ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାରେ ମିଳିଛି ସୁନା ଖଣିର ସନ୍ଧାନ: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ଭୁବନେଶ୍ବର: ଦେବଗଡ଼ ଜିଲ୍ଲାର ଆଡ଼ାସ-ରମାପଲ୍ଲୀ ଏବଂ କେନ୍ଦୁଝର ଜିଲ୍ଲାର ଗୋପୁର-ଗଜିପୁର ଅଞ୍ଚଳରେ ସୁନା ଖଣିର ସନ୍ଧାନ ମିଳିଥିବା ନେଇ ସୂଚନା ଦେଇଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା। ଦେବଗଡ଼ ଜିଲ୍ଲାର ଆଡାସ ରାମପଲ୍ଲୀ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସଂସ୍ଥା ଦ୍ବାରା ଜି-୨ ସ୍ତରରେ ଅନୁସନ୍ଧାନ କାର୍ଯ୍ୟ ସରିଛି। କେଉଁଝର ଜିଲ୍ଲାର ଗୋପୁର– ଗଜିପୁର ଅଞ୍ଚଳରେ ଜି-୩ ସ୍ତରର ଅନୁସନ୍ଧାନରେ ସନ୍ତୋଷଜନକ ଫଳାଫଳ ବାହାରିବା ଯୋଗୁଁ ସେ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସଂସ୍ଥା ଓ ରାଜ୍ୟ ଖଣି […]
ଭୁବନେଶ୍ବର: ଦେବଗଡ଼ ଜିଲ୍ଲାର ଆଡ଼ାସ-ରମାପଲ୍ଲୀ ଏବଂ କେନ୍ଦୁଝର ଜିଲ୍ଲାର ଗୋପୁର-ଗଜିପୁର ଅଞ୍ଚଳରେ ସୁନା ଖଣିର ସନ୍ଧାନ ମିଳିଥିବା ନେଇ ସୂଚନା ଦେଇଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା।
ଦେବଗଡ଼ ଜିଲ୍ଲାର ଆଡାସ ରାମପଲ୍ଲୀ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସଂସ୍ଥା ଦ୍ବାରା ଜି-୨ ସ୍ତରରେ ଅନୁସନ୍ଧାନ କାର୍ଯ୍ୟ ସରିଛି। କେଉଁଝର ଜିଲ୍ଲାର ଗୋପୁର– ଗଜିପୁର ଅଞ୍ଚଳରେ ଜି-୩ ସ୍ତରର ଅନୁସନ୍ଧାନରେ ସନ୍ତୋଷଜନକ ଫଳାଫଳ ବାହାରିବା ଯୋଗୁଁ ସେ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସଂସ୍ଥା ଓ ରାଜ୍ୟ ଖଣି ଓ ଭୂତତ୍ତ୍ଵ ନିର୍ଦ୍ଦେଶାଳୟର ସହଭାଗିତାରେ ଜି-୨ ସ୍ତରରେ ଅନୁସନ୍ଧାନ କାର୍ଯ୍ୟ ଚାଲୁ ରହିଛି। ଅନୁସନ୍ଧାନକାରୀ ସଂସ୍ଥାମାନେ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କଲା ପରେ ବୈଷୟିକ କମିଟିର ସୁପାରିସ କ୍ରମେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା।