ଲକ୍ଷ୍ମୀ ଯୋଜନା ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆଣିବ, ଗାଁ ଗାଁରେ ଅର୍ଥନୀତି ସହିତ ସାମାଜିକ ସମ୍ପର୍କ ସୁଦୃଢ ହେବ : ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନା ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। ଏଥିରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନାର ଦାୟିତ୍ୱ ଦିଆଯାଇଛି। ଏହି ଯୋଜନାରେ ମହିଳା, ଛାତ୍ରଛାତ୍ରୀ ଓ ଭିନ୍ନକ୍ଷମ ବର୍ଗର ଲୋକମାନେ ମାତ୍ର ୫ ଟଙ୍କାରେ ଗାଁରୁ ବ୍ଲକକୁ ଯାଇପାରିବେ। ଏହି […]

ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନା ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। ଏଥିରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନାର ଦାୟିତ୍ୱ ଦିଆଯାଇଛି। ଏହି ଯୋଜନାରେ ମହିଳା, ଛାତ୍ରଛାତ୍ରୀ ଓ ଭିନ୍ନକ୍ଷମ ବର୍ଗର ଲୋକମାନେ ମାତ୍ର ୫ ଟଙ୍କାରେ ଗାଁରୁ ବ୍ଲକକୁ ଯାଇପାରିବେ।

ଏହି ଅବସରରେ ଉଦ୍‌ବୋଧନ ଦେଇ ଗଜପତି ଜିଲ୍ଲାବାସୀଙ୍କୁ ମୁଖ୍ୟମନ୍ତ୍ରୀ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତରୁ ଲୋକଙ୍କ ଯିବା ଆସିବାର ଅସୁବିଧା ବିଷୟରେ ମୁଁ ଜାଣିବା ପରେ ଆମର ଏହି ଲକ୍ଷ୍ମୀ ଯୋଜନା ଆରମ୍ଭ କରାଗଲା। ଆମର ଗମନାଗମନ ଓ ପରିବହନ ବ୍ୟବସ୍ଥାରେ ଏହା ରୂପାନ୍ତର ଆଣିବ। ଗାଁ କୁ ଗାଁ ସହିତ ଯୋଡିବ। ଲୋକଙ୍କ ସାମାଜିକ ସମ୍ପର୍କ ମଜବୁତ୍ ହେବ । ଏହା ଦ୍ୱାରା ଆମର ଅର୍ଥନୀତି ମଧ୍ୟ ଆହୁରି ମଜବୁତ୍ ହେବ ବୋଲି ସେ କହିଲେ।

ଏହି ଯୋଜନା ସମ୍ପର୍କରେ ଆଲୋକପାତ କରି ମୁଖମନ୍ତ୍ରୀ କହିଲେ ଯେ ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି ଓ ଗଜପତି ସହିତ, ନବରଙ୍ଗପୁର, କୋରାପୁଟ, ରାୟଗଡା ଓ କନ୍ଧମାଳ ଜିଲ୍ଲାରେ ଏହି ଯୋଜନାରେ ବସ୍ ଚାଲିବ । ଗଜପତିରେ ଆଜି ୩୬ଟି ବସ୍‌ ଚାଲିଲା। ଗଜପତିର ୭ଟି ବ୍ଲକର ୧୨୬ଟି ପଞ୍ଚାୟତକୁ ବସ୍‌ ସୁବିଧା ମିଳିଲା । ଏହି ଯୋଜନା ପାଇଁ ଗଜପତିରେ ୬୯ଟି ନୂଆ ବସ୍ ଷ୍ଟପେଜ୍ ତିଆରି କରାଯାଇଛି। ପୂର୍ବରୁ ଥିବା ୬୪ଟି ବସ୍ ଷ୍ଟପେଜ୍‌ର ଉନ୍ନତିକରଣ କରାଯାଇଛି। ଲକ୍ଷ୍ମୀ ଯୋଜନା ମାଧ୍ୟମରେ ଏସବୁ ପଞ୍ଚାୟତରେ ବିକାଶର ନୂଆ ଧାରା ଆରମ୍ଭ ହେଲା ବୋଲି ସେ କହିଥିଲେ।

ସେ ପୁଣି କହିଥିଲେ ଯେ ଯୋଗାଯୋଗ ହେଉଛି ବିକାଶର ଆଧାର। ଲକ୍ଷ୍ମୀ ଯୋଜନା ସମସ୍ତଙ୍କୁ ବିକାଶ ସହିତ ଯୋଡିବ। ଘର ପାଖକୁ ଆସିବ ବସ୍। ପିଲାଙ୍କୁ ସ୍କୁଲ କଲେଜ ସହିତ ଯୋଡିବ। ଚାଷୀଙ୍କୁ ମାର୍କେଟ ସହିତ ଯୋଡିବ। ରୋଗୀଙ୍କୁ ହସ୍ପିଟାଲ ଯିବା ପାଇଁ ସୁବିଧା ହେବ। ଲକ୍ଷ୍ମୀ ଯୋଜନା ଘରେ ଘରେ ଖୁସି ଆଣିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଏବେ ଆମ ରାଜ୍ୟରେ ଗାଁର ବିକାଶ ପାଇଁ ‘ଆମ ଓଡିଶା ନବୀନ ଓଡିଶା’ ଚାଲିଛି। ଖୁବ୍ ଶୀଘ୍ର ଗଜପତି ଜିଲ୍ଲାରେ ମଧ୍ୟ ଏହି କାର୍ଯ୍ୟକ୍ରମ ଆରମ୍ଭ ହେବ। ଏଥିରେ ଗାଁରେ ମିଳିବ ସହରର ସୁବିଧା। ବ୍ୟାଙ୍କିଂ, ଇଣ୍ଟର୍‌ନେଟ, ଡିଜିଟାଲ ଭିତ୍ତିଭୂମି ସବୁର ବିକାଶ ହେବା ସହିତ ଆମ ସଂସ୍କୃତିର ମଧ୍ୟ ପ୍ରସାର ହେବ । ସମସ୍ତଙ୍କ ସହଯୋଗରେ ଏହି କାମ ସବୁ ଠିକ୍‌ ସମୟରେ ଶେଷ ହେବ ଏବଂ ଗଜପତିର ବିକାଶ ଆହୁରି ଉଜ୍ଜଳ ହେବ ବୋଲି ସେ ଆଶା ପ୍ରକାଶ କରିଥିଲେ।

ଏହି ଅବସରରେ କାର୍ଯ୍ୟକ୍ରମରେ ଯୋଗ ଦେଇ ପରିବହନ ମନ୍ତ୍ରୀ  ଟୁକୁନି ସାହୁ କହିଥିଲେ ଯେ ଓଡିଶାର ସାଢେ ୪ କୋଟି ଲୋକ ମୁଖ୍ୟମନ୍ତ୍ରୀଙ୍କ ପରିବାର। ସେମାନେ ଯେପରି ଭଲରେ ରହିବେ ସେଥିପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ଚିନ୍ତା କରି ଆସୁଛନ୍ତି। ଓଡିଶାବାସୀଙ୍କ ଉନ୍ନତି ପାଇଁ ନୂଆ ନୂଆ ଯୋଜନା କରୁଛନ୍ତି। ଆଜି ଲକ୍ଷ୍ମୀ ବସ୍ ଯୋଜନା ଗାଁର ଯୋଗାଯୋଗ ବ୍ୟବସ୍ଥାରେ ରୂପାନ୍ତର ଆଣିବ ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ  ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏହି ଅବସରରେ ବ୍ରହ୍ମପୁର ସାଂସଦ  ଚନ୍ଦ୍ର ଶେଖର ସାହୁ, ବିଧାୟକ  କେ. ନାରାୟଣ ରାଓ, ଜିଲ୍ଲା ପରିଷଦର ସଭାପତି  ଜି. ତିରୁପତି ରାଓ ଓ ସ୍ୱତନ୍ତ୍ର ବିକାଶ ପରିଷଦର ଅଧ୍ୟକ୍ଷା ମାରିୟାମ ରାୟତ ପ୍ରମୁଖ ମତ ବ୍ୟକ୍ତ କରି ରାଜ୍ୟରେ ବିକାଶରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ୱର ଉଚ୍ଚ ପ୍ରଶଂସା କରିଥିଲେ।

20 Oct 2023 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର