ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାରେ ମିଳିଛି ସୁନା ଖଣିର ସନ୍ଧାନ: ମନ୍ତ୍ରୀ ବିଭୂତି ଭୂଷଣ ଜେନା

The Sakala Picture
Published On

ଭୁବନ‌େଶ୍ବର: ଦେବଗଡ଼ ଜିଲ୍ଲାର ଆଡ଼ାସ-ରମାପଲ୍ଲୀ ଏବଂ କେନ୍ଦୁଝର ଜିଲ୍ଲାର ଗୋପୁର-ଗଜିପୁର ଅଞ୍ଚଳରେ ସୁନା ଖଣିର ସନ୍ଧାନ ମିଳିଥିବା ନେଇ ସୂଚନା ଦେଇଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା। ଦେବଗଡ଼ ଜିଲ୍ଲାର ଆଡାସ ରାମପଲ୍ଲୀ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସଂସ୍ଥା ଦ୍ବାରା ଜି-୨ ସ୍ତରରେ ଅନୁସନ୍ଧାନ କାର୍ଯ୍ୟ ସରିଛି। କେଉଁଝର ଜିଲ୍ଲାର ଗୋପୁର– ଗଜିପୁର ଅଞ୍ଚଳରେ ଜି-୩ ସ୍ତରର ଅନୁସନ୍ଧାନରେ ସନ୍ତୋଷଜନକ ଫଳାଫଳ ବାହାରିବା ଯୋଗୁଁ ସେ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସଂସ୍ଥା ଓ ରାଜ୍ୟ ଖଣି […]

ଭୁବନ‌େଶ୍ବର: ଦେବଗଡ଼ ଜିଲ୍ଲାର ଆଡ଼ାସ-ରମାପଲ୍ଲୀ ଏବଂ କେନ୍ଦୁଝର ଜିଲ୍ଲାର ଗୋପୁର-ଗଜିପୁର ଅଞ୍ଚଳରେ ସୁନା ଖଣିର ସନ୍ଧାନ ମିଳିଥିବା ନେଇ ସୂଚନା ଦେଇଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା।

ଆହୁରି ପଢ଼ନ୍ତୁ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡ଼ିଶା ଗସ୍ତ: ଲୋକସେବା ଭବନରେ ପ୍ରସ୍ତୁତି ବୈଠକ

ଦେବଗଡ଼ ଜିଲ୍ଲାର ଆଡାସ ରାମପଲ୍ଲୀ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସଂସ୍ଥା ଦ୍ବାରା ଜି-୨ ସ୍ତରରେ ଅନୁସନ୍ଧାନ କାର୍ଯ୍ୟ ସରିଛି। କେଉଁଝର ଜିଲ୍ଲାର ଗୋପୁର– ଗଜିପୁର ଅଞ୍ଚଳରେ ଜି-୩ ସ୍ତରର ଅନୁସନ୍ଧାନରେ ସନ୍ତୋଷଜନକ ଫଳାଫଳ ବାହାରିବା ଯୋଗୁଁ ସେ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସଂସ୍ଥା ଓ ରାଜ୍ୟ ଖଣି ଓ ଭୂତତ୍ତ୍ଵ ନିର୍ଦ୍ଦେଶାଳୟର ସହଭାଗିତାରେ ଜି-୨ ସ୍ତରରେ ଅନୁସନ୍ଧାନ କାର୍ଯ୍ୟ ଚାଲୁ ରହିଛି। ଅନୁସନ୍ଧାନକାରୀ ସଂସ୍ଥାମାନେ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କଲା ପରେ ବୈଷୟିକ କମିଟିର ସୁପାରିସ କ୍ରମେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା।

ଆହୁରି ପଢ଼ନ୍ତୁ: ଦର୍ଶକଙ୍କ ପାଇଁ ଖୋଲିଲା ନୂଆ ରୂପର 'କଳିଙ୍ଗ ଷ୍ଟୁଡିଓ': ସ୍ନୋ ପାର୍କ ସହ ନେବେ ଭୂତ ବଙ୍ଗଳାର ମଜା, ଜାଣନ୍ତୁ ଟିକେଟ୍ ଦର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର