ଯୁବପିଢ଼ିଙ୍କ ପାଇଁ ନବୀନ ଆଣିବେ ସୁବର୍ଣ୍ଣ ଯୁଗ: କାର୍ତ୍ତିକ ପାଣ୍ଡିଆନ୍

The Sakala Picture
Published On

ଭୁବନେଶ୍ବର: ଯୁବପିଢ଼ିଙ୍କ ପାଇଁ ନବୀନ ଆଣିବେ ସୁବର୍ଣ୍ଣ ଯୁଗ । ଆଗାମୀ ୧୦ ବର୍ଷ ଯୁବ ପୀଢ଼ିଙ୍କ ପାଇଁ ୫ଟି ଗ୍ୟାରେଣ୍ଟି ଆଣିଛନ୍ତି। ରାଜ୍ୟର ଯୁବପିଢ଼ିଙ୍କ ପାଇଁ ଆଗାମୀ ପ୍ଲାନ୍ ବାବଦରେ ସୂଚନା ଦେଇଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ପାଣ୍ଡିଆନକହିଛନ୍ତି ଯେ, ବିଜେପି ନିର୍ବାଚନ ଇସ୍ତାହାରରେ ଖୋଜିଲେ ବି ଯୁବପିଢିଙ୍କ ପାଇଁ କିଛି ନାହିଁ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୁବପିଢିଙ୍କ ଦ୍ଵାରା ବିକଶିତ ଓଡିଶା ଗଠନ କରିବାକୁ ଲକ୍ଷ୍ୟ ରଖିଛନ୍ତି । ଦେଶର ପ୍ରଥମ […]

ଭୁବନେଶ୍ବର: ଯୁବପିଢ଼ିଙ୍କ ପାଇଁ ନବୀନ ଆଣିବେ ସୁବର୍ଣ୍ଣ ଯୁଗ । ଆଗାମୀ ୧୦ ବର୍ଷ ଯୁବ ପୀଢ଼ିଙ୍କ ପାଇଁ ୫ଟି ଗ୍ୟାରେଣ୍ଟି ଆଣିଛନ୍ତି। ରାଜ୍ୟର ଯୁବପିଢ଼ିଙ୍କ ପାଇଁ ଆଗାମୀ ପ୍ଲାନ୍ ବାବଦରେ ସୂଚନା ଦେଇଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ।

ଆହୁରି ପଢ଼ନ୍ତୁ: ଉପମୁଖ୍ୟମନ୍ତ୍ରୀଙ୍କ PA ପରିଚୟ ଦେଇ ୧ କୋଟି ଟଙ୍କା ଠକେଇ, ଦୀଘାରୁ ମହାଠକକୁ ଗିରଫ କଲା ପୋଲିସ

ପାଣ୍ଡିଆନକହିଛନ୍ତି ଯେ, ବିଜେପି ନିର୍ବାଚନ ଇସ୍ତାହାରରେ ଖୋଜିଲେ ବି ଯୁବପିଢିଙ୍କ ପାଇଁ କିଛି ନାହିଁ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୁବପିଢିଙ୍କ ଦ୍ଵାରା ବିକଶିତ ଓଡିଶା ଗଠନ କରିବାକୁ ଲକ୍ଷ୍ୟ ରଖିଛନ୍ତି । ଦେଶର ପ୍ରଥମ ରାଜ୍ୟ ଭାବେ ଓଡିଶା ୧ ଲକ୍ଷ କୋଟିର ଯୁବ ବଜେଟ ଆଣିବ। ଯୁବକଙ୍କ ପାଇଁ ୧୦ ବର୍ଷରେ ଖର୍ଚ୍ଚ ହେବ ଏହି ଅର୍ଥ। ପ୍ରତିବର୍ଷ ୧୦ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ। ସେଥିରୁ ୧ ହଜାର କୋଟି ଟଙ୍କା ଛାତ୍ର ଛାତ୍ରୀଙ୍କ ମତାମତ ଆଧାରରେ ଖର୍ଚ୍ଚ ହେବ। ଦେଶର ପ୍ରଥମ ରାଜ୍ୟ ଭାବେ ଏଭଳି ଯୋଜନା କରିଛି ଓଡ଼ିଶା। ରାଜ୍ୟର ଯୁବକଙ୍କୁ ବିଶ୍ବସ୍ତରୀୟ ସୁବିଧା ଦେବାକୁ ପ୍ଲାନ୍ କରାଯାଇଛି ବୋଲି କାର୍ତ୍ତିକ ପାଣ୍ଡିଆନ କହିଛନ୍ତି ।

ଆହୁରି ପଢ଼ନ୍ତୁ: ସେଣ୍ଟ୍ରିଂ କାଢ଼ିବା ବେଳେ ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକ ମୃତ

ଛାତ୍ର ଛାତ୍ରୀଙ୍କ ଉଚ୍ଚଶିକ୍ଷା, ଦକ୍ଷତା ବିକାଶ, ରୋଜଗାର ବୃଦ୍ଧି ପାଇଁ ଯୋଜନା ରହିଛି। ଯୁବ ପୀଢ଼ିଙ୍କ ଜରିଆରେ ନୂଆ ଓଡିଶା ଗଠନ ପାଇଁ ଲକ୍ଷ ରଖିଛନ୍ତି ସରକାର । ବହୁ ପୂର୍ବରୁ ଏହି ଯୋଜନା ଆରମ୍ଭ ହୋଇଛି। ସେହି କ୍ରମରେ ସ୍କୁଲ ରୂପାନ୍ତରଣ, କଲେଜ ରୂପାନ୍ତରଣ ନେଇ ପଦକ୍ଷେପ ଆରମ୍ଭ ହୋଇଛି। ୮ ହଜାର ସ୍କୁଲ ରୂପାନ୍ତରଣ ହୋଇଛି। ୧ ହଜାର କଲେଜ ବି ରୂପାନ୍ତରଣ ହୋଇଛି। ଆଗକୁ ବି କଲେଜ ରୂପାନ୍ତରଣ ଜାରି ରହିବ। ଘରୋଇ ସ୍କୁଲ ଅପେକ୍ଷା ସରକାରୀ ସ୍କୁଲ ରେ ଅଧିକ ସୁବିଧା ମିଳିବ। ଦକ୍ଷତା ବିକାଶରେ ଓଡ଼ିଶା ଏକ ନମ୍ବର ହୋଇଛି। ମୁଖ୍ୟମନ୍ତ୍ରୀ ଯୁବ ପୀଢ଼ିଙ୍କ ସହିତ ରହିଛନ୍ତି। ଯୁବପିଢ଼ି ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ କରିବାକୁ ଅପିଲ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ। ୨୦୨୪ ରୁ ୨୦୩୪ ଯାଏ ୧୦ ବର୍ଷ ଭିତରେ ଓଡିଶା ସବୁ କ୍ଷେତ୍ରରେ ଅଗ୍ରଣୀ ରାଜ୍ୟରେ ପରିଣତ କରିବାକୁ ମୁଖ୍ୟମନ୍ତ୍ରୀ ଲକ୍ଷ୍ୟ ରଖିଛନ୍ତି।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ା-ଖଡ଼ଗପୁର ୪ ଲେନ୍‌ ରେଲୱେ ଟ୍ରାକ୍‌କୁ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ୍‌ କମିଟିର ଅନୁମୋଦନ

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର