ଆସନ୍ତାକାଲି ଧଉଳି ଶାନ୍ତି ସ୍ତୂପର ପାଳନ ହେବ ବିଶ୍ୱସ୍ତରୀୟ ସୁବର୍ଣ୍ଣ ଜୟନ୍ତୀ, ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ବର: ଧୁମ୍‌ଧାମ୍‌ରେ ପାଳିତ ହେବ ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ। ଏଥିପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ଦେଶ ବିଦେଶରୁ ଆସିଛନ୍ତି ଶତାଧିକ ବୌଦ୍ଧ ସନ୍ୟାସୀ ଓ ଭିକ୍ଷୁ। ଆଜି ରାଜଧାନୀରେ ଶାନ୍ତି ଶୋଭାଯାତ୍ରା କରିଛନ୍ତି ବୌଦ୍ଧ ସାଧୁ ସନ୍ଥ। ରାଜଭବନ ନିକଟ ସ୍ୱତନ୍ତ୍ର ସର୍କିଟ ହାଉସରୁ ବାହାରି ଏକ ଶାନ୍ତି ଶୋଭାଯାତ୍ରା ଧଉଳି ପର୍ଯ୍ଯନ୍ତ ଯାଇଥିଲା। ଯେଉଁଥିରେ ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ବୌଦ୍ଧ ଧର୍ମଗୁରୁ ଓ ପ୍ରଚାରକମାନେ ଯୋଗ ଦେଇ ଶାନ୍ତିର ବାର୍ତ୍ତା ବାଣ୍ଟିଥିଲେ। […]

ଭୁବନେଶ୍ବର: ଧୁମ୍‌ଧାମ୍‌ରେ ପାଳିତ ହେବ ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ। ଏଥିପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ଦେଶ ବିଦେଶରୁ ଆସିଛନ୍ତି ଶତାଧିକ ବୌଦ୍ଧ ସନ୍ୟାସୀ ଓ ଭିକ୍ଷୁ। ଆଜି ରାଜଧାନୀରେ ଶାନ୍ତି ଶୋଭାଯାତ୍ରା କରିଛନ୍ତି ବୌଦ୍ଧ ସାଧୁ ସନ୍ଥ। ରାଜଭବନ ନିକଟ ସ୍ୱତନ୍ତ୍ର ସର୍କିଟ ହାଉସରୁ ବାହାରି ଏକ ଶାନ୍ତି ଶୋଭାଯାତ୍ରା ଧଉଳି ପର୍ଯ୍ଯନ୍ତ ଯାଇଥିଲା। ଯେଉଁଥିରେ ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ବୌଦ୍ଧ ଧର୍ମଗୁରୁ ଓ ପ୍ରଚାରକମାନେ ଯୋଗ ଦେଇ ଶାନ୍ତିର ବାର୍ତ୍ତା ବାଣ୍ଟିଥିଲେ। ପରେ ଧଉଳି ଶାନ୍ତିସ୍ତୁପ ନିକଟରେ ପହଞ୍ଚିବା ପରେ ଶାନ୍ତି ପ୍ରାର୍ଥନା କରିଥିଲେ। ସୁବର୍ଣ୍ଣ ଜୟନ୍ତୀ ଅବସରରେ ଆଜି ଏବଂ ଆସନ୍ତାକାଲି ଦୁଇ ଦିନ ଧରି ପୂଜାପାଠ, ମନ୍ତ୍ର ଉଚ୍ଚାରଣ ଓ ଶାନ୍ତି ପ୍ରାର୍ଥନାରେ ପ୍ରକମ୍ପିତ ହେବ ଶାନ୍ତିସ୍ତୁପ ଧଉଳି।

ଆହୁରି ପଢ଼ନ୍ତୁ: ବିଜେପି ନେତାଙ୍କ ମନ୍ତବ୍ୟକୁ ବିଜେଡିର କଡ଼ା ବିରୋଧ: ନବୀନଙ୍କ ବୟସକୁ ନେଇ ଆକ୍ଷେପ ବିକୃତ ମାନସିକତା

ଆସନ୍ତାକାଲି (ଶୁକ୍ରବାର) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ଯକ୍ରମ ରହିଛି। ସେପଟେ ନୂତନ ରୂପରେ ସଜେଇ ହୋଇଛି ଧଉଳି।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସୃଷ୍ଟି ହେଲା ସୁଦୃଶ୍ୟ ଲଘୁଚାପ, ଆଜି ନେବ ଅବପାତର ରୂପ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର