ସରକାରୀ କର୍ମଚାରୀଙ୍କ ଗୋଷ୍ଠୀ ବୀମା ଦେୟ ସଂଶୋଧିତ

The Sakala Picture
Published On

ଭୁବନେଶ୍ବର: ରାଜ୍ୟ ସରକାର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଉଦ୍ଦିଷ୍ଟ ଗୋଷ୍ଠୀ ବୀମା ଯୋଜନା ଦେୟରେ ସଂଶୋଧନ କରିଛନ୍ତି। ପୂର୍ବରୁ ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କୁ GIS ବାବଦରେ ୭୫୦୦ ଟଙ୍କା ଦେବାକୁ ପଡୁଥିବା ବେଳେ ଏବେ ତାହା ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ୫୪୦୦ ଓ ତଦୁର୍ଦ୍ଧ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କ GIS ବାବଦ ଦେୟକୁ ୧୨ ହଜାର ଟଙ୍କାରୁ ୩୦ ହଜାର ଟଙ୍କାକୁ ବୃଦ୍ଧି […]

ଭୁବନେଶ୍ବର: ରାଜ୍ୟ ସରକାର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଉଦ୍ଦିଷ୍ଟ ଗୋଷ୍ଠୀ ବୀମା ଯୋଜନା ଦେୟରେ ସଂଶୋଧନ କରିଛନ୍ତି। ପୂର୍ବରୁ ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କୁ GIS ବାବଦରେ ୭୫୦୦ ଟଙ୍କା ଦେବାକୁ ପଡୁଥିବା ବେଳେ ଏବେ ତାହା ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ୫୪୦୦ ଓ ତଦୁର୍ଦ୍ଧ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କ GIS ବାବଦ ଦେୟକୁ ୧୨ ହଜାର ଟଙ୍କାରୁ ୩୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି।

ଆହୁରି ପଢ଼ନ୍ତୁ: ୯ ମାସ ବଢ଼ିଲା ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲର କାର୍ଯ୍ୟକାଳ, ଜାନୁଆରୀ ୨୦୨୭ ସୁଦ୍ଧା ଚୂଡ଼ାନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ

କର୍ମଚାରୀ ମାନଙ୍କ ପାଇଁ GIS ଏକ ସାମାଜିକ ସୁରକ୍ଷା ଯୋଜନା । ଚାକିରୀରେ ଥିବାବେଳେ ଯଦି ଜଣେ କର୍ମଚାରୀ ମୃତ୍ୟୁବରଣ କରନ୍ତି, ତେବେ ଏହି ଯୋଜନାରେ ତାଙ୍କ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥାଏ । ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀଙ୍କ ମୃତ୍ୟୁ କ୍ଷେତ୍ରରେ ପରିବାରକୁ ଦେଢ ଲକ୍ଷ ଟଙ୍କା ଏବଂ ୫୪୦୦ ବା ତଦୁର୍ଦ୍ଧ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କ ମୃତ୍ୟୁରେ ଅଢେଇ ଲକ୍ଷ ଟଙ୍କା ସହାୟତା ମିଳୁଥିଲା । ବର୍ତ୍ତମାନ ଏହି ସଂଶୋଧିତ ନିଷ୍ପତ୍ତି ଅନୁଯାୟୀ, ଏହି ଯୋଜନାରେ ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଏବଂ ୫୪୦୦ ବା ତଦୁର୍ଦ୍ଧ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କ ପରିବାରକୁ ୬ ଲକ୍ଷ ଟଙ୍କା ପ୍ରଦାନ କରାଯିବ।

ଆହୁରି ପଢ଼ନ୍ତୁ: ସ୍ତ୍ରୀକୁ ହତ୍ୟା କରି ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲା ସ୍ୱାମୀ, ପର୍ଦ୍ଦାଫାସ୍ କଲା ୪ ବର୍ଷର ପୁଅ

ସେହିପରି ଅନ୍ତେଷ୍ଟିକ୍ରୀୟା ପାଇଁ ସହାୟତା ରାଶିର ପରିମାଣ ପୂର୍ବରୁ ୫ ହଜାର ଟଙ୍କା ଥିବାବେଳେ ଏବେ ଏହାକୁ ଉଭୟ କ୍ଷେତ୍ରରେ ୧୦ ହଜାର ଟଙ୍କା ପର୍ୟ୍ୟନ୍ତ ବୃଦ୍ଧି କରାଯାଇଛି। ଏହି ବର୍ଦ୍ଧିତ GIS ଦେୟ ପୂର୍ବ ପରି ୧୦ଟି କିସ୍ତିରେ କର୍ମଚାରୀମାନଙ୍କ ଦରମାରୁ ନିଆଯିବ।

ଆହୁରି ପଢ଼ନ୍ତୁ: ପୋଲିସ SI ନିଯୁକ୍ତି କେଳେଙ୍କାରୀ: ଭୁବନେଶ୍ବର ଖଣ୍ଡଗିରି ସ୍ଥିତ ଟେକ୍ନୋ ସ୍କୁଲ୍‌ କ୍ୟାମ୍ପସ୍‌ରେ CBI ରେଡ୍‌

08 Oct 2021 By The Sakala

ସରକାରୀ କର୍ମଚାରୀଙ୍କ ଗୋଷ୍ଠୀ ବୀମା ଦେୟ ସଂଶୋଧିତ

ଭୁବନେଶ୍ବର: ରାଜ୍ୟ ସରକାର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଉଦ୍ଦିଷ୍ଟ ଗୋଷ୍ଠୀ ବୀମା ଯୋଜନା ଦେୟରେ ସଂଶୋଧନ କରିଛନ୍ତି। ପୂର୍ବରୁ ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କୁ GIS ବାବଦରେ ୭୫୦୦ ଟଙ୍କା ଦେବାକୁ ପଡୁଥିବା ବେଳେ ଏବେ ତାହା ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ୫୪୦୦ ଓ ତଦୁର୍ଦ୍ଧ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କ GIS ବାବଦ ଦେୟକୁ ୧୨ ହଜାର ଟଙ୍କାରୁ ୩୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି।

କର୍ମଚାରୀ ମାନଙ୍କ ପାଇଁ GIS ଏକ ସାମାଜିକ ସୁରକ୍ଷା ଯୋଜନା । ଚାକିରୀରେ ଥିବାବେଳେ ଯଦି ଜଣେ କର୍ମଚାରୀ ମୃତ୍ୟୁବରଣ କରନ୍ତି, ତେବେ ଏହି ଯୋଜନାରେ ତାଙ୍କ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥାଏ । ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀଙ୍କ ମୃତ୍ୟୁ କ୍ଷେତ୍ରରେ ପରିବାରକୁ ଦେଢ ଲକ୍ଷ ଟଙ୍କା ଏବଂ ୫୪୦୦ ବା ତଦୁର୍ଦ୍ଧ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କ ମୃତ୍ୟୁରେ ଅଢେଇ ଲକ୍ଷ ଟଙ୍କା ସହାୟତା ମିଳୁଥିଲା । ବର୍ତ୍ତମାନ ଏହି ସଂଶୋଧିତ ନିଷ୍ପତ୍ତି ଅନୁଯାୟୀ, ଏହି ଯୋଜନାରେ ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଏବଂ ୫୪୦୦ ବା ତଦୁର୍ଦ୍ଧ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କ ପରିବାରକୁ ୬ ଲକ୍ଷ ଟଙ୍କା ପ୍ରଦାନ କରାଯିବ।

ସେହିପରି ଅନ୍ତେଷ୍ଟିକ୍ରୀୟା ପାଇଁ ସହାୟତା ରାଶିର ପରିମାଣ ପୂର୍ବରୁ ୫ ହଜାର ଟଙ୍କା ଥିବାବେଳେ ଏବେ ଏହାକୁ ଉଭୟ କ୍ଷେତ୍ରରେ ୧୦ ହଜାର ଟଙ୍କା ପର୍ୟ୍ୟନ୍ତ ବୃଦ୍ଧି କରାଯାଇଛି। ଏହି ବର୍ଦ୍ଧିତ GIS ଦେୟ ପୂର୍ବ ପରି ୧୦ଟି କିସ୍ତିରେ କର୍ମଚାରୀମାନଙ୍କ ଦରମାରୁ ନିଆଯିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର