ଭିଜିଲାନ୍ସ ଜାଲରେ ସରକାରୀ ଡାକ୍ତର : ଏଲଆଇସି କ୍ଲେମ୍ କ୍ଲିୟରାନ୍ସ ପାଇଁ ନେଉଥିଲେ ୧୧ ହଜାର ଲାଞ୍ଚ

The Sakala Picture
Published On

ଢେଙ୍କାନାଳ : ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଡାକ୍ତର । ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ମେଡିସିନ ବିଭାଗ ଡାକ୍ତର ଉମାକାନ୍ତ ଖେଜୁରିଆ ଲାଞ୍ଚ ନେଇ ଧରାପଡ଼ିଛନ୍ତି। ଏଲଆଇସି କ୍ଲେମ୍ କ୍ଲିୟରାନ୍ସ ପାଇଁ ୧୧ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ଲାଞ୍ଚ ଟଙ୍କା ସହ ଲାଞ୍ଚୁଆ ଡାକ୍ତରଙ୍କୁ ଏକ ଘରୋଇ କ୍ଲିନିକରୁ କାବୁ କରିଛି ଭିଜିଲାନ୍ସ । ସେ ଲାଞ୍ଚ ନେଇଥିବା ରାସାୟନିକ ବୋଳା ୧ ୧ହଜାର ଟଙ୍କା ତାଙ୍କଠାରୁ ଭିଜିଲାନ୍ସ ଜବତ […]

ଢେଙ୍କାନାଳ : ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଡାକ୍ତର । ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ମେଡିସିନ ବିଭାଗ ଡାକ୍ତର ଉମାକାନ୍ତ ଖେଜୁରିଆ ଲାଞ୍ଚ ନେଇ ଧରାପଡ଼ିଛନ୍ତି। ଏଲଆଇସି କ୍ଲେମ୍ କ୍ଲିୟରାନ୍ସ ପାଇଁ ୧୧ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ଲାଞ୍ଚ ଟଙ୍କା ସହ ଲାଞ୍ଚୁଆ ଡାକ୍ତରଙ୍କୁ ଏକ ଘରୋଇ କ୍ଲିନିକରୁ କାବୁ କରିଛି ଭିଜିଲାନ୍ସ । ସେ ଲାଞ୍ଚ ନେଇଥିବା ରାସାୟନିକ ବୋଳା ୧ ୧ହଜାର ଟଙ୍କା ତାଙ୍କଠାରୁ ଭିଜିଲାନ୍ସ ଜବତ କରିଛି । ଏହି କ୍ଲିନିକରୁ ଡାକ୍ତର ବାବୁଙ୍କ ସମେତ ତାଙ୍କର ଏକ ଇକୋ ସ୍ପୋର୍ଟ କାରକୁ ମଧ୍ୟ ଉଠାଇ ନେଇଛି ଭିଜିଲାନ୍ସ ।

ଆହୁରି ପଢ଼ନ୍ତୁ: ଚାଷୀଙ୍କୁ ମିଳିଲା 'ସିଏମ୍ କିଷାନ' ଯୋଜନାର ୫ମ କିସ୍ତି, DBT ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା

ଭିଜିଲାନ୍ସ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ,ଆଜି ଅପରାହ୍‌ଣ ସମୟରେ ମେଡିସିନ ବିଭାଗର ମୁଖ୍ୟ ଡାକ୍ତର ଉମାକାନ୍ତ ଖେଜୁରିଆ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ପ୍ରମାଣପତ୍ର ଇସ୍ୟୁ କରିବା ପାଇଁ ୧୧ ହଜାର ଟଙ୍କା ଲାଞ୍ଚ ନେଉଥିଲା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ଡାକ୍ତରଖାନା ସମ୍ମୁଖରେ ଏକ କ୍ଲିନିକରେ ଲାଞ୍ଚ ନେବାବେଳେ ତାଙ୍କୁ ଭିଜିଲାନ୍ସ ବିଭାଗର କର୍ମଚାରୀମାନେ ଧରିଥିଲେ।

ଆହୁରି ପଢ଼ନ୍ତୁ: ଯୁବ ବିଜେପି ନେତା ପ୍ରକାଶ ପାଶୱାନଙ୍କ ବେଆଇନ୍ ଅଫିସ ଭାଙ୍ଗିଲା ବନ ବିଭାଗ

ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଭେଷଜ ବିଶେଷଜ୍ଞ ଉମାକାନ୍ତ ଖେଜୁରିଆ ଜଣେ ଏଲାଇସି ଏଜେଣ୍ଟ ବୈକୁଣ୍ଠ ଚରଣ ସାହୁଙ୍କ ଠାରୁ ଆଜି ୧୧ ହଜାର ଟଙ୍କା ଲାଞ୍ଚ ନେଉଥିବା ତାଙ୍କୁ ଭିଜିଲାନ୍ସ ବିଭାଗର କର୍ମଚାରୀମାନେ ଧରିଥିଲେ। ନନ୍ଦିନୀ ନାୟକ ନାମକ ଏଲ୍‌ଆଇସି ପଲିସିଧାରୀଙ୍କ ମୃତ୍ୟୁ ପରେ ତାଙ୍କର ୮ ବର୍ଷୀୟ ଝିଅ ନମିତା ନାୟକଙ୍କୁ ନୋମିନି ଭାବେ ଉପସ୍ଥାପିତ କରିବା ପାଇଁ ଏକ ଡେଥକ୍ଲେମ ବାବଦକୁ ତାଙ୍କ ଏଜେଣ୍ଟ ବୈକୁଣ୍ଠଙ୍କ ଠାରୁ ୧୧ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ସଂପୃକ୍ତ ପଲିସିଧାରୀଙ୍କ ମୃତ୍ୟୁ ପ୍ରମାଣପତ୍ର ଇସ୍ୟୁ କରିବା ପାଇଁ ଡାକ୍ତର ପୂର୍ବରୁ ୧୧ ହଜାର ଟଙ୍କା ଦାବି କରିଥିଲେ। ଏନେଇ ବୈକୁଣ୍ଠ ଚରଣ ସାହୁ ଭିଜିଲାନ୍ସ ବିଭାଗକୁ ସୂଚନା ଦେଇଥିଲେ। ଆଜି ଶ୍ରୀ ସାହୁଙ୍କ ଠାରୁ ୧୧ ହଜାର ଟଙ୍କା ଲାଞ୍ଚ ନେଉଥିଲା ବେଳେ ଡାକ୍ତର ଶ୍ରୀ ଖେଜୁରିଆ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ।

ଆହୁରି ପଢ଼ନ୍ତୁ: ଆବାସିକ ଦ୍ୟାଳୟରେ ରାଗିଂ: ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ନିର୍ଧୁମ ମାଡ଼ ମାରିବା ସହ କାମ କରାଇଲେ ଦଶମ ଶ୍ରେଣୀ ଛାତ୍ର !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର