ପୁରୀ ଶରଧାବାଲିରେ ଦଳାଚକଟା ଘଟଣା; ତଦନ୍ତ ପାଇଁ ୪ ଜଣିଆ ସ୍ବତନ୍ତ୍ର ଟିମ୍‌ ଗଠନ କଲେ ରାଜ୍ୟ ସରକାର….

The Sakala Picture
Published On

ପୁରୀ: ପୁରୀ ଶରଧାବାଲିରେ ଗତ ରବିବାର ଦିନ ଘଟିଥିବା ଦଳାଚକଟା ଘଟଣାର ତଦନ୍ତ ପାଇଁ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରିଛନ୍ତି ରାଜ୍ୟ ସରକାର। ଉନ୍ନୟନ କମିସନରଙ୍କ ନେତୃତ୍ବରେ ଏହି କମିଟିରେ ୪ ଜଣ ଓଏଏସ୍‌ ଅଧିକାରୀଙ୍କୁ ସାମିଲ କରାଯାଇଛି। ଆଜି ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଏହି ଟିମରେ ଅଛନ୍ତି ମାନସ ରଂଜନ ସାମଲ, ବିନୟ କୁମାର ଦାଶ, ରଶ୍ମୀ ରଂଜନ ନାୟକ ଓ ପ୍ରଦୀପ […]

ପୁରୀ: ପୁରୀ ଶରଧାବାଲିରେ ଗତ ରବିବାର ଦିନ ଘଟିଥିବା ଦଳାଚକଟା ଘଟଣାର ତଦନ୍ତ ପାଇଁ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରିଛନ୍ତି ରାଜ୍ୟ ସରକାର। ଉନ୍ନୟନ କମିସନରଙ୍କ ନେତୃତ୍ବରେ ଏହି କମିଟିରେ ୪ ଜଣ ଓଏଏସ୍‌ ଅଧିକାରୀଙ୍କୁ ସାମିଲ କରାଯାଇଛି। ଆଜି ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି।

ଆହୁରି ପଢ଼ନ୍ତୁ: ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଘୋଷଣା: ଦୁର୍ଘଟଣାରେ ମୃତ୍ୟୁ ବା ସ୍ଥାୟୀ ବିକଳାଙ୍ଗ ହେଲେ ମିଳିବ ୨ ଲକ୍ଷ ଟଙ୍କାର ସହାୟତା ରାଶି

ଏହି ଟିମରେ ଅଛନ୍ତି ମାନସ ରଂଜନ ସାମଲ, ବିନୟ କୁମାର ଦାଶ, ରଶ୍ମୀ ରଂଜନ ନାୟକ ଓ ପ୍ରଦୀପ କୁମାର ସାହୁ। ଏହି ୪ ଜଣ ଓଏଏସ୍‌ ଅଧିକାରୀ ପ୍ରତିଦିନ ଉନ୍ନୟନ କମିସନରଙ୍କ କାର୍ଯ୍ୟାଳୟରେ ଉପସ୍ଥିତ ରହି ଅପରାହ୍‌ଣ ୩ଟାରୁ ୫ଟା ଯାଏଁ ତଦନ୍ତ ପାଇଁ ସମୟ ଦେବେ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ର କରି ମା'ର ତଣ୍ଟି ଚିପି ହତ୍ୟା କଲା ନୃଶଂସ ପୁଅ !

ଗତ ରବିବାର ଦିନ ସକାଳେ ଶରଧାବାଲିରେ ମହାପ୍ରଭୁଙ୍କ ପହୁଡ଼ ଖୋଲିବା ‌ପରେ ପ୍ରବଳ ଭିଡ଼ ଯୋଗୁଁ ଦଳାଚକଟାରେ ଏଥିରେ ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ର ବାସନ୍ତୀ ସାହୁ, ପ୍ରେମକାନ୍ତ ମହାନ୍ତି ଏବଂ ବାଲିପାଟଣାର ପ୍ରଭାତୀ ଦାସଙ୍କର ମୃତ୍ୟୁ ଘଟିଛି। ଏଥିରେ ଅନେକ ଶ୍ରଦ୍ଧାଳୁ ମଧ୍ୟ ଆହତ ହୋଇଥିଲେ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ୯ ଜଣ ଯୁବ ଆଇଏଏସ୍ ଅଫିସରଙ୍କୁ ଉପ-ଜିଲ୍ଲାପାଳ ଭାବେ ନିଯୁକ୍ତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର