ଲୋକଙ୍କ ସମସ୍ୟା ସମାଧାନ ଆମର ସର୍ବୋଚ୍ଚ ପ୍ରାଥମିକତା: ହେଲିକପ୍ଟର ବ୍ୟବହାର ନ କରିଥିଲେ, ଲୋକଙ୍କ ଅଭିଯୋଗ ଗ୍ରହଣ ପାଇଁ ଦେଢ ବର୍ଷ ସମୟ ଲାଗିଥାନ୍ତା- ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ବିଧାନସଭାରେ ମୌସୁମୀ ଅଧିବେଶନର ଦ୍ବିତୀୟ ଦିନ। ଗୃହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିବୃତ୍ତି ରଖିଛନ୍ତି। ଲୋକଙ୍କ ପାଖରେ ସିଏମଓ ପହଞ୍ଚିଛି। ମୋ ସରକାର ହେଉଛି ଲୋକଙ୍କ ସରକାର । ଲୋକଙ୍କ ସମସ୍ୟାକୁ ମୋ ସରକାର ସର୍ବାଧିକ ଗୁରୁତ୍ବ ଦେଇଥାଏ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିସହ ହେଲିକପ୍ଟର ବ୍ୟବହାରକୁ ନେଇ ବିରୋଧୀଙ୍କୁ କଡ଼ା ଜବାବ ଦେଇଛନ୍ତି। ହେଲିକପ୍ଟର ବ୍ୟବହାର ସଂପର୍କରେ କହିଛନ୍ତି ଯେ, ଆମେ ଯଦି ହେଲିକପ୍ଟର ବ୍ୟବହାର ନ କରି ସଡକ ପଥରେ ଯାଇଥାନ୍ତୁ, ତେବେ […]

ଭୁବନେଶ୍ବର: ବିଧାନସଭାରେ ମୌସୁମୀ ଅଧିବେଶନର ଦ୍ବିତୀୟ ଦିନ। ଗୃହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିବୃତ୍ତି ରଖିଛନ୍ତି। ଲୋକଙ୍କ ପାଖରେ ସିଏମଓ ପହଞ୍ଚିଛି। ମୋ ସରକାର ହେଉଛି ଲୋକଙ୍କ ସରକାର । ଲୋକଙ୍କ ସମସ୍ୟାକୁ ମୋ ସରକାର ସର୍ବାଧିକ ଗୁରୁତ୍ବ ଦେଇଥାଏ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିସହ ହେଲିକପ୍ଟର ବ୍ୟବହାରକୁ ନେଇ ବିରୋଧୀଙ୍କୁ କଡ଼ା ଜବାବ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ହେଲିକପ୍ଟର ବ୍ୟବହାର ସଂପର୍କରେ କହିଛନ୍ତି ଯେ, ଆମେ ଯଦି ହେଲିକପ୍ଟର ବ୍ୟବହାର ନ କରି ସଡକ ପଥରେ ଯାଇଥାନ୍ତୁ, ତେବେ ଏଥିପାଇଁ ଆମକୁ ଦେଢ ବର୍ଷ ସମୟ ଲାଗିଥାନ୍ତା । ପ୍ରତ୍ୟେକ ଦିନ  ବିଭିନ୍ନ ସ୍ଥାନରେ ୩ ରୁ ୫ଟି ସଭା କରିବା ଏବଂ ତା ପୁଣି ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ୧୦ଟାରୁ ୩ଟା ମଧ୍ୟରେ କରିବା ଯେକୌଣସି ମଣିଷ ପାଖରେ ଅସମ୍ଭବ ଅଟେ ।

ଆହୁରି ପଢ଼ନ୍ତୁ: ସ୍ତ୍ରୀ ମୃତ୍ୟୁର ଦିନକ ପରେ ସାପ କାମୁଡ଼ାରେ ଚାଲିଗଲା ସ୍ୱାମୀଙ୍କ ଜୀବନ

ଗତ ସାଢେ ତିନି ବର୍ଷ ମଧ୍ୟରେ ଆମେ ହେଲିକପ୍ଟର ବ୍ୟବହାରରେ ୪୦ କୋଟି ଟଙ୍କା ଖର୍ଚ୍ଚ କରିଛୁ। ହାରାହାରୀ ଭାବରେ ପ୍ରତି ମାସରେ ହେଲିକପ୍ଟର ବ୍ୟବହାର ବାବଦକୁ ଏକ କୋଟିରୁ ଦେଢ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି । ଗତ ୬ ମାସ ମଧ୍ୟରେ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ବ୍ୟାପକ ଭାବରେ ହେଲିକପ୍ଟର ବ୍ୟବହାର କରାଯାଇଛି, ଯାହାର କି ହାରାହାରି ଖର୍ଚ୍ଚ ମାସ ପିଚ୍ଛା କୋଟିଏ ରୁ ଦେଢ କୋଟି ଟଙ୍କା ମଧ୍ୟରେ ହୋଇଛି । ହେଲିକପ୍ଟର ବ୍ୟବହାରରେ ମାତ୍ରାଧିକ ଖର୍ଚ୍ଚ ସଂକ୍ରାନ୍ତୀୟ ଅଭିଯୋଗ ସଂପୂର୍ଣ୍ଣ ମିଥ୍ୟା ଓ  ଅଭିସନ୍ଧିମୂଳକ ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ରକରି ବାପାଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ନିଶାସକ୍ତ ପୁଅ

ସଂପୂର୍ଣ୍ଣ ବୃତ୍ତିଗତ ଭାବରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ରାଜ୍ୟର ବିଭିନ୍ନ ନିର୍ବାଚନମଣ୍ଡଳୀରେ ଅଭିଯୋଗ ଶୁଣାଣୀ କରିଛି । ଏହି ଶୁଣାଣୀ ସମୟରେ ଲୋକଙ୍କୁ ସରକାରଙ୍କର ବିଭିନ୍ନ ଯୋଜନା ସଂପର୍କରେ ଅବଗତ କରାଯାଇଛି। ସଂପୃକ୍ତ ଅଞ୍ଚଳରେ ଚାଲିଥିବା ବିଭିନ୍ନ ପ୍ରକଳ୍ପ ଏ ସେଥିପାଇଁ ହୋଇଥିବା ଅର୍ଥ ମଂଜୁରୀ ସଂପର୍କରେ ସୂଚନା ଦିଆଯାଇଛି । ଲୋକଙ୍କ ଅଭିଯୋଗର ସମାଧାନ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ସଂପୂର୍ଣ୍ଣ କରିବା ପାଇଁ ମୁଁ ସ୍ବତନ୍ତ୍ର ଭାବରେ ନିର୍ଦ୍ଦେଶ ଦେଇଥିଲି।

ଲୋକଙ୍କ ଅଭିଯୋଗ ଶୁଣାଣୀ ନିମନ୍ତେ ବିଭିନ୍ନ ସ୍ଥାନରେ ଯେଭଳି ବୃତ୍ତିଗତ ଭାବରେ ଦକ୍ଷତାର ସହ ପଦକ୍ଷପ ଗ୍ରହଣ କରାଗଲା, ସେଥିପାଇଁ ମୁଁ ମାନ୍ୟବର ମନ୍ତ୍ରୀଗଣ, ଜିଲ୍ଲା ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ସରକାରଙ୍କ ବିଭିନ୍ନ ବିଭାଗ ତଥା ଏଥିରେ ସଂପୃକ୍ତ ଥିବା ସମସ୍ତଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଉଛି ।

ସେମାନଙ୍କ ଅଞ୍ଚଳରେ ଅନେକ ଅଭିଯୋଗର ସମାଧାନ କରାଯାଇଥିବାରୁ, ବିରୋଧୀ ଦଳର ସଦସ୍ୟ ମାନେ ମଧ୍ୟ ଖୁସି ହେବା ଉଚିତ। ମୁଁ ବୁଝିପାରୁ ନାହିଁ, ଲୋକଙ୍କ ସମସ୍ୟା ସମାଧାନ ପାଇଁ ନିଆଯାଇଥିବା ପଦକ୍ଷେପକୁ କିଏ କିପରି ବିରୋଧ କରିପାରିବ ? ଏଭଳି ବିରୋଧ ଜନବିରୋଧୀ ଏବଂ ଜନସାଧାରଣ ଏଭଳି ମନୋବୃତ୍ତିକୁ ଉଚିତ ଜବାବ ଦେବେ ।

ସେ ଯାହା ହେଉ ନା କାହିଁକି, ଆମ ସମସ୍ତେ ଜନତାର ସେବକ । ଜନସାଧାରଣଙ୍କ ଅଭିଯୋଗର ଶୁଣାଣୀ ଆମର ସର୍ବୋଚ୍ଚ ପ୍ରାଥମିକତା । ଜନସାଧାରଣ ଖୁସି , ଲୋକ ପ୍ରତିନିଧିମାନେ ଖୁସି । ବିରୋଧୀ ଦଳର ସଦସ୍ୟମାନେ କେବଳ ରାଜନୈତିକ କାରଣ ଦୃଷ୍ଟିରୁ ଅସନ୍ତୁଷ୍ଟ ହେବା ଉଚିତ ନୁହେଁ । ମୋ ସରକାର ପାଇଁ, ଜନସାଧାରଣ ହେଉଛନ୍ତି ପ୍ରଥମ । ଲୋକଙ୍କ ସମସ୍ୟା ସମାଧାନ ଆମର ସର୍ବୋଚ୍ଚ ପ୍ରାଥମିକତା ଏବଂ ଏହାକୁ ସର୍ବୋତ୍ତମ ଭାବରେ ସଂପାଦନ କରିବା ପାଇଁ ମୁଁ କାମ କରିଚାଲିବି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର