କାଶୀନଗର ନୀଳମଣି ଦୁର୍ଗା ମନ୍ଦିର ପଡ଼ିଆରେ ବିକାଶର ହିସାବ ରଖିଛନ୍ତି ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଗତ ମେ’ ୧୦ତାରିଖରେ ସେ ଆସି ୩୮୦ ଦରଖାସ୍ତ ପାଇଥିଲେ। ଏହା ମଧ୍ୟରୁ ୩୫୦ଟି ଦରଖାସ୍ତ ସମାଧାନ ହୋଇଛି। ଗୁମ୍ମାରେ ନୂଆ ସରକାରୀ ଡିଗ୍ରୀ କଲେଜକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

ଗୁମ୍ମା ହାଇସ୍କୁଲକୁ ହାୟର ସେକେଣ୍ଡାରୀ ସ୍କୁଲ କରିବାକୁ ମଂଜୁରୀ ମିଳିଛି। ପାରଳାଖେମୁଣ୍ଡିରେ ୪ଲେନ୍ ବିଶିଷ୍ଟ ବାଇପାସ୍ ରାସ୍ତା ପାଇଁ ୫୦କୋଟି ଟଙ୍କା, ପାରଳାଖେମୁଣ୍ଡି ଏସକେସିଜି କଲେଜର ଉନ୍ନତିକରଣ ପାଇଁ ୨କୋଟି ୨୫ଲକ୍ଷ ଟଙ୍କା, କାଶୀନଗର ଶ୍ରୀରାମ ଡିଗ୍ରୀ କଲେଜର ଫାଇଭ୍-ଟି ରୂପାନ୍ତରଣ ଲାଗି ୫୦ଲକ୍ଷ ଟଙ୍କା, ଗୁମ୍ମା ଏସସି ଏସଟି ବିଭାଗର ତୁମୁଲ ହାଇସ୍କୁଲ ପାଇଁ ୫୦ଲକ୍ଷ, କୃଷ୍ଣସାଗର ପାଇଁ ୩କୋଟି ୧୦ଲକ୍ଷ, ରାମସାଗର ପାଇଁ ୩କୋଟି ୫୦ ଲକ୍ଷ, ଗଜପତି ସାଗର ଉନ୍ନତିକରଣ ପାଇଁ କୋଟିଏ ୪୦ଲକ୍ଷ ଟଙ୍କା ମଂଜୁର କରାଯାଇଛି। ଗୁମ୍ମାରେ ମଡେଲ୍ ବସଷ୍ଟାଣ୍ଡ କାମ ସରିଛି। ପିଇବା ପାଣି ପ୍ରତି ଘରେ ପାଇପ୍ ଯୋଗେ ପହଞ୍ଚାଇବାକୁ କାମ ଆରମ୍ଭ ହେବ। ୭ମାସ ଭିତରେ ପାରଳାଖେମୁଣ୍ଡି ନିର୍ବାଚନମଣ୍ଡଳୀ ପାଇଁ ୧୧୮ କୋଟି ୩୦ଲକ୍ଷ ମଂଜୁର କରାଯାଇଛି। ମନ୍ଦିର, ମସଜିଦ୍, ଚର୍ଚ୍ଚ, କମ୍ୟୁନିଟି ସେଣ୍ଟର ସଂପର୍କିତ ଦରଖାସ୍ତ ନେଇ ୧୦ଦିନ ଭିତରେ ଖୁସି ଖବର ପାଇବେ। ସ୍ବଚ୍ଛତାର ସହ ସରକାରୀ ଅନୁଦାନ ଖର୍ଚ୍ଚ କରିବାକୁ ଆହ୍ବାନ ଦେଇଛନ୍ତି କାର୍ତ୍ତିକ ପାଣ୍ଡିଆନ।

ଆହୁରି ପଢ଼ନ୍ତୁ: ମହଙ୍ଗା ହେଲା ରୋଷେଇ ଗ୍ୟାସ୍: ଘରୋଇ ସିଲିଣ୍ଡର ପିଛା ବଢିଲା ୬୦ ଟଙ୍କା, କମର୍ସିଆଲ୍ ୧୧୫ଟଙ୍କା ବୃଦ୍ଧି

ଗଜପତି ଜିଲ୍ଲାରେ ଲକ୍ଷ୍ମୀ ଯୋଜନାରେ ବସ୍ ଚାଲିଛି। ଖୁବ୍ ଶୀଘ୍ର ଭତ୍ତା ସହ ଆଶା, ଅଙ୍ଗନବାଡ଼ି ଦିଦି, ସ୍ବଚ୍ଛ ସାଥୀଙ୍କ ଦରମା ବୃଦ୍ଧି ନେଇ ଖୁସି ଖବର ଦେବେ ମୁଖ୍ୟମନ୍ତ୍ରୀ। ପ୍ରତି ପଞ୍ଚାୟତରେ ମିଳିବ ବ୍ୟାଙ୍କସେବା ସୁବିଧା । ଗ୍ରାମାଞ୍ଚଳରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡ ନଥିବା ଲୋକଙ୍କୁ ବିଏସକେଓ୍ବାଇ ନବୀନ କାର୍ଡ ପାଇଁ ଆବେଦନ କରିବାକୁ କହିଛନ୍ତି ୫ଟି ଅଧ୍ୟକ୍ଷ। ଗାଁର ପ୍ରତି ପରିବାରକୁ ମିଳିବ ସ୍ବାସ୍ଥ୍ୟକାର୍ଡ। ଗରିବ ଜନତାଙ୍କ ପରିବାରରେ ବଡ଼ ରୋଗ ଆସିଲେ ଦୃଢ ଇଚ୍ଛାଶକ୍ତି ସହ ମୁକାବିଲା କରିବାକୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ସଶକ୍ତ କରୁଛନ୍ତି। ଏହି ସରକାର ଲୋକଙ୍କ ସରକାର । ଭଲ କାମ କରି ନୂଆ ଓଡ଼ିଶା ଗଠନ କରିବାକୁ ଆହ୍ବାନ ଦେଇଛନ୍ତି କାର୍ତ୍ତିକ ପାଣ୍ଡିଆନ ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

23 Jan 2024 By The Sakala

କାଶୀନଗରରେ ବିକାଶର ହିସାବ ଦେଲେ ୫ଟି ଅଧ୍ୟକ୍ଷ: ୭ ମାସ ଭିତରେ ଗଜପତି ଜିଲ୍ଲାକୁ ମିଳିଛି ୧୨୦ କୋଟି

ଗଜପତି: ୭ ମାସ ଭିତରେ ଗଜପତି ଜିଲ୍ଲାକୁ ମିଳିଛି ପ୍ରାୟ ୧୨୦ କୋଟି ଟଙ୍କା। କାଶୀନଗର ନୀଳମଣି ଦୁର୍ଗା ମନ୍ଦିର ପଡ଼ିଆରେ ବିକାଶର ହିସାବ ରଖିଛନ୍ତି ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଗତ ମେ’ ୧୦ତାରିଖରେ ସେ ଆସି ୩୮୦ ଦରଖାସ୍ତ ପାଇଥିଲେ। ଏହା ମଧ୍ୟରୁ ୩୫୦ଟି ଦରଖାସ୍ତ ସମାଧାନ ହୋଇଛି। ଗୁମ୍ମାରେ ନୂଆ ସରକାରୀ ଡିଗ୍ରୀ କଲେଜକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି।

ଗୁମ୍ମା ହାଇସ୍କୁଲକୁ ହାୟର ସେକେଣ୍ଡାରୀ ସ୍କୁଲ କରିବାକୁ ମଂଜୁରୀ ମିଳିଛି। ପାରଳାଖେମୁଣ୍ଡିରେ ୪ଲେନ୍ ବିଶିଷ୍ଟ ବାଇପାସ୍ ରାସ୍ତା ପାଇଁ ୫୦କୋଟି ଟଙ୍କା, ପାରଳାଖେମୁଣ୍ଡି ଏସକେସିଜି କଲେଜର ଉନ୍ନତିକରଣ ପାଇଁ ୨କୋଟି ୨୫ଲକ୍ଷ ଟଙ୍କା, କାଶୀନଗର ଶ୍ରୀରାମ ଡିଗ୍ରୀ କଲେଜର ଫାଇଭ୍-ଟି ରୂପାନ୍ତରଣ ଲାଗି ୫୦ଲକ୍ଷ ଟଙ୍କା, ଗୁମ୍ମା ଏସସି ଏସଟି ବିଭାଗର ତୁମୁଲ ହାଇସ୍କୁଲ ପାଇଁ ୫୦ଲକ୍ଷ, କୃଷ୍ଣସାଗର ପାଇଁ ୩କୋଟି ୧୦ଲକ୍ଷ, ରାମସାଗର ପାଇଁ ୩କୋଟି ୫୦ ଲକ୍ଷ, ଗଜପତି ସାଗର ଉନ୍ନତିକରଣ ପାଇଁ କୋଟିଏ ୪୦ଲକ୍ଷ ଟଙ୍କା ମଂଜୁର କରାଯାଇଛି। ଗୁମ୍ମାରେ ମଡେଲ୍ ବସଷ୍ଟାଣ୍ଡ କାମ ସରିଛି। ପିଇବା ପାଣି ପ୍ରତି ଘରେ ପାଇପ୍ ଯୋଗେ ପହଞ୍ଚାଇବାକୁ କାମ ଆରମ୍ଭ ହେବ। ୭ମାସ ଭିତରେ ପାରଳାଖେମୁଣ୍ଡି ନିର୍ବାଚନମଣ୍ଡଳୀ ପାଇଁ ୧୧୮ କୋଟି ୩୦ଲକ୍ଷ ମଂଜୁର କରାଯାଇଛି। ମନ୍ଦିର, ମସଜିଦ୍, ଚର୍ଚ୍ଚ, କମ୍ୟୁନିଟି ସେଣ୍ଟର ସଂପର୍କିତ ଦରଖାସ୍ତ ନେଇ ୧୦ଦିନ ଭିତରେ ଖୁସି ଖବର ପାଇବେ। ସ୍ବଚ୍ଛତାର ସହ ସରକାରୀ ଅନୁଦାନ ଖର୍ଚ୍ଚ କରିବାକୁ ଆହ୍ବାନ ଦେଇଛନ୍ତି କାର୍ତ୍ତିକ ପାଣ୍ଡିଆନ।

ଗଜପତି ଜିଲ୍ଲାରେ ଲକ୍ଷ୍ମୀ ଯୋଜନାରେ ବସ୍ ଚାଲିଛି। ଖୁବ୍ ଶୀଘ୍ର ଭତ୍ତା ସହ ଆଶା, ଅଙ୍ଗନବାଡ଼ି ଦିଦି, ସ୍ବଚ୍ଛ ସାଥୀଙ୍କ ଦରମା ବୃଦ୍ଧି ନେଇ ଖୁସି ଖବର ଦେବେ ମୁଖ୍ୟମନ୍ତ୍ରୀ। ପ୍ରତି ପଞ୍ଚାୟତରେ ମିଳିବ ବ୍ୟାଙ୍କସେବା ସୁବିଧା । ଗ୍ରାମାଞ୍ଚଳରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡ ନଥିବା ଲୋକଙ୍କୁ ବିଏସକେଓ୍ବାଇ ନବୀନ କାର୍ଡ ପାଇଁ ଆବେଦନ କରିବାକୁ କହିଛନ୍ତି ୫ଟି ଅଧ୍ୟକ୍ଷ। ଗାଁର ପ୍ରତି ପରିବାରକୁ ମିଳିବ ସ୍ବାସ୍ଥ୍ୟକାର୍ଡ। ଗରିବ ଜନତାଙ୍କ ପରିବାରରେ ବଡ଼ ରୋଗ ଆସିଲେ ଦୃଢ ଇଚ୍ଛାଶକ୍ତି ସହ ମୁକାବିଲା କରିବାକୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ସଶକ୍ତ କରୁଛନ୍ତି। ଏହି ସରକାର ଲୋକଙ୍କ ସରକାର । ଭଲ କାମ କରି ନୂଆ ଓଡ଼ିଶା ଗଠନ କରିବାକୁ ଆହ୍ବାନ ଦେଇଛନ୍ତି କାର୍ତ୍ତିକ ପାଣ୍ଡିଆନ ।

https://www.thesakala.in/latest-odisha-news/gajapati/5t-chairman-kartik-pandian-gave-an-account-of-the-development-in-kashinagar/article-29362
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର