ପୁରୁଷ ବନ୍ଧୁଙ୍କ ଘରୁ ନାବାଳିକାଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

Madhusudan Das Picture
Published On

ଦିଗପହଣ୍ଡି: ପୁରୁଷ ବନ୍ଧୁଙ୍କ ଘରୁ ନାବାଳିକାଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର । ଗଞ୍ଜାମ ଜିଲ୍ଲାର ଜରଡ଼ା ଥାନା ଅଞ୍ଚଳରୁ  ସାମ୍ନାକୁ ଆସିଛି ଏପରି ଏକ ଚାଞ୍ଚଲ୍ୟକର ଘଟଣା । ଜଣେ ନାବାଳିକାଙ୍କ କ୍ଷତାକ୍ତ ମୃତଦେହ ତାଙ୍କ ପୁରୁଷ ବନ୍ଧୁଙ୍କ ଘରୁ ପୋଲିସ ଦ୍ୱାରା ଉଦ୍ଧାର କରାଯାଇଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି ହୋଇଥିବା ବେଳେ, ପରିବାର ଲୋକେ ଏହାକୁ ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ଅଭିଯୋଗ କରିଛନ୍ତି।

ଆହୁରି ପଢ଼ନ୍ତୁ: ୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସହକାରୀ ଡ୍ରଗ୍ସ କଣ୍ଟ୍ରୋଲର

ମୃତ ନାବାଳିକାଙ୍କ ପରିବାର ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, କିଛି ମାସ ପୂର୍ବେ ଉକ୍ତ ନାବାଳିକା ଜଣକ ଅଭିଯୁକ୍ତ ଯୁବକଙ୍କ ସହ ଫେରାର ହୋଇଯାଇଥିଲେ। ତେବେ କିଛି ଦିନ ପରେ ଉଭୟ ଗାଁକୁ ଫେରିଆସି ଏକାଠି ବସବାସ କରୁଥିଲେ। ବର୍ତ୍ତମାନ ଯୁବକଙ୍କ ଘରୁ ନାବାଳିକାଙ୍କ ଶରୀରରେ କ୍ଷତ ଚିହ୍ନ ଥିବା ମୃତଦେହ ମିଳିବା ପରେ ଝିଅକୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ନେଇ ପରିବାର ସଦସ୍ୟମାନେ ଦୃଢ଼ ଅଭିଯୋଗ କରିଛନ୍ତି।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଘଟଣା ସମ୍ପର୍କରେ ଖବର ପାଇବା ମାତ୍ରେ ଜରଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଥିଲା। ମୃତ୍ୟୁର ପ୍ରକୃତ କାରଣ ଜାଣିବା ପାଇଁ ଶବକୁ ବ୍ୟବଚ୍ଛେଦ ନିମନ୍ତେ ପଠାଯାଇଛି। ଏହି ଘଟଣାରେ ଜରଡ଼ା ଥାନାରେ ଏକ ମାମଲା ରୁଜୁ କରାଯାଇଛି। ପୋଲିସ ଏକ ତଦନ୍ତ ଆରମ୍ଭ କରିବା ସହ ଅଭିଯୁକ୍ତ ଯୁବକ ଏବଂ ଅନ୍ୟ ପରିବାର ସଦସ୍ୟଙ୍କୁ ପଚରାଉଚରା କରୁଛି।

ଆହୁରି ପଢ଼ନ୍ତୁ: ଉପମୁଖ୍ୟମନ୍ତ୍ରୀଙ୍କ PA ପରିଚୟ ଦେଇ ୧ କୋଟି ଟଙ୍କା ଠକେଇ, ଦୀଘାରୁ ମହାଠକକୁ ଗିରଫ କଲା ପୋଲିସ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର