ମନୋରଞ୍ଜନ
ଓଡ଼ିଶା
ଆସନ୍ତା ଫେବ୍ରୁଆରୀରୁ ପ୍ରଦୂଷଣ ପ୍ରମାଣପତ୍ର ଥିବା ଗାଡ଼ିରେ ଲାଗିବ ଗ୍ରୀନ୍ ଷ୍ଟିକର, ନଥିଲେ କାର୍ଯ୍ୟାନୁଷ୍ଠାନ: ପରିବହନ ମନ୍ତ୍ରୀ
ଭୁଵନେଶ୍ୱର: ଆସନ୍ତା ଫେବ୍ରୁଆରୀରୁ ପ୍ରଦୂଷଣ ପ୍ରମାଣପତ୍ର ଥିବା ଗାଡ଼ିରେ ଲାଗିବ ଗ୍ରୀନ ଷ୍ଟିକର । ଗ୍ରୀନ୍ ଷ୍ଟିକର ପରିବହନ ବିଭାଗ ଯୋଗାଇ ଦେବ । ପ୍ରଦୂଷଣ ପ୍ରମାଣପତ୍ର ପାଇବା ପାଇଁ ଯାହା ଅସୁବିଧା ରହିଛି ତାହା ଉପରେ ସରକାର ବିଚାର କରୁଛନ୍ତି । ଏ ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ପ୍ରଦୂଷଣ ପ୍ରମାଣ ପତ୍ର ନଥିଲେ କାର୍ଯ୍ୟାନୁଷ୍ଠାନ ହେବ। ସଡ଼କ ସୁରକ୍ଷା ମାସ ଆସୁଥିବାରୁ PUCC କୋହଳ କରାଯାଇଛି।
ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ
୨୦୧୯ରେ ଯେଉଁ ଫାଇନ୍ ବଢ଼ାଯାଇଛି କୋହଳ କରିବାକୁ ତର୍ଜମା କରାଯିବ ବୋଲି ପରିବହନ ମନ୍ତ୍ରୀ କହିଛନ୍ତି । ଅନ୍ୟ ରାଜ୍ୟରେ ଫାଇନ୍ କମ୍ ରହିଛି, ପର୍ଯ୍ୟାଲୋଚନା ଚାଲିଛି । ନୂଆ ଓ ପୁରୁଣା ସବୁ ଗାଡିକୁ ପ୍ରମାଣ ମିଳୁଥିବାରୁ ତର୍ଜମା କରାଯାଉଛି । ଯେଉଁ ଗାଡିରୁ ଫାଇନ୍ ଆଦାୟ ସରିଛି, ତାହାର ମଧ୍ୟ ବିଚାର କରାଯାଉଛି ।






