ରାଜ୍ୟବାସୀଙ୍କୁ ସୁବିଧାରେ ଟିକା ଉପଲବ୍ଧ ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ, ଭ୍ୟାକ୍ସିନ ପାଇଁ ହେବ ଗ୍ଲୋବାଲ ଟେଣ୍ଡର

The Sakala Picture
Published On

ରାଜ୍ୟବାସୀଙ୍କୁ ଯେପରି ସୁବିଧାରେ ଟିକା ଉପଲବ୍ଧ ହୋଇପାରିବ, ସେନେଇ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ଟିକା ସଂଗ୍ରହ କରିବା ପାଇଁ ଗ୍ଲୋବାଲ ଟେଣ୍ଡର ଡାକିବେ ସରକାର । କୋଭିଡ୍ ଟିକାକରଣକୁ ତ୍ୱରାନ୍ୱିତ କରିବା ନିମନ୍ତେ ବିଭିନ୍ନ ଟିକା କମ୍ପାନୀରୁ ଗ୍ଲୋବାଲ ଟେଣ୍ଡର ମାଧ୍ୟମରେ ଟିକା ସଂଗ୍ରହ ନିମନ୍ତେ ରୂପରେଖ ପ୍ରସ୍ତୁତ ପାଇଁ ଏକ ବୈଷୟିକ କମିଟି ଗଠନ କରିବା ସଂକଳ୍ପ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ମଞ୍ଜୁରୀ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ […]

ରାଜ୍ୟବାସୀଙ୍କୁ ଯେପରି ସୁବିଧାରେ ଟିକା ଉପଲବ୍ଧ ହୋଇପାରିବ, ସେନେଇ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ଟିକା ସଂଗ୍ରହ କରିବା ପାଇଁ ଗ୍ଲୋବାଲ ଟେଣ୍ଡର ଡାକିବେ ସରକାର । କୋଭିଡ୍ ଟିକାକରଣକୁ ତ୍ୱରାନ୍ୱିତ କରିବା ନିମନ୍ତେ ବିଭିନ୍ନ ଟିକା କମ୍ପାନୀରୁ ଗ୍ଲୋବାଲ ଟେଣ୍ଡର ମାଧ୍ୟମରେ ଟିକା ସଂଗ୍ରହ ନିମନ୍ତେ ରୂପରେଖ ପ୍ରସ୍ତୁତ ପାଇଁ ଏକ ବୈଷୟିକ କମିଟି ଗଠନ କରିବା ସଂକଳ୍ପ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ମଞ୍ଜୁରୀ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟି ହେଲା ବସ୍, ଜଣେ ମୃତ ଓ ୨୫ ଆହତ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟବାସୀଙ୍କ ପାଇଁ ଟିକା ସଂଗ୍ରହ ନିମନ୍ତେ ସର୍ବୋତ୍ତମ ଚେଷ୍ଟା କରିବା, ଟିକା ଯୋଗାଣକୁ ସୁନିଶ୍ଚିତ କରି ରାଜ୍ୟବାସୀଙ୍କୁ ସୁରକ୍ଷିତ ରଖିବା ଓ ରାଜ୍ୟରେ ସ୍ୱାଭାବିକ ଅବସ୍ଥା ଫେରାଇ ଆଣିବା ପାଇଁ ରାଜ୍ୟ ସରକାର ସଂକଳ୍ପବଦ୍ଧ ବୋଲି କୁହାଯାଇଛି । ଏହି ଅଵସରରେ ରାଜ୍ୟ କ୍ୟାବିନେଟ କୋଭିଡ଼ ନିୟମାବଳୀ ଯଥା ଠିକ୍ ଭାବେ ମାସ୍କ ପିନ୍ଧିବା ,ବାରମ୍ବାର ସାବୁନ ରେ ଭଲ ଭାବେ ହାତ ଧୋଇବା ,ସାମାଜିକ ଦୂରତା ରଷା କରିବା ,ଘରେ ରହିବା ଏବଂ ଆବଶ୍ୟକତା ନ ଥିଲେ ବାହାରକୁ ନ ଯିବା ଆଦି କୁ କଡ଼ାକଡ଼ି ଭାବରେ ପାଳନ କରିବା ସହ କୋଭିଡ ଯୋଦ୍ଧାଙ୍କ ପାଇଁ ଉପଯୁକ୍ତ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ପାଇଁ ସଂକଳ୍ପବଦ୍ଧ ବୋଲି କହିଛନ୍ତି ।

ଆହୁରି ପଢ଼ନ୍ତୁ: ରାଉରକେଲାରେ ଚାଞ୍ଚଲ୍ୟ: ଯୁବକଙ୍କ ମୁଣ୍ଡକୁ ଛେଚି ହତ୍ୟା ପରେ ଡ୍ରେନରେ ଫିଙ୍ଗିଦେଲେ ଦୁର୍ବୃତ୍ତ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର