ପାନବରଜ ଓ କିଆଫୁଲ ଚାଷୀଙ୍କ ପାଇଁ ଖୁସି ଖବର, ‘ରାଜ୍ୟ ଯୋଜନା’ରେ ମିଳିବ ସ୍ବତନ୍ତ୍ର ଆର୍ଥିକ ସହାୟତା

The Sakala Picture
Published On

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫ଞ ସଚିବ ଭି.କେ. ପାଣ୍ଡିଆନଙ୍କ  ପୁରୀ ଓ ଗଞ୍ଜାମ  ଗସ୍ତ ସମୟରେ ସ୍ଥାନୀୟ ପାନବରଜ ଚାଷୀ ଓ କିଆ ଫୁଲ ଚାଷୀ ମାନଙ୍କ ପକ୍ଷରୁ ବିଭିନ୍ନ ଅସୁବିଧା ସଂପର୍କରେ ଅନେକ ଆପତ୍ତି ଅଭିଯୋଗ ଆସିଥିଲା । ସେ ସବୁର ସମାଧାନ ପାଇଁ ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ସହିତ ଉନ୍ନୟନ କମିଶନର ତଥା […]

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫ଞ ସଚିବ ଭି.କେ. ପାଣ୍ଡିଆନଙ୍କ  ପୁରୀ ଓ ଗଞ୍ଜାମ  ଗସ୍ତ ସମୟରେ ସ୍ଥାନୀୟ ପାନବରଜ ଚାଷୀ ଓ କିଆ ଫୁଲ ଚାଷୀ ମାନଙ୍କ ପକ୍ଷରୁ ବିଭିନ୍ନ ଅସୁବିଧା ସଂପର୍କରେ ଅନେକ ଆପତ୍ତି ଅଭିଯୋଗ ଆସିଥିଲା । ସେ ସବୁର ସମାଧାନ ପାଇଁ ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ସହିତ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ଅରବିନ୍ଦ ପାଢୀ, ସମବାୟ ବିଭାଗର ସଚିବ ଅରବିନ୍ଦ ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ଥିଲେ ।

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

ବୈଠକର ନିଷ୍ପତ୍ତି ଅନୁଯାୟୀ, ସବୁ ପାନ ଚାଷୀ ମାନଙ୍କୁ ରାଜ୍ୟ ଯୋଜନାର ସ୍ବତନ୍ତ୍ର ଫଳଭିତ୍ତିକ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇ ଆର୍ଥିକ ସହାୟତା ଯୋଗାଇ ଦିଆଯିବ।  ଅତି କମ୍‌ରେ ୨୦୦ ବର୍ଗମିଟର ପରିଧିର ପାନ ବରଜ ଥିବା ଚାଷୀ ମାନେ ସହାୟତା ପାଇଁ ଯୋଗ୍ୟ ବିବେଚିତ ହେବେ । କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏଥିପାଇଁ ସ୍ବତନ୍ତ୍ର ନିୟମାବଳୀ ପ୍ରସ୍ତୁତ କରିବ ।

ଆହୁରି ପଢ଼ନ୍ତୁ: ଦୋଳ ମେଳଣ: ଓଡ଼ିଶାର ଗଣପର୍ବର ଅନନ୍ୟ ପରମ୍ପରା, ଜାଣନ୍ତୁ କାହିଁକି ଏହା ସ୍ୱତନ୍ତ୍ର?

ପାନ ବରଜ ଥିବା ଚାଷୀ ମାନଙ୍କୁ ଏହାର ପରିଚାଳନା ପାଇଁ ୟୁନିଟ ପିଚ୍ଛା ୨୫୦୦ ଟଙ୍କା ଆର୍ଥିକ ସହାୟତା ଦିଆଯିବ। ଜଣେ ଚାଷୀକୁ ସର୍ବାଧିକ ଦୁଇଟି ୟୁନିଟ ପାଇଁ ସହାୟତା ମିଳିବ। ପାନ ଚାଷ ପାଇଁ କିଶାନ କ୍ରେଡିଟ କାର୍ଡ ଜରିଆରେ  ବିନା ସୁଧରେ ଏକ ଲକ୍ଷ ଟଙ୍କା ପର୍ୟ୍ୟନ୍ତ ଋଣ ସଂପର୍କରେ ବ୍ୟାପକ ସଚେତନତା ସୃଷ୍ଟି କରାଯିବ।

ଆହୁରି ପଢ଼ନ୍ତୁ: ସୋସିଆଲ ମିଡିଆରେ ଭକ୍ତିମୟ ପରିବେଶ: ଜୟ ଜଗନ୍ନାଥ ଓ ଗୋବିନ୍ଦା ଧ୍ୱନିରେ କମ୍ପୁଛି ଡିଜିଟାଲ ପ୍ଲାଟଫର୍ମ

ପାନ ପତ୍ର ବ୍ୟବସାୟରେ ଜି.ଏସ୍‌.ଟି ଲାଗୁ ସଂପର୍କରେ ଜିଏସଟି କମିଶନରଙ୍କୁ ଠାରୁ ସ୍ପଷ୍ଟୀକରଣ ମଗାଯିବା ସହିତ ଏହା ସଂପର୍କରେ ବ୍ୟାପକ ସଚେତନତା ସୃଷ୍ଟି କରାଯିବ । ପାନ ପତ୍ର ପ୍ରକ୍ରିୟାକରଣ ୟୁନିଟ ଗୁଡିକୁ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ସବ୍‌ସିଡି ଯୋଗାଇ ଦିଆଯିବ। ଏଥିପାଇଁ ଆପିକଲ୍‌ ପକ୍ଷରୁ ଏକ ଡି.ପି.ଆର ପ୍ରସ୍ତୁତ କରାଯିବ।

ସେହିପରି ଗଞ୍ଜାମର କିଆଫୁଲ ଚାଷୀ ମାନଙ୍କୁ ମଧ୍ୟ ଜାତୀୟ ଉଦ୍ୟାନ କୃଷି ଅଧୀନରେ ପ୍ରୋତ୍ସାହନ ଦିଆଯିବ। ଉଦ୍ୟାନ କୃଷି ମିଶନର ସହାୟତା ସହିତ ରାଜ୍ୟ ବଜେଟରୁ କିଆଫୁଲ ଚାଷ ପାଇଁ ଅତିରିକ୍ତ ସହାୟତା ମଧ୍ୟ ଦିଆଯିବ। କିଆଫୁଲ ଚାଷ ସ୍ଥାନ ଗୁଡିକର scientific mapping କରାଯାଇ ଏହି ସହାୟତା ଦିଆଯିବ।

ପ୍ରାକୃତିକ ବିପର୍ଯ୍ୟୟରେ କ୍ଷତିଗସ୍ତ ହୋଇଥିବା କିଆଫୁଲ ଫସଲ ପାଇଁ ଗଞ୍ଜାମ ଜିଲ୍ଲାପାଳଙ୍କ ରିପୋର୍ଟ ଭିତ୍ତିରେ ସହାୟତା ଦିଆଯିବ। ଏଥିପାଇଁ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଓ ଗଞ୍ଜାମ ଜିଲ୍ଲାପାଳ ମିଳିତ ଭାବେ ମୋଡାଲିଟି ପ୍ରସ୍ତୁତ କରିବେ ।

ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ କିଆଫୁଲ ପ୍ରକ୍ରିୟାକରଣ ୟୁନିଟକୁ ସାମିଲ କରିବା ପାଇଁ ଯୋଜନାର ନିୟମାବଳୀରେ ଆବଶ୍ୟକ ପରିବର୍ତ୍ତନ କରାଯିବ। ଗଞ୍ଜାମ ଜିଲ୍ଲାରେ କିଆଫୁଲ ଚାଷକୁ ପ୍ରୋତ୍ସାହିତ କରିବାକୁ ବୈଷୟିକ ସହାୟତା ଯୋଗାଇ ଦେବା ପାଇଁ  ଓଡିଶା  କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ କିମ୍ବା ଅନ୍ୟ କୌଣସି ଭାରତୀୟ କୃଷି ଗବେଷଣା ପ୍ରତିଷ୍ଠାନର ସହାୟତା ନିଆଯିବ ବୋଲି  ନିଷ୍ପତ୍ତି  ହୋଇଛି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp