ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ମାର୍ଗଦର୍ଶିକା: ଭାଷଣରେ ରହିବନି ସରକାରୀ ସଫଳତାର ଚିତ୍ର

The Sakala Picture
Published On

ଭୁବନେଶ୍ୱର: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇ ସାରିଥିବାରୁ ଏବଂ ଏହି ସମୟ ମଧ୍ୟରେ ସାଧାରଣତନ୍ତ୍ର ଦିବସ ପଡ଼ୁଥିବାରୁ ନିର୍ବାଚନ ଅବଧି ମଧ୍ୟରେ ସାଧାରଣତନ୍ତ୍ର କିପରି ଭାବେ ପାଳନ କରାଯିବ ସେନେଇ ଏକ ମାର୍ଗଦର୍ଶିକା ରାଜ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟ ମନ୍ତ୍ରୀ ଅତିଥିଭାବେ ଯୋଗ ଦେଉଥିବା ବେଳେ ତାଙ୍କ ଭାଷଣ କେବଳ ରାଷ୍ଟ୍ର, ସ୍ୱାଧୀନତା ସଂଗ୍ରାମୀ, ଶହୀଦ ଏବଂ ରାଷ୍ଟ୍ରର ଜୟଗାନ ମଧ୍ୟରେ ସୀମିତ ରହିବ। କୌଣସି […]

ଭୁବନେଶ୍ୱର: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇ ସାରିଥିବାରୁ ଏବଂ ଏହି ସମୟ ମଧ୍ୟରେ ସାଧାରଣତନ୍ତ୍ର ଦିବସ ପଡ଼ୁଥିବାରୁ ନିର୍ବାଚନ ଅବଧି ମଧ୍ୟରେ ସାଧାରଣତନ୍ତ୍ର କିପରି ଭାବେ ପାଳନ କରାଯିବ ସେନେଇ ଏକ ମାର୍ଗଦର୍ଶିକା ରାଜ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

ମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟ ମନ୍ତ୍ରୀ ଅତିଥିଭାବେ ଯୋଗ ଦେଉଥିବା ବେଳେ ତାଙ୍କ ଭାଷଣ କେବଳ ରାଷ୍ଟ୍ର, ସ୍ୱାଧୀନତା ସଂଗ୍ରାମୀ, ଶହୀଦ ଏବଂ ରାଷ୍ଟ୍ରର ଜୟଗାନ ମଧ୍ୟରେ ସୀମିତ ରହିବ। କୌଣସି ପ୍ରକାର ସଫଳତାର କାହାଣୀ କିମ୍ବା ଯୋଜନାର ସଫଳତା ସମ୍ପର୍କରେ ଉଲ୍ଲେଖ ରହିବ ନାହିଁ। କ୍ୟାବିନେଟ୍‍ ତଥା ରାଷ୍ଟ୍ରପାହ୍ୟା ମନ୍ତ୍ରୀ କିମ୍ବା ରାଜନୈତିକ କର୍ମକର୍ତ୍ତା ନିଜ ଜିଲ୍ଲାରେ ଅତିଥି ଭାବେ ଯୋଗଦେଇ ପାରିବେ ନାହିଁ। ସରକାର କିମ୍ବା ବିଭିନ୍ନ ବିଭାଗ ଦ୍ୱାରା ସରକାରୀ ଯୋଜନା ଓ ସଫଳତାର ଚିତ୍ର ବହନ କରୁଥିବା ପ୍ରଜ୍ଞାପନ ମେଢ଼କୁ ରାଜ୍ୟ ନିର୍ବାଚନ କମିଶନରଙ୍କ ପକ୍ଷରୁ ନିଷିଦ୍ଧ ଘୋଷଣା କରାଯାଇଛି। ଏହାସହିତ ସାଧାରଣତନ୍ତ୍ର ଦିବସ ଅବସରରେ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀଗଣ, ରାଜନୈତିକ କର୍ମକର୍ତ୍ତା କୌଣସି ପ୍ରକାର ସରକାରୀ ସଫଳତା ସଂକ୍ରାନ୍ତ ଭାଷଣ ଦେଇପାରିବେ ନାହିଁ। ତେବେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ପାଳନ ଯଥାରୀତି ଅନୁଷ୍ଠିତ ହୋଇପାରିବ। ଏ ସମ୍ପର୍କରେ ରାଜ୍ୟପାଳଙ୍କ କାର୍ଯ୍ୟାଳୟ ଓ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ସମସ୍ତ କ୍ୟାବିନେଟ୍‍, ରାଷ୍ଟ୍ରପାହ୍ୟାମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ସମସ୍ତ ଆର୍‍ଡିସି ଏବଂ ସମସ୍ତ ଜିଲ୍ଲାପାଳଙ୍କୁ ପତ୍ର ମାଧ୍ୟମରେ ଅବଗତ କରାଯାଇଛି।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

19 Jan 2022 By The Sakala

ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ମାର୍ଗଦର୍ଶିକା: ଭାଷଣରେ ରହିବନି ସରକାରୀ ସଫଳତାର ଚିତ୍ର

ଭୁବନେଶ୍ୱର: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇ ସାରିଥିବାରୁ ଏବଂ ଏହି ସମୟ ମଧ୍ୟରେ ସାଧାରଣତନ୍ତ୍ର ଦିବସ ପଡ଼ୁଥିବାରୁ ନିର୍ବାଚନ ଅବଧି ମଧ୍ୟରେ ସାଧାରଣତନ୍ତ୍ର କିପରି ଭାବେ ପାଳନ କରାଯିବ ସେନେଇ ଏକ ମାର୍ଗଦର୍ଶିକା ରାଜ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି କରାଯାଇଛି।

ମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟ ମନ୍ତ୍ରୀ ଅତିଥିଭାବେ ଯୋଗ ଦେଉଥିବା ବେଳେ ତାଙ୍କ ଭାଷଣ କେବଳ ରାଷ୍ଟ୍ର, ସ୍ୱାଧୀନତା ସଂଗ୍ରାମୀ, ଶହୀଦ ଏବଂ ରାଷ୍ଟ୍ରର ଜୟଗାନ ମଧ୍ୟରେ ସୀମିତ ରହିବ। କୌଣସି ପ୍ରକାର ସଫଳତାର କାହାଣୀ କିମ୍ବା ଯୋଜନାର ସଫଳତା ସମ୍ପର୍କରେ ଉଲ୍ଲେଖ ରହିବ ନାହିଁ। କ୍ୟାବିନେଟ୍‍ ତଥା ରାଷ୍ଟ୍ରପାହ୍ୟା ମନ୍ତ୍ରୀ କିମ୍ବା ରାଜନୈତିକ କର୍ମକର୍ତ୍ତା ନିଜ ଜିଲ୍ଲାରେ ଅତିଥି ଭାବେ ଯୋଗଦେଇ ପାରିବେ ନାହିଁ। ସରକାର କିମ୍ବା ବିଭିନ୍ନ ବିଭାଗ ଦ୍ୱାରା ସରକାରୀ ଯୋଜନା ଓ ସଫଳତାର ଚିତ୍ର ବହନ କରୁଥିବା ପ୍ରଜ୍ଞାପନ ମେଢ଼କୁ ରାଜ୍ୟ ନିର୍ବାଚନ କମିଶନରଙ୍କ ପକ୍ଷରୁ ନିଷିଦ୍ଧ ଘୋଷଣା କରାଯାଇଛି। ଏହାସହିତ ସାଧାରଣତନ୍ତ୍ର ଦିବସ ଅବସରରେ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀଗଣ, ରାଜନୈତିକ କର୍ମକର୍ତ୍ତା କୌଣସି ପ୍ରକାର ସରକାରୀ ସଫଳତା ସଂକ୍ରାନ୍ତ ଭାଷଣ ଦେଇପାରିବେ ନାହିଁ। ତେବେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ପାଳନ ଯଥାରୀତି ଅନୁଷ୍ଠିତ ହୋଇପାରିବ। ଏ ସମ୍ପର୍କରେ ରାଜ୍ୟପାଳଙ୍କ କାର୍ଯ୍ୟାଳୟ ଓ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ସମସ୍ତ କ୍ୟାବିନେଟ୍‍, ରାଷ୍ଟ୍ରପାହ୍ୟାମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ସମସ୍ତ ଆର୍‍ଡିସି ଏବଂ ସମସ୍ତ ଜିଲ୍ଲାପାଳଙ୍କୁ ପତ୍ର ମାଧ୍ୟମରେ ଅବଗତ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର