ପୁରୀରେ ଲୁଚିଥିଲା ୟୁପିର ଦୁର୍ଦ୍ଦାନ୍ତ ଅପରାଧୀ ଗୁଡ୍ଡୁ ମୁସଲିମ !

The Sakala Picture
Published On

ଭୁବନେଶ୍ୱର: ପୁରୀରେ ଲୁଚିଥିଲା ଗୁଡ୍ଡୁ ମୁସଲିମ୍‌ ! ୟୁପିର ବହୁ ଚର୍ଚ୍ଚିତ ଉମେଶ ପାଲ ହତ୍ୟା ମାମଲାରେ ଫେରାର ଅଭିଯୁକ୍ତ ଗୁଡ୍ଡୁ ମୁସଲିମର ଲାଷ୍ଟ ଲୋକେସନ୍ ଓଡ଼ିଶା ରହିଛି । ଏନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। କୁହାଯାଉଛି ଯେ, ବୋମା ତିଆରିରେ ମାହିର ଗୁଡ୍ଡୁ ମୁସଲିମ୍‌ ଓଡ଼ିଶାର ପୁରୀରେ ଲୁଚିଥିଲା ଓ ଶେଷ ଲୋକେସନ ପୁରୀରୁ ହିଁ ମିଳିଥିଲା । ଅସଦ୍ ଓ ଗୁଲାମର ଏନକାଉଣ୍ଟର ହେବା ସମୟରେ ଅଣ୍ଡର ଗ୍ରାଉଣ୍ଡ ହୋଇଥିଲା ଗୁଡ୍ଡୁ । […]

ଭୁବନେଶ୍ୱର: ପୁରୀରେ ଲୁଚିଥିଲା ଗୁଡ୍ଡୁ ମୁସଲିମ୍‌ ! ୟୁପିର ବହୁ ଚର୍ଚ୍ଚିତ ଉମେଶ ପାଲ ହତ୍ୟା ମାମଲାରେ ଫେରାର ଅଭିଯୁକ୍ତ ଗୁଡ୍ଡୁ ମୁସଲିମର ଲାଷ୍ଟ ଲୋକେସନ୍ ଓଡ଼ିଶା ରହିଛି । ଏନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। କୁହାଯାଉଛି ଯେ, ବୋମା ତିଆରିରେ ମାହିର ଗୁଡ୍ଡୁ ମୁସଲିମ୍‌ ଓଡ଼ିଶାର ପୁରୀରେ ଲୁଚିଥିଲା ଓ ଶେଷ ଲୋକେସନ ପୁରୀରୁ ହିଁ ମିଳିଥିଲା । ଅସଦ୍ ଓ ଗୁଲାମର ଏନକାଉଣ୍ଟର ହେବା ସମୟରେ ଅଣ୍ଡର ଗ୍ରାଉଣ୍ଡ ହୋଇଥିଲା ଗୁଡ୍ଡୁ । ଏସଟିଏଫ ଟିମ୍ ଗୁଡ୍ଡୁ ମୁସଲିମକୁ ଧରିବାକୁ ବିଭିନ୍ନ ସ୍ଥାନରେ ରେଡ୍ କରୁଛି। ଶେଷ ଲୋକେସନ୍ ଓଡ଼ିଶା ଦେଖାଇବା ପରେ ପୁରୀରେ ଏସଟିଏଫ୍ ଟିମ୍ ପହଞ୍ଚିଥିଲା । ତେବେ ସେତେବେଳକୁ ପୁରୀରୁ ଫେରାର ହୋଇଯାଇଥିଲା ଗୁଡ୍ଡୁ । ତା ନାଁରେ ୫ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା ହୋଇଛି ।

ଆହୁରି ପଢ଼ନ୍ତୁ: ସାମ୍ବାଦିକ ଛତ୍ରପତି ହତ୍ୟା ମାମଲାରେ ଡେରା ମୁଖ୍ୟ ରାମ ରହିମ ନିର୍ଦ୍ଦୋଷରେ ଖଲାସ, କିନ୍ତୁ ଜେଲରୁ ମିଳିବନି ମୁକ୍ତି

ଗୁଡ୍ଡୁ ସହ ସଂପର୍କରେ ଥିବା ପୁରୁଣା ଅପରାଧୀ ଓ ବାହୁବଳୀଙ୍କ ନେଟଓ୍ବର୍କ ଖୋଜୁଛି ଏସଟିଏଫ୍ । ଲକ୍ଷ୍ନୌର ଜଣେ ବିତ୍ତଶାଳୀ ବ୍ୟକ୍ତି ଓ ଦୁଇ ଜଣ ନେତା ଗୁଡ୍ଡୁ ସହ ସିଧାସଳଖ ସଂପର୍କରେ ଥିବା ଜଣାପଡିଛି । ଓଡ଼ିଶା ପୂର୍ବରୁ କର୍ଣ୍ଣାଟକରେ ଗୁଡ୍ଡୁର ଲୋକେସନ୍ ମିଳିଥିଲା । ଉମେଶ ପାଲ ହତ୍ୟା ପରେ ଗୁଡ୍ଡୁ ଝାନସୀରେ ୫ଦିନ ରହିଥିଲା । ପରେ ମିରଟରେ ଅତିକର ଭଉଣୀ ଆୟଶା ନୁରୀ ଘରେ ଗୁଡ୍ଡୁକୁ ଦେଖିବାକୁ ମିଳିଥିଲା । ଏହାପରଠୁ ଗୁଡ୍ଡୁର ସୁରାକ ମିଳୁନଥିଲା। ପରେ କର୍ଣ୍ଣାଟକ ଓ ଓଡ଼ିଶାରେ ଗୁଡ୍ଡୁର ଲୋକେସନ୍ ଟ୍ରେସ ହୋଇଛି ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ବାଲ୍ୟ ବିବାହ ପାଇଁ ବଢ଼ୁଛି କିଶୋରୀ ମାତୃତ୍ୱ, ଶିକ୍ଷାରେ ପ୍ରତିବନ୍ଧକ ସାଜୁଛି ଇଲୋପମେଣ୍ଟ

20 Apr 2023 By The Sakala

ପୁରୀରେ ଲୁଚିଥିଲା ୟୁପିର ଦୁର୍ଦ୍ଦାନ୍ତ ଅପରାଧୀ ଗୁଡ୍ଡୁ ମୁସଲିମ !

ଭୁବନେଶ୍ୱର: ପୁରୀରେ ଲୁଚିଥିଲା ଗୁଡ୍ଡୁ ମୁସଲିମ୍‌ ! ୟୁପିର ବହୁ ଚର୍ଚ୍ଚିତ ଉମେଶ ପାଲ ହତ୍ୟା ମାମଲାରେ ଫେରାର ଅଭିଯୁକ୍ତ ଗୁଡ୍ଡୁ ମୁସଲିମର ଲାଷ୍ଟ ଲୋକେସନ୍ ଓଡ଼ିଶା ରହିଛି । ଏନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। କୁହାଯାଉଛି ଯେ, ବୋମା ତିଆରିରେ ମାହିର ଗୁଡ୍ଡୁ ମୁସଲିମ୍‌ ଓଡ଼ିଶାର ପୁରୀରେ ଲୁଚିଥିଲା ଓ ଶେଷ ଲୋକେସନ ପୁରୀରୁ ହିଁ ମିଳିଥିଲା । ଅସଦ୍ ଓ ଗୁଲାମର ଏନକାଉଣ୍ଟର ହେବା ସମୟରେ ଅଣ୍ଡର ଗ୍ରାଉଣ୍ଡ ହୋଇଥିଲା ଗୁଡ୍ଡୁ । ଏସଟିଏଫ ଟିମ୍ ଗୁଡ୍ଡୁ ମୁସଲିମକୁ ଧରିବାକୁ ବିଭିନ୍ନ ସ୍ଥାନରେ ରେଡ୍ କରୁଛି। ଶେଷ ଲୋକେସନ୍ ଓଡ଼ିଶା ଦେଖାଇବା ପରେ ପୁରୀରେ ଏସଟିଏଫ୍ ଟିମ୍ ପହଞ୍ଚିଥିଲା । ତେବେ ସେତେବେଳକୁ ପୁରୀରୁ ଫେରାର ହୋଇଯାଇଥିଲା ଗୁଡ୍ଡୁ । ତା ନାଁରେ ୫ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା ହୋଇଛି ।

ଗୁଡ୍ଡୁ ସହ ସଂପର୍କରେ ଥିବା ପୁରୁଣା ଅପରାଧୀ ଓ ବାହୁବଳୀଙ୍କ ନେଟଓ୍ବର୍କ ଖୋଜୁଛି ଏସଟିଏଫ୍ । ଲକ୍ଷ୍ନୌର ଜଣେ ବିତ୍ତଶାଳୀ ବ୍ୟକ୍ତି ଓ ଦୁଇ ଜଣ ନେତା ଗୁଡ୍ଡୁ ସହ ସିଧାସଳଖ ସଂପର୍କରେ ଥିବା ଜଣାପଡିଛି । ଓଡ଼ିଶା ପୂର୍ବରୁ କର୍ଣ୍ଣାଟକରେ ଗୁଡ୍ଡୁର ଲୋକେସନ୍ ମିଳିଥିଲା । ଉମେଶ ପାଲ ହତ୍ୟା ପରେ ଗୁଡ୍ଡୁ ଝାନସୀରେ ୫ଦିନ ରହିଥିଲା । ପରେ ମିରଟରେ ଅତିକର ଭଉଣୀ ଆୟଶା ନୁରୀ ଘରେ ଗୁଡ୍ଡୁକୁ ଦେଖିବାକୁ ମିଳିଥିଲା । ଏହାପରଠୁ ଗୁଡ୍ଡୁର ସୁରାକ ମିଳୁନଥିଲା। ପରେ କର୍ଣ୍ଣାଟକ ଓ ଓଡ଼ିଶାରେ ଗୁଡ୍ଡୁର ଲୋକେସନ୍ ଟ୍ରେସ ହୋଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର