ପୂଜା ଭିଡ଼ରେ ବମିଖାଲ ମଣ୍ଡପରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ଲୁଟେରା ଗ୍ୟାଙ୍ଗ

The Sakala Picture
Published On

ଭୁବନେଶ୍ୱର: ସାବଧାନ ! ପୂଜା ମଣ୍ଡପରେ ମାତିଛନ୍ତି ଚେନ ଲୁଟେରା । ଭିଡର ସୁଯୋଗ ନେଇ ମହିଳାଙ୍କ ବେକରୁ ସୁନା ଅଳଙ୍କାର ଲୁଟି ନେଉଛନ୍ତି ଦୁର୍ବୃତ୍ତ । ମା’ଙ୍କ ଦର୍ଶନ ପାଇଁ ମଣ୍ଡପଗୁଡିକରେ ଲୋକଙ୍କ ଭିଡ ଲାଗୁଥିବାବେଳେ ଶ୍ରଦ୍ଧାଳୁଙ୍କୁ ଲୁଟିବାକୁ ଭିଡ଼ରେ ବୁଲୁଛନ୍ତି ମହିଳା ଲୁଟେରା ଗ୍ୟାଙ୍ଗ । ଭୁବନେଶ୍ୱର ବମିଖାଲ ପୂଜା ମଣ୍ଡପରୁ ଥରକରେ ୪ ଜଣ ମହିଳାଙ୍କ ବେକରୁ ଚେନ ଲୁଟି ନେଇଛନ୍ତି ଗ୍ୟାଙ୍ଗ । ଏ ନେଇ ଅଭିଯୋଗ ପରେ ପୋଲିସ ଘଟଣାର […]

ଭୁବନେଶ୍ୱର: ସାବଧାନ ! ପୂଜା ମଣ୍ଡପରେ ମାତିଛନ୍ତି ଚେନ ଲୁଟେରା । ଭିଡର ସୁଯୋଗ ନେଇ ମହିଳାଙ୍କ ବେକରୁ ସୁନା ଅଳଙ୍କାର ଲୁଟି ନେଉଛନ୍ତି ଦୁର୍ବୃତ୍ତ । ମା’ଙ୍କ ଦର୍ଶନ ପାଇଁ ମଣ୍ଡପଗୁଡିକରେ ଲୋକଙ୍କ ଭିଡ ଲାଗୁଥିବାବେଳେ ଶ୍ରଦ୍ଧାଳୁଙ୍କୁ ଲୁଟିବାକୁ ଭିଡ଼ରେ ବୁଲୁଛନ୍ତି ମହିଳା ଲୁଟେରା ଗ୍ୟାଙ୍ଗ । ଭୁବନେଶ୍ୱର ବମିଖାଲ ପୂଜା ମଣ୍ଡପରୁ ଥରକରେ ୪ ଜଣ ମହିଳାଙ୍କ ବେକରୁ ଚେନ ଲୁଟି ନେଇଛନ୍ତି ଗ୍ୟାଙ୍ଗ । ଏ ନେଇ ଅଭିଯୋଗ ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ସିସିଟିଭି ଭିଜୁଆଲ ଦେଖି ଲୁଟେରାଙ୍କୁ ଚିହ୍ନଟ କରିବା ପାଇଁ ପୋଲିସ ଚେଷ୍ଟା କରୁଛି ।

ଆହୁରି ପଢ଼ନ୍ତୁ: ପୀଡିତା ସମସ୍ତ ପ୍ରମାଣ ଦେଇସାରିଥିଲେ ମଧ୍ୟ ଖଣ୍ଡପଡ଼ା ଏସ୍‌ଡିପିଓ ଗିରଫ ହେଉନାହାନ୍ତି କାହିଁକି: ବିଜେଡି

ଅଭିଯୋଗ ଅନୁସାରେ, ଆଜି ସକାଳ ପ୍ରାୟ ୧୦ଟା ୩୦ରୁ ୧୦ଟା ୪୫ ମଧ୍ୟରେ ବମିଖାଲ ପୂଜା ମଣ୍ଡପ ପାଖରେ ସୁନା ଚେନ୍ ଲୁଟର ଶିକାର ହୋଇଛନ୍ତି ୪ ଜଣ ମହିଳା । ମାତ୍ର ୧୫ ମିନିଟରେ ଚୋରି କରି ଚମ୍ପଟ ମାରିଛନ୍ତି ମହିଳା ଲୁଟେରା ଗ୍ୟାଙ୍ଗ । ଚେନ ଚୋରି ପରେ ଭୋ ଭୋ ହୋଇ ମହିଳାମାନେ କାନ୍ଦୁଥିବା ଦେଖିବାକୁ ମିଳିଥିଲା । ପୋଲିସର କଡ଼ା ସୁରକ୍ଷା ବଳୟ ଓ ସିସିଟିଭି ସର୍ଭିଲାନ୍ସରେ ପୂଜା ମଣ୍ଡପ ଅଞ୍ଚଳ ଥିବା ବେଳେ ଏପରି ଚୋରି ସମସ୍ତଙ୍କୁ ଚକିତ କରିଛି । ଏ ନେଇ ପିସିଆରକୁ ଜଣାଇବା ପରେ ଛାନବିନ ଆରମ୍ଭ ହୋଇଛି ।

ଆହୁରି ପଢ଼ନ୍ତୁ: ଯକୃତ ଦାନ କରି ଅମର ହୋଇଗଲେ ମହିଳା ଡାକ୍ତର; ନୂତନ ଜୀବନ ପାଇଲେ ୪୬ ବର୍ଷୀୟ ବ୍ୟକ୍ତି

ଏକ ମହିଳା ଲୁଟେରା ଗ୍ୟାଙ୍ଗ ପୂଜା ମଣ୍ଡପକୁ ଟାର୍ଗେଟ କରି ଏଭଳି କାଣ୍ଡ ଘଟାଇଥିବା ସନ୍ଦେହ କରାଯାଉଛି । କାରଣ ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ ଲୁଟ ବେଳେ ସେମାନେ କିଛି ମହିଳାଙ୍କୁ ଦେଖିଛନ୍ତି । ସେପଟେ ବମିଖାଲ ପୂଜା ମଣ୍ଡପର କର୍ମକର୍ତ୍ତା ସିସିଟିଭି ଯାଞ୍ଚ କରିବା ଆରମ୍ଭ କରିଛନ୍ତି । ହଜାର ହଜାର ସଂଖ୍ୟାରେ ଶଦ୍ଧାଳୁ ମା’ଙ୍କ ଦର୍ଶନ ପାଇଁ ଅଷ୍ଟମୀରେ ମଣ୍ଡପକୁ ଆସୁଛନ୍ତି । କମିଶନରେଟ ପୋଲିସ ମୁତୟନ କରିବାକୁ କହିଥିବା ମହିଳା ପୋଲିସ ଏପର୍ଯ୍ୟନ୍ତ ପହଞ୍ଚି ନଥିବାରୁ ଏଭଳି ଅଘଟଣ ଘଟୁଥିବା କହିଛନ୍ତି ପୂଜା କମିଟି ସମ୍ପାଦକ ।

ଆହୁରି ପଢ଼ନ୍ତୁ: ଥରକେ ୫୦ ଲିଟରରୁ ଅଧିକ ପେଟ୍ରୋଲ ବିକ୍ରି ଉପରେ କଟକଣା, ପେଟ୍ରୋଲ ପମ୍ପଗୁଡ଼ିକୁ ନୋଟିସ୍ ଜାରି

22 Oct 2023 By The Sakala

ପୂଜା ଭିଡ଼ରେ ବମିଖାଲ ମଣ୍ଡପରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ଲୁଟେରା ଗ୍ୟାଙ୍ଗ

ଭୁବନେଶ୍ୱର: ସାବଧାନ ! ପୂଜା ମଣ୍ଡପରେ ମାତିଛନ୍ତି ଚେନ ଲୁଟେରା । ଭିଡର ସୁଯୋଗ ନେଇ ମହିଳାଙ୍କ ବେକରୁ ସୁନା ଅଳଙ୍କାର ଲୁଟି ନେଉଛନ୍ତି ଦୁର୍ବୃତ୍ତ । ମା’ଙ୍କ ଦର୍ଶନ ପାଇଁ ମଣ୍ଡପଗୁଡିକରେ ଲୋକଙ୍କ ଭିଡ ଲାଗୁଥିବାବେଳେ ଶ୍ରଦ୍ଧାଳୁଙ୍କୁ ଲୁଟିବାକୁ ଭିଡ଼ରେ ବୁଲୁଛନ୍ତି ମହିଳା ଲୁଟେରା ଗ୍ୟାଙ୍ଗ । ଭୁବନେଶ୍ୱର ବମିଖାଲ ପୂଜା ମଣ୍ଡପରୁ ଥରକରେ ୪ ଜଣ ମହିଳାଙ୍କ ବେକରୁ ଚେନ ଲୁଟି ନେଇଛନ୍ତି ଗ୍ୟାଙ୍ଗ । ଏ ନେଇ ଅଭିଯୋଗ ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ସିସିଟିଭି ଭିଜୁଆଲ ଦେଖି ଲୁଟେରାଙ୍କୁ ଚିହ୍ନଟ କରିବା ପାଇଁ ପୋଲିସ ଚେଷ୍ଟା କରୁଛି ।

ଅଭିଯୋଗ ଅନୁସାରେ, ଆଜି ସକାଳ ପ୍ରାୟ ୧୦ଟା ୩୦ରୁ ୧୦ଟା ୪୫ ମଧ୍ୟରେ ବମିଖାଲ ପୂଜା ମଣ୍ଡପ ପାଖରେ ସୁନା ଚେନ୍ ଲୁଟର ଶିକାର ହୋଇଛନ୍ତି ୪ ଜଣ ମହିଳା । ମାତ୍ର ୧୫ ମିନିଟରେ ଚୋରି କରି ଚମ୍ପଟ ମାରିଛନ୍ତି ମହିଳା ଲୁଟେରା ଗ୍ୟାଙ୍ଗ । ଚେନ ଚୋରି ପରେ ଭୋ ଭୋ ହୋଇ ମହିଳାମାନେ କାନ୍ଦୁଥିବା ଦେଖିବାକୁ ମିଳିଥିଲା । ପୋଲିସର କଡ଼ା ସୁରକ୍ଷା ବଳୟ ଓ ସିସିଟିଭି ସର୍ଭିଲାନ୍ସରେ ପୂଜା ମଣ୍ଡପ ଅଞ୍ଚଳ ଥିବା ବେଳେ ଏପରି ଚୋରି ସମସ୍ତଙ୍କୁ ଚକିତ କରିଛି । ଏ ନେଇ ପିସିଆରକୁ ଜଣାଇବା ପରେ ଛାନବିନ ଆରମ୍ଭ ହୋଇଛି ।

ଏକ ମହିଳା ଲୁଟେରା ଗ୍ୟାଙ୍ଗ ପୂଜା ମଣ୍ଡପକୁ ଟାର୍ଗେଟ କରି ଏଭଳି କାଣ୍ଡ ଘଟାଇଥିବା ସନ୍ଦେହ କରାଯାଉଛି । କାରଣ ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ ଲୁଟ ବେଳେ ସେମାନେ କିଛି ମହିଳାଙ୍କୁ ଦେଖିଛନ୍ତି । ସେପଟେ ବମିଖାଲ ପୂଜା ମଣ୍ଡପର କର୍ମକର୍ତ୍ତା ସିସିଟିଭି ଯାଞ୍ଚ କରିବା ଆରମ୍ଭ କରିଛନ୍ତି । ହଜାର ହଜାର ସଂଖ୍ୟାରେ ଶଦ୍ଧାଳୁ ମା’ଙ୍କ ଦର୍ଶନ ପାଇଁ ଅଷ୍ଟମୀରେ ମଣ୍ଡପକୁ ଆସୁଛନ୍ତି । କମିଶନରେଟ ପୋଲିସ ମୁତୟନ କରିବାକୁ କହିଥିବା ମହିଳା ପୋଲିସ ଏପର୍ଯ୍ୟନ୍ତ ପହଞ୍ଚି ନଥିବାରୁ ଏଭଳି ଅଘଟଣ ଘଟୁଥିବା କହିଛନ୍ତି ପୂଜା କମିଟି ସମ୍ପାଦକ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର