ରାଜ୍ୟରେ ଆସନ୍ତା ୧୪ରୁ ବଢ଼ିବ ବର୍ଷା; ଜିଲ୍ଲାପାଳମାନଙ୍କୁ ପ୍ରସ୍ତୁତ ରହିବାକୁ ଏସ୍‍ଆରସିଙ୍କ ନିର୍ଦ୍ଦେଶ

The Sakala Picture
Published On

ଭୁବନେଶ୍ୱର: ଓଡ଼ିଶା ଉପରେ ଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଲଘୁଚାପ କ୍ଷେତ୍ର ଏବେ ସମୁଦ୍ର ମଧ୍ୟରେ ସକ୍ରିୟ ଥିବା କାରଣରୁ ଗତ ଦୁଇ ଦିନ ତୁଳନାରେ ସୋମବାର ବର୍ଷାର ପରିମାଣ ମଧ୍ୟ ବୃଦ୍ଧି ହୋଇଛି। ଆଗକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଥିବାରୁ ରାଜ୍ୟରେ ବର୍ଷା ସ୍ଥିତି ଆହୁରି ସପ୍ତାହେ ପର୍ଯ୍ୟନ୍ତ ଜାରି ରହିବ ବୋଲି ଆକଳନ କରାଯାଉଛି। ଗତ ଦୁଇଦିନ ତଳେ ଉତ୍ତର ଆନ୍ଧ୍ର […]

ଭୁବନେଶ୍ୱର: ଓଡ଼ିଶା ଉପରେ ଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଲଘୁଚାପ କ୍ଷେତ୍ର ଏବେ ସମୁଦ୍ର ମଧ୍ୟରେ ସକ୍ରିୟ ଥିବା କାରଣରୁ ଗତ ଦୁଇ ଦିନ ତୁଳନାରେ ସୋମବାର ବର୍ଷାର ପରିମାଣ ମଧ୍ୟ ବୃଦ୍ଧି ହୋଇଛି। ଆଗକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଥିବାରୁ ରାଜ୍ୟରେ ବର୍ଷା ସ୍ଥିତି ଆହୁରି ସପ୍ତାହେ ପର୍ଯ୍ୟନ୍ତ ଜାରି ରହିବ ବୋଲି ଆକଳନ କରାଯାଉଛି। ଗତ ଦୁଇଦିନ ତଳେ ଉତ୍ତର ଆନ୍ଧ୍ର ଓ ଓଡ଼ିଶାର ସ୍ଥଳଭାଗରେ ସୃଷ୍ଟି ହୋଇଥିବା ଲଘୁଚାପ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ସମୁଦ୍ର ମଧ୍ୟରେ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହି ଲଘୁଚାପଟି ଆହୁରି ଘନୀଭୂତ ହେବାର ସମ୍ଭାବନା ଥିବାରୁ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ବିଶେଷ କରି କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ନୂଆପଡ଼ା, କଳାହାଣ୍ଡି, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ ଓ ବଲାଙ୍ଗୀର ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହାକୁ ଦୃଷ୍ଟିରେ ରଖି ୟେଲୋ ଆଲର୍ଟ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ଆଜି ଶଙ୍ଖ ଭବନରେ ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ; ପରାଜିତ ନେତାଙ୍କ ସହ କଥା ହେବେ ନବୀନ

ଜୁଲାଇ ମାସରେ ବର୍ତ୍ତମାନ ସୁଦ୍ଧା ସ୍ୱାଭାବିକଠାରୁ ୨୨ ପ୍ରତିଶତ ଅଧିକ ବର୍ଷା ହୋଇଥିବା ବେଳେ ଆଗକୁ ବର୍ଷାର ପରିମାଣ ଆହୁରି ବଢ଼଼ିବ ବୋଲି ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି। ବର୍ତ୍ତମାନ ଗୋଟିଏ ଲଘୁଚାପ କେନ୍ଦ୍ରୀଭୂତ ରହିଥିବା ବେଳେ ଆସନ୍ତା ୧୪ ତାରିଖ ସୁଦ୍ଧା ଉତ୍ତରବଙ୍ଗୋପସାଗର ଓଡ଼ିଶା ଉପକୂଳରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାଦ୍ୱାରା ବିଭିନ୍ନ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଓ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଡ. ମହାପାତ୍ର କହିଛନ୍ତି।

ଆହୁରି ପଢ଼ନ୍ତୁ: ତଦନ୍ତ କମିସନ ଫାଇଲ୍‌ ଗାଏବ ଘଟଣା: ତଦନ୍ତ ପାଇଁ ଲୋକସେବା ଭବନର ଗୃହ ବିଭାଗରେ କ୍ୟାପିଟାଲ ଥାନା ଅଧିକାରୀ

୧୪ ତାରିଖରୁ ସମ୍ଭାବ୍ୟ ଲଘୁଚାପର ପ୍ରଭାବ ଆରମ୍ଭ ହେବାକୁ ଥିବାରୁ ସେବେଠାରୁ ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଅନ୍ୟପଟେ ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ଆସନ୍ତା ୧୩-୧୫ ତାରିଖ ପର୍ଯ୍ୟନ୍ତ ଉତ୍ତରପଶ୍ଚିମ ବଙ୍ଗୋପସାଗରର ଓଡ଼ିଶା ଉପକୂଳ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି। ଏନେଇ ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିସନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସବୁ ଜିଲ୍ଲପାଳଙ୍କୁ ଚିଠି ଲେଖି ସୂଚନା ଦିଆଯାଇଥିବା ବେଳେ ଅରେଞ୍ଜ ଓ ୟେଲୋ ଆଲର୍ଟ ଜାରି କରାଯାଇଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ପରିସ୍ଥିତି ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଚାମେଲି ଓଝାଙ୍କୁ ଦୁର୍ବ୍ୟବହାର ସହ ପୁଲିସର ମାଡ଼ ଅଭିଯୋଗ, ପ୍ରତିବାଦରେ ସରକାରୀ କାର୍ଯ୍ୟରେ ଅସହଯୋଗ କରିବାକୁ ସରପଞ୍ଚ ସଂଘର ଚେତାବନୀ

12 Jul 2022 By The Sakala

ରାଜ୍ୟରେ ଆସନ୍ତା ୧୪ରୁ ବଢ଼ିବ ବର୍ଷା; ଜିଲ୍ଲାପାଳମାନଙ୍କୁ ପ୍ରସ୍ତୁତ ରହିବାକୁ ଏସ୍‍ଆରସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଓଡ଼ିଶା ଉପରେ ଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଲଘୁଚାପ କ୍ଷେତ୍ର ଏବେ ସମୁଦ୍ର ମଧ୍ୟରେ ସକ୍ରିୟ ଥିବା କାରଣରୁ ଗତ ଦୁଇ ଦିନ ତୁଳନାରେ ସୋମବାର ବର୍ଷାର ପରିମାଣ ମଧ୍ୟ ବୃଦ୍ଧି ହୋଇଛି। ଆଗକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଥିବାରୁ ରାଜ୍ୟରେ ବର୍ଷା ସ୍ଥିତି ଆହୁରି ସପ୍ତାହେ ପର୍ଯ୍ୟନ୍ତ ଜାରି ରହିବ ବୋଲି ଆକଳନ କରାଯାଉଛି। ଗତ ଦୁଇଦିନ ତଳେ ଉତ୍ତର ଆନ୍ଧ୍ର ଓ ଓଡ଼ିଶାର ସ୍ଥଳଭାଗରେ ସୃଷ୍ଟି ହୋଇଥିବା ଲଘୁଚାପ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ସମୁଦ୍ର ମଧ୍ୟରେ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହି ଲଘୁଚାପଟି ଆହୁରି ଘନୀଭୂତ ହେବାର ସମ୍ଭାବନା ଥିବାରୁ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ବିଶେଷ କରି କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ନୂଆପଡ଼ା, କଳାହାଣ୍ଡି, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ ଓ ବଲାଙ୍ଗୀର ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହାକୁ ଦୃଷ୍ଟିରେ ରଖି ୟେଲୋ ଆଲର୍ଟ ଜାରି କରାଯାଇଛି।

ଜୁଲାଇ ମାସରେ ବର୍ତ୍ତମାନ ସୁଦ୍ଧା ସ୍ୱାଭାବିକଠାରୁ ୨୨ ପ୍ରତିଶତ ଅଧିକ ବର୍ଷା ହୋଇଥିବା ବେଳେ ଆଗକୁ ବର୍ଷାର ପରିମାଣ ଆହୁରି ବଢ଼଼ିବ ବୋଲି ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି। ବର୍ତ୍ତମାନ ଗୋଟିଏ ଲଘୁଚାପ କେନ୍ଦ୍ରୀଭୂତ ରହିଥିବା ବେଳେ ଆସନ୍ତା ୧୪ ତାରିଖ ସୁଦ୍ଧା ଉତ୍ତରବଙ୍ଗୋପସାଗର ଓଡ଼ିଶା ଉପକୂଳରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାଦ୍ୱାରା ବିଭିନ୍ନ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଓ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଡ. ମହାପାତ୍ର କହିଛନ୍ତି।

୧୪ ତାରିଖରୁ ସମ୍ଭାବ୍ୟ ଲଘୁଚାପର ପ୍ରଭାବ ଆରମ୍ଭ ହେବାକୁ ଥିବାରୁ ସେବେଠାରୁ ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଅନ୍ୟପଟେ ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ଆସନ୍ତା ୧୩-୧୫ ତାରିଖ ପର୍ଯ୍ୟନ୍ତ ଉତ୍ତରପଶ୍ଚିମ ବଙ୍ଗୋପସାଗରର ଓଡ଼ିଶା ଉପକୂଳ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି। ଏନେଇ ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିସନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସବୁ ଜିଲ୍ଲପାଳଙ୍କୁ ଚିଠି ଲେଖି ସୂଚନା ଦିଆଯାଇଥିବା ବେଳେ ଅରେଞ୍ଜ ଓ ୟେଲୋ ଆଲର୍ଟ ଜାରି କରାଯାଇଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ପରିସ୍ଥିତି ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର