ଗଞ୍ଜାମରେ ଲେଖା ହେଲା ସେବା ଆଉ ବିକାଶର ନୂଆ କାହାଣୀ: ଦିନିକିଆ ଗସ୍ତରେ ଯାଇ ଜିଲ୍ଲାବାସୀଙ୍କୁ ବିକାଶର ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ବ୍ରହ୍ମପୁର: ଗଞ୍ଜାମରେ ଲେଖା ହେଲା ସେବା ଆଉ ବିକାଶର ନୂଆ କାହାଣୀ । ସ୍ମାର୍ଟ ସ୍ୱାସ୍ଥ୍ୟସେବା ସହ ଯୋଡ଼ି ହେଲା ଗଞ୍ଜାମ । ଦିନିକିଆ ଗସ୍ତରେ ଯାଇ ଜିଲ୍ଲାବାସୀଙ୍କୁ ବିକାଶର ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାର ୨୭ ଲକ୍ଷ ପରିବାର ସ୍ମାର୍ଟକାର୍ଡ ଦ୍ୱାରା ଉପକୃତ ହେବେ । ବିଭିନ୍ନ ପ୍ରକଳ୍ପ ଯୋଗେ ୨୧୪୦ କୋଟିରୁ ଅଧିକ ଟଙ୍କାର ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଜିଲ୍ଲା ପାଇଁ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ […]

ବ୍ରହ୍ମପୁର: ଗଞ୍ଜାମରେ ଲେଖା ହେଲା ସେବା ଆଉ ବିକାଶର ନୂଆ କାହାଣୀ । ସ୍ମାର୍ଟ ସ୍ୱାସ୍ଥ୍ୟସେବା ସହ ଯୋଡ଼ି ହେଲା ଗଞ୍ଜାମ । ଦିନିକିଆ ଗସ୍ତରେ ଯାଇ ଜିଲ୍ଲାବାସୀଙ୍କୁ ବିକାଶର ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାର ୨୭ ଲକ୍ଷ ପରିବାର ସ୍ମାର୍ଟକାର୍ଡ ଦ୍ୱାରା ଉପକୃତ ହେବେ । ବିଭିନ୍ନ ପ୍ରକଳ୍ପ ଯୋଗେ ୨୧୪୦ କୋଟିରୁ ଅଧିକ ଟଙ୍କାର ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଜିଲ୍ଲା ପାଇଁ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱର ଫେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ବଡ଼ ଭାଇଙ୍କ ଅସୁସ୍ଥତା ଖବର ପାଇ ଦିଲ୍ଲୀ ଯାଇଥିଲେ

୫୭୧ କୋଟି ଟଙ୍କା ବ୍ୟୟରେ ହୋଇଥିବା ୬୫୧ଟି ପ୍ରକଳ୍ପର ଉଦଘାଟନ, ୧୫୮୩ କୋଟି ଟଙ୍କା ବ୍ୟୟରେ ହେବାକୁ ଥିବା ୬୪୫ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ୧୨୭ କୋଟି ଟଙ୍କାର ନୂଆ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । କରୋନା ବେଳେ ଗଞ୍ଜାମ ଜିଲ୍ଲା ଭଲ କାମ କରିଥିବାରୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି । ଗଞ୍ଜାମର ୨୫ ହଜାର ମିଶନ ଶକ୍ତି ଗ୍ରୁପ୍‌ର ମାଆ ୫ ଶହ କୋଟିର ଲୋନ୍ ନେଇ ଭଲ କାମ କରିଥିବାରୁ ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ସାଧାରଣ ଲୋକଙ୍କୁ ଉତ୍ତମ ଚିକିତ୍ସା ସୁବିଧା ଯୋଗାଇ ଦେବା ହେଉଛି ସରକାରଙ୍କ ପ୍ରତିବଦ୍ଧତା । ଏ ଦିଗରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ ରାଜ୍ୟ ବାସୀଙ୍କ ପାଇଁ ସରକାରଙ୍କର ଶ୍ରେଷ୍ଠ ଉପହାର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ୍ କାର୍ଡ ଦ୍ୱାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଗରିବ ଲୋକମାନେ ସ୍ୱାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଚିକିତ୍ସା ଖର୍ଚ୍ଚ ଜନିତ ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ ।

ଲୋକମାନେ ସ୍ୱାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ୟ୍ୟକ୍ରମର ମୁଖ୍ୟ ଲକ୍ଷ୍ୟ ।

କାର୍ଯ୍ଯକ୍ରମ ଆରମ୍ଭରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାରାତାରିଣୀ ମନ୍ଦିର ଯାଇ ମାଙ୍କ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଥିଲେ। ପରେ ସେଠାରେ ମନ୍ଦିର ବିକାଶ କାମର ସମୀକ୍ଷା କରି ୨୦୨୩ ସୁଦ୍ଧା କାମ ସମ୍ପୂର୍ଣ୍ଣ ହେବ ବୋଲି ଘୋଷଣା କରିଥିଲେ । ତାରାତରିଣୀ ପୀଠରୁ ମୁଖ୍ୟମନ୍ତ୍ରୀ ହିଞ୍ଜିଳି ଯାଇ ସେଠାରେ ବିଭିନ୍ନ କାର୍ୟ୍ୟକ୍ରମ ରେ ଭାଗ ନେଇଥିଲେ । ଗଞ୍ଜାମରେ ମିଶନ ଶକ୍ତି ମା ମାନଙ୍କ କାମର ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିବା ସହ ବିଭିନ୍ନ ମିଶନ ଶକ୍ତି ଗୋଷ୍ଠୀ ଙ୍କୁ ଶହେ କୋଟି ଟଙ୍କାର ଋଣ ବଣ୍ଟନ କରିଥିଲେ । ୫ଟି ସ୍କୁଲ ରୂପାନ୍ତର କାର୍ଯ୍ଯକ୍ରମରେ ରୂପାନ୍ତରିତ ବୃନ୍ଦାବନ ବିଦ୍ୟାପୀଠର ସ୍ମାର୍ଟ କ୍ଲାସରୁମ୍ ଓ ଇ-ଲାଇବ୍ରେରୀ ମୁଖ୍ୟମନ୍ତ୍ରୀ ବୁଲି ଦେଖି ଥିଲେ ଓ ଛାତ୍ରଛାତ୍ରୀଙ୍କୁ ମଧ୍ୟ ଭେଟି ସେମାନଙ୍କ ସହ କିଛି ସମୟ ବିତାଇ ଥିଲେ । ହିଞ୍ଜିଳିରୁ ମୁଖ୍ୟମନ୍ତ୍ରୀ ପତାକା ଦେଖାଇ ଗଞ୍ଜାମ ଦର୍ଶନ ବସ୍ ର ଶୁଭ ଯାତ୍ରା ଆରମ୍ଭ କରିଥିଲେ ।

12 Dec 2021 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର