ମୋବାଇଲ ଛଡ଼ାଇବା ଘଟଣାକୁ ନେଇ ଯାଜପୁର ରୋଡ ସୋଲେଇ ଗାଁରେ ଗୋଷ୍ଠୀ ସଂଘର୍ଷ; ଜଣେ ମୃତ, ୯ ଅଟକ

Madhusudan Das Picture
Published On

ଯାଜପୁର: ଯାଜପୁର ଜିଲ୍ଲା ଯାଜପୁର ରୋଡ ସୋଲେଇ ଗ୍ରାମରେ ଗୋଷ୍ଠୀ ସଂଘର୍ଷ । ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଯୋଗୁଁ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଥିବା ବେଳେ ଗ୍ରାମରେ ଉତ୍ତେଜନା ଲାଗିରହିଛି । ମୃତ ବୃଦ୍ଧା ଜଣକ ହେଲେ ଗଦାଧର ଆଲଦାଙ୍କ ସ୍ତ୍ରୀ ଜେମା ଆଲଦା ବୋଲି ଜଣାପଡ଼ିଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ୯ ଜଣଙ୍କୁ ଗିରଫ କରିଥିବା ସୂଚନା ମିଳିଛି । 

ଆହୁରି ପଢ଼ନ୍ତୁ: ଅସହ୍ୟ ଖରାରେ ଅସ୍ତବ୍ୟସ୍ତ ଜନଜୀବନ: ଏହି ସବୁ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କଲେ ଜିଲ୍ଲାପାଳ

ସୂଚନା ଅନୁସାରେ, ଜଣେ ବ୍ୟକ୍ତିଙ୍କ ଠାରୁ ମୋବାଇଲ ଛଡ଼ାଇବା ଘଟଣାକୁ ନେଇ ହୋଲେଇ ଗ୍ରାମର କମାର ସାହି ଓ ଆଦିବାସୀ ସାହି ମଧ୍ୟରେ ପୂର୍ବରୁ ତିକ୍ତତା ଲାଗି ରହିଥିଲା । ତେବେ ଗତ ରବିବାର ରାତିରେ ରାତିରେ ଉଭୟ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା। ଏହି ସମୟରେ ଜଣେ ବୃଦ୍ଧା ତଳେ ପଡିଯିବାରୁ ମୁଣ୍ଡ ଓ ଛାତିରେ ଗଭୀର ଆଘାତ ଲାଗିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଦାନଗଦି ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଛନ୍ତି । ଘଟଣାକୁ ନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ହସ୍ପିଟାଲର ସେକ୍ସନ ଅଫିସର୍, ୨୫୦୦ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ

23 Feb 2026 By Madhusudan Das

ମୋବାଇଲ ଛଡ଼ାଇବା ଘଟଣାକୁ ନେଇ ଯାଜପୁର ରୋଡ ସୋଲେଇ ଗାଁରେ ଗୋଷ୍ଠୀ ସଂଘର୍ଷ; ଜଣେ ମୃତ, ୯ ଅଟକ

ଯାଜପୁର: ଯାଜପୁର ଜିଲ୍ଲା ଯାଜପୁର ରୋଡ ସୋଲେଇ ଗ୍ରାମରେ ଗୋଷ୍ଠୀ ସଂଘର୍ଷ । ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଯୋଗୁଁ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଥିବା ବେଳେ ଗ୍ରାମରେ ଉତ୍ତେଜନା ଲାଗିରହିଛି । ମୃତ ବୃଦ୍ଧା ଜଣକ ହେଲେ ଗଦାଧର ଆଲଦାଙ୍କ ସ୍ତ୍ରୀ ଜେମା ଆଲଦା ବୋଲି ଜଣାପଡ଼ିଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ୯ ଜଣଙ୍କୁ ଗିରଫ କରିଥିବା ସୂଚନା ମିଳିଛି । 

ସୂଚନା ଅନୁସାରେ, ଜଣେ ବ୍ୟକ୍ତିଙ୍କ ଠାରୁ ମୋବାଇଲ ଛଡ଼ାଇବା ଘଟଣାକୁ ନେଇ ହୋଲେଇ ଗ୍ରାମର କମାର ସାହି ଓ ଆଦିବାସୀ ସାହି ମଧ୍ୟରେ ପୂର୍ବରୁ ତିକ୍ତତା ଲାଗି ରହିଥିଲା । ତେବେ ଗତ ରବିବାର ରାତିରେ ରାତିରେ ଉଭୟ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା। ଏହି ସମୟରେ ଜଣେ ବୃଦ୍ଧା ତଳେ ପଡିଯିବାରୁ ମୁଣ୍ଡ ଓ ଛାତିରେ ଗଭୀର ଆଘାତ ଲାଗିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଦାନଗଦି ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଛନ୍ତି । ଘଟଣାକୁ ନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର