ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାରେ ମିଳିଛି ସୁନା ଖଣିର ସନ୍ଧାନ: ମନ୍ତ୍ରୀ ବିଭୂତି ଭୂଷଣ ଜେନା

ଭୁବନ‌େଶ୍ବର: ଦେବଗଡ଼ ଜିଲ୍ଲାର ଆଡ଼ାସ-ରମାପଲ୍ଲୀ ଏବଂ କେନ୍ଦୁଝର ଜିଲ୍ଲାର ଗୋପୁର-ଗଜିପୁର ଅଞ୍ଚଳରେ ସୁନା ଖଣିର ସନ୍ଧାନ ମିଳିଥିବା ନେଇ ସୂଚନା ଦେଇଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା। ଦେବଗଡ଼ ଜିଲ୍ଲାର ଆଡାସ ରାମପଲ୍ଲୀ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସଂସ୍ଥା ଦ୍ବାରା ଜି-୨ ସ୍ତରରେ ଅନୁସନ୍ଧାନ କାର୍ଯ୍ୟ ସରିଛି। କେଉଁଝର ଜିଲ୍ଲାର ଗୋପୁର– ଗଜିପୁର ଅଞ୍ଚଳରେ ଜି-୩ ସ୍ତରର ଅନୁସନ୍ଧାନରେ ସନ୍ତୋଷଜନକ ଫଳାଫଳ ବାହାରିବା ଯୋଗୁଁ ସେ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସଂସ୍ଥା ଓ ରାଜ୍ୟ ଖଣି […]

ଭୁବନ‌େଶ୍ବର: ଦେବଗଡ଼ ଜିଲ୍ଲାର ଆଡ଼ାସ-ରମାପଲ୍ଲୀ ଏବଂ କେନ୍ଦୁଝର ଜିଲ୍ଲାର ଗୋପୁର-ଗଜିପୁର ଅଞ୍ଚଳରେ ସୁନା ଖଣିର ସନ୍ଧାନ ମିଳିଥିବା ନେଇ ସୂଚନା ଦେଇଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା।

ଦେବଗଡ଼ ଜିଲ୍ଲାର ଆଡାସ ରାମପଲ୍ଲୀ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସଂସ୍ଥା ଦ୍ବାରା ଜି-୨ ସ୍ତରରେ ଅନୁସନ୍ଧାନ କାର୍ଯ୍ୟ ସରିଛି। କେଉଁଝର ଜିଲ୍ଲାର ଗୋପୁର– ଗଜିପୁର ଅଞ୍ଚଳରେ ଜି-୩ ସ୍ତରର ଅନୁସନ୍ଧାନରେ ସନ୍ତୋଷଜନକ ଫଳାଫଳ ବାହାରିବା ଯୋଗୁଁ ସେ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସଂସ୍ଥା ଓ ରାଜ୍ୟ ଖଣି ଓ ଭୂତତ୍ତ୍ଵ ନିର୍ଦ୍ଦେଶାଳୟର ସହଭାଗିତାରେ ଜି-୨ ସ୍ତରରେ ଅନୁସନ୍ଧାନ କାର୍ଯ୍ୟ ଚାଲୁ ରହିଛି। ଅନୁସନ୍ଧାନକାରୀ ସଂସ୍ଥାମାନେ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କଲା ପରେ ବୈଷୟିକ କମିଟିର ସୁପାରିସ କ୍ରମେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା।

About The Author: The Sakala