ସରକାରୀ ଓ ଘରୋଇ ହସ୍ପିଟାଲ ପାଇଁ ଜାରି ହେଲା ଗାଇଡଲାଇନ

The Sakala Picture
Published On

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିଚାଲିଛି। କରୋନାର ପ୍ରଥମ ଲହରରେ ରାଜ୍ୟରେ ଦୈନିକ ଯେତିକି ସଂକ୍ରମିତ ଚିହ୍ନଟ ହେଉଥିଲେ ଏବେ ଦ୍ବିତୀୟ ଲହରର ସବୁ ରେକର୍ଡ ଭାଙ୍ଗି ଦେଇଛି। ରାଜ୍ୟରେ ବର୍ତ୍ତମାନ ସର୍ବାଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏହାରି ମଧ୍ୟରେ ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବାରୁ ହସ୍ପିଟାଲ ପାଇଁ ଗାଇଡଲାଇନ ଜାରି କଲେ ରାଜ୍ୟ ସରକାର। ଉଭୟ ସରକାରୀ ଓ ଘରୋଇ ହସ୍ପିଟାଲ ପାଇଁ ଜାରି ହୋଇଛି ଏହି ଗାଇଡଲାଇନ। ମେଡିକାଲ ଯେମିତି ହଟସ୍ପଟ ନପାଲଟିବ, […]

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିଚାଲିଛି। କରୋନାର ପ୍ରଥମ ଲହରରେ ରାଜ୍ୟରେ ଦୈନିକ ଯେତିକି ସଂକ୍ରମିତ ଚିହ୍ନଟ ହେଉଥିଲେ ଏବେ ଦ୍ବିତୀୟ ଲହରର ସବୁ ରେକର୍ଡ ଭାଙ୍ଗି ଦେଇଛି। ରାଜ୍ୟରେ ବର୍ତ୍ତମାନ ସର୍ବାଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏହାରି ମଧ୍ୟରେ ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବାରୁ ହସ୍ପିଟାଲ ପାଇଁ ଗାଇଡଲାଇନ ଜାରି କଲେ ରାଜ୍ୟ ସରକାର। ଉଭୟ ସରକାରୀ ଓ ଘରୋଇ ହସ୍ପିଟାଲ ପାଇଁ ଜାରି ହୋଇଛି ଏହି ଗାଇଡଲାଇନ। ମେଡିକାଲ ଯେମିତି ହଟସ୍ପଟ ନପାଲଟିବ, ସେଥିପାଇଁ କଡ଼ା ତାଗିଦ କରାଯାଇଛି। ପ୍ରତ୍ୟେକ ହସ୍ପିଟାଲରେ ଅଲଗା ଜ୍ୱର ଓ ଆଇସୋଲେସନ କ୍ଲିନିକ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ହସ୍ପିଟାଲ ଆସୁଥିବା ସବୁ ଲୋକଙ୍କ ସ୍କ୍ରିନିଂ କରାଯିବାକୁ ନିର୍ଦ୍ଦେଶ। ଏହାଛଡ଼ା ପର୍ୟ୍ୟନ୍ତ ହାତଧୁଆ ବ୍ୟବସ୍ଥା ଓ ସାନିଟାଇଜର ରଖିବାକୁ ଗାଇଡ୍‌ଲାଇନ୍‌ରେ ରାଜ୍ୟ ସରକାର ଉଲ୍ଲେଖ କରିଛନ୍ତି।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ITDA ବାଲିଗୁଡ଼ା ସହକାରୀ ନିର୍ବାହୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ମନ୍ଦିରରୁ ‘ଧାମ’ ଶବ୍ଦ ହଟାଇଲେ ବେଙ୍ଗଲ ସରକାର, ଲେଖା ହେଲା ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର

ସେହିପରି ହସ୍ପିଟାଲର କୌଣସି ସେକ୍ସନରୁ ପଜିଟିଭ ବାହାରିଲେ ତୁରନ୍ତ ବନ୍ଦ କରାଯିବ। ଉକ୍ତ ସେକ୍ସନର ଅନ୍ୟ ରୋଗୀଙ୍କୁ ଅନ୍ୟତ୍ର ନିଆଯିବ, ରୁମ୍‌ ଖାଲି କରାଯିବ। ରୁମ୍‌ ସାନିଟାଇଜ କରାଯାଇ ୨୪ ଘଣ୍ଟା ବନ୍ଦ ରଖାଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ହସ୍ପିଟାଲରେ ଅଲଗା ଜ୍ୱର ଓ ଆଇସୋଲେସନ କ୍ଲିନିକ ହେଲେ ଅନ୍ୟ ରୋଗରେ ଆକ୍ରାନ୍ତ ହେଉଥିବା ରୋଗୀମାନେ ଚିକିତ୍ସିତ ହୋଇପାରିବେ। ସେମାନଙ୍କ ଚିକିତ୍ସାରେ କୌଣସି ସମସ୍ୟା ଦେଖାଦେବନାହିଁ।

ଆହୁରି ପଢ଼ନ୍ତୁ: ବରିଷ୍ଠ ପୋଲିସ ଅଧିକାରୀଙ୍କୁ ଜିଲ୍ଲା ଦାୟିତ୍ୱ ପ୍ରସଙ୍ଗ: ବିଜେଡି କହିଲା, 'ପୋଲିସ ଡିଜି ମାନିଲେ, ରାଜ୍ୟରେ ଆଇନଶୃଙ୍ଖଳା ଠିକ୍ ନାହିଁ'

ସୂଚନାଯୋଗ୍ୟ ରାଜ୍ୟରେ  ୨୪ ଘଣ୍ଟା ଭିତରେ ରାଜ୍ୟରେ ୪,୭୬୧  କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଭିତରୁ ୨,୭୮୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧,୯୭୬ଟି ଲୋକାଲ୍ କେସ୍ ବୋଲି ଜଣାପଡ଼ିଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୨୦ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୬୭୩ ଓ ନୂଆପଡ଼ାରୁ ୫୩୪ ଜଣ ଚିହ୍ନଟ ହୋଇଛନ୍ତି।

20 Apr 2021 By The Sakala

ସରକାରୀ ଓ ଘରୋଇ ହସ୍ପିଟାଲ ପାଇଁ ଜାରି ହେଲା ଗାଇଡଲାଇନ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିଚାଲିଛି। କରୋନାର ପ୍ରଥମ ଲହରରେ ରାଜ୍ୟରେ ଦୈନିକ ଯେତିକି ସଂକ୍ରମିତ ଚିହ୍ନଟ ହେଉଥିଲେ ଏବେ ଦ୍ବିତୀୟ ଲହରର ସବୁ ରେକର୍ଡ ଭାଙ୍ଗି ଦେଇଛି। ରାଜ୍ୟରେ ବର୍ତ୍ତମାନ ସର୍ବାଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏହାରି ମଧ୍ୟରେ ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବାରୁ ହସ୍ପିଟାଲ ପାଇଁ ଗାଇଡଲାଇନ ଜାରି କଲେ ରାଜ୍ୟ ସରକାର। ଉଭୟ ସରକାରୀ ଓ ଘରୋଇ ହସ୍ପିଟାଲ ପାଇଁ ଜାରି ହୋଇଛି ଏହି ଗାଇଡଲାଇନ। ମେଡିକାଲ ଯେମିତି ହଟସ୍ପଟ ନପାଲଟିବ, ସେଥିପାଇଁ କଡ଼ା ତାଗିଦ କରାଯାଇଛି। ପ୍ରତ୍ୟେକ ହସ୍ପିଟାଲରେ ଅଲଗା ଜ୍ୱର ଓ ଆଇସୋଲେସନ କ୍ଲିନିକ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ହସ୍ପିଟାଲ ଆସୁଥିବା ସବୁ ଲୋକଙ୍କ ସ୍କ୍ରିନିଂ କରାଯିବାକୁ ନିର୍ଦ୍ଦେଶ। ଏହାଛଡ଼ା ପର୍ୟ୍ୟନ୍ତ ହାତଧୁଆ ବ୍ୟବସ୍ଥା ଓ ସାନିଟାଇଜର ରଖିବାକୁ ଗାଇଡ୍‌ଲାଇନ୍‌ରେ ରାଜ୍ୟ ସରକାର ଉଲ୍ଲେଖ କରିଛନ୍ତି।

ସେହିପରି ହସ୍ପିଟାଲର କୌଣସି ସେକ୍ସନରୁ ପଜିଟିଭ ବାହାରିଲେ ତୁରନ୍ତ ବନ୍ଦ କରାଯିବ। ଉକ୍ତ ସେକ୍ସନର ଅନ୍ୟ ରୋଗୀଙ୍କୁ ଅନ୍ୟତ୍ର ନିଆଯିବ, ରୁମ୍‌ ଖାଲି କରାଯିବ। ରୁମ୍‌ ସାନିଟାଇଜ କରାଯାଇ ୨୪ ଘଣ୍ଟା ବନ୍ଦ ରଖାଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ହସ୍ପିଟାଲରେ ଅଲଗା ଜ୍ୱର ଓ ଆଇସୋଲେସନ କ୍ଲିନିକ ହେଲେ ଅନ୍ୟ ରୋଗରେ ଆକ୍ରାନ୍ତ ହେଉଥିବା ରୋଗୀମାନେ ଚିକିତ୍ସିତ ହୋଇପାରିବେ। ସେମାନଙ୍କ ଚିକିତ୍ସାରେ କୌଣସି ସମସ୍ୟା ଦେଖାଦେବନାହିଁ।

ସୂଚନାଯୋଗ୍ୟ ରାଜ୍ୟରେ  ୨୪ ଘଣ୍ଟା ଭିତରେ ରାଜ୍ୟରେ ୪,୭୬୧  କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଭିତରୁ ୨,୭୮୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧,୯୭୬ଟି ଲୋକାଲ୍ କେସ୍ ବୋଲି ଜଣାପଡ଼ିଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୨୦ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୬୭୩ ଓ ନୂଆପଡ଼ାରୁ ୫୩୪ ଜଣ ଚିହ୍ନଟ ହୋଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର